ବିଦ୍ୟାଳୟ ଖୋଲିବା ଦାବିରେ ତେଜିଲା ଆନ୍ଦୋଳନ

ଢେଙ୍କାନାଳ,୪।୮(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ବେଲଟିକିରି ଗ୍ରାମ ପଞ୍ଚାୟତ ବନ୍ଧନୂଆଗାଁରେ ୩ ବର୍ଷ ହେଲା ବନ୍ଦ ପଡିଥିବା ପ୍ରାଥମିକ ବିଦ୍ୟାଳୟ ଖୋଲିବା ଦାବିରେ ଶୁକ୍ରବାର ଗ୍ରାମବାସୀ, ଅଭିଭାବକ ଏବଂ ଛାତ୍ରୀଛାତ୍ର ରାସ୍ତା ଅବରୋଧ କରି ଧାରଣାରେ ବସି ଆନ୍ଦୋଳନ କରିଛନ୍ତି। ଫଳରେ ଢେଙ୍କାନାଳ-ଯୋରନ୍ଦା ରାସ୍ତାରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଛି।
ରାଜ୍ୟ ସରକାରଙ୍କ ନିୟମାନୁଯାୟୀ ଗୋଟିଏ ପ୍ରାଥମିକ ବିଦ୍ୟାଳୟରେ ୪୦ରୁ କମ୍‌ ପିଲା ହେଲେ ଉକ୍ତ ବିଦ୍ୟାଳୟ ସମ୍ପୃକ୍ତ ଅଞ୍ଚଳଠାରୁ ୧ କିଲୋମିଟର ଦୂରରେ ଥିବା ଅନ୍ୟ ଏକ ବିଦ୍ୟାଳୟରେ ମିଶ୍ରଣ କରାଯାଉଛି । ଏହି ନିୟମାନୁଯାୟୀ ବନ୍ଧନୁଆଁଗାଁ ପ୍ରାଥମିକ ବିଦ୍ୟାଳୟରେ ଆବଶ୍ୟକ ପିଲା ନ ହେବାରୁ ଏହାକୁ ୨୦୨୦ରୁ ବନ୍ଦ କରାଯାଇଛି। ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି । ବିଦ୍ୟାଳୟ ଖୋଲିବା ଦାବିରେ ଗ୍ରାମବାସୀ ବାରମ୍ବାର ଜିଲା ପ୍ରଶାସନ, ଶିକ୍ଷାବିଭାଗ ଏବଂ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏପରିକି ବିଦ୍ୟାଳୟରେ ୪୦ରୁ ଊର୍ଦ୍ଧ୍ୱ ପିଲା ଥିବା ମଧ୍ୟ ଦର୍ଶାଇଥିଲେ । ଏହା ସତ୍ତ୍ୱେ ବିଦ୍ୟାଳୟ ଖୋଲା ନ ଯିବାରୁ ଶେଷରେ ବାଧ୍ୟ ହୋଇ ଗ୍ରାମବାସୀ ରାସ୍ତାରୋକୋ କରିଥିଲେ। ଖବର ପାଇ ସଦର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରହ୍ମାନନ୍ଦ ରାଉତ, ତହସିଲଦାର ସୁଧାଂଶୁ ସାଓ, ସଦର ଏସ୍‌ଡିପିଓ ବିଭୂତି ଭୂଷଣ ମହାପାତ୍ର, ସରପଞ୍ଚ ବଳଭଦ୍ର ସାମଲ ପ୍ରମୁଖ ଉପସ୍ଥିତ ରହି ବୁଝାଶୁଝା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri