୭୨ ପରିବାରକୁ ଘର ଦିଆ ନ ଗଲେ ଆନ୍ଦୋଳନ

ରଘୁନାଥପୁର,୩୧।୧(ଡି.ଏନ୍‌.ଏ.):ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ଗ୍ରାମ ପଞ୍ଚାୟତରେ ରବିବାର ଆୟୋଜିତ ଗ୍ରାମସଭାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ କ୍ଷୋଭ ପ୍ରକାଶ ପାଇଛି। ତାଲିକାରେ ନାମ ଥିବା ୭୨ ପରିବାରକୁ ଘର ଦିଆ ନ ଗଲେ ପଞ୍ଚାୟତବାସୀଙ୍କ ପକ୍ଷରୁ ଆନ୍ଦୋଳନାତ୍ମକ ପନ୍ଥା ଅବଲମ୍ବନ କରାଯିବ ବୋଲି ଚେତାବନୀ ଦିଆଯାଇଛି। ଏନେଇ ଉପସ୍ଥିତ ଲୋକେ ଗ୍ରାମସଭାରେ ଏକ ରିଜୋଲୁଶନ ଆଣି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିିଛନ୍ତି।
ସୂଚନାଯୋଗ୍ୟ, ପଞ୍ଚାୟତ କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ପାଇବା ପାଇଁ ଥିବା ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇଥିଲା। ଏହାପରେ ବ୍ଲକ ପ୍ରଶାସନ ପକ୍ଷରୁ ତଦନ୍ତ ହୋଇଥିଲା। ଏଥିରେ ଅର୍ଦ୍ଧାଧିକ ବ୍ୟକ୍ତିଙ୍କ ନାମ ତାଲିକାରୁ ବାଦ ପଡଛି। ଏପରିକି ପାଲତଳେ ରହୁଥିବା ବ୍ୟକ୍ତି ମଧ୍ୟ ଯୋଜନାରୁ ବଞ୍ଚତ୍ତ ହୋଇଛନ୍ତି। ଏନେଇ ତଦନ୍ତର ସ୍ବଚ୍ଛତା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କେଉଁ ଆଧାରରେ ଯୋଗ୍ୟ ହିତାଧିକାରୀ ଚୟନ କରାଯାଇଛି ସେନେଇ ପଞ୍ଚାୟତବାସୀ ପ୍ରଶ୍ନ କରିଛନ୍ତି। ପଞ୍ଚାୟତରେ ୫୦% ଜନସାଧାରଣ ଆଦିବାସୀ ଓ ହରିଜନ ସମ୍ପ୍ରଦାୟର। ସେମାନଙ୍କ ମଧ୍ୟରୁ ବହୁଲୋକ ଚାଳଛପର ଘରେ ବସବାସ କରୁଛନ୍ତି। ତାଲିକାରେ ପ୍ରକାଶ ପାଇଥିବା ନାମଠାରୁ ଅଧିକ ଲୋକ ପକ୍କାଗୃହ ପାଇବା ପାଇଁ ଯୋଗ୍ୟଥିବା ନେଇ ସାମାଜିକ କର୍ମୀ ରହିମ ଖାଁ କହିଛନ୍ତି।
ଏନେଇ ଗ୍ରାମସଭାରେ ଉପସ୍ଥିତ ମହିଳା ଓ ପୁରୁଷ ସଭାକୁ ବନ୍ଦ କରିବା ପାଇଁ ପ୍ରସ୍ତାବ ଦେଉଥିବାବେଳେ ସରପଞ୍ଚ ସାହେଦା ତବସୁମ ସେମାନଙ୍କୁ ବୁଝେଇ ରିଜୋଲୁଶନ ମାଧ୍ୟମରେ ସେମାନଙ୍କ ମତାମତ ଲିପିବଦ୍ଧ କରିଥିଲେ। ଆଗାମୀ ଦିନରେ କୌଣସି ସୁଫଳ ନ ମିଳିଲେ ବାଧ୍ୟହୋଇ ପଞ୍ଚାୟତବାସୀ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ଜିଲା ବିଜେଡି ସାଧାରଣ ସମ୍ପାଦକ ଅଜୟ ସାମଲଙ୍କ ସହ ଗ୍ରାମସଭାରେ ଉପସ୍ଥିତ ବକ୍ତି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ପୁଣି ଅଗ୍ନିକାଣ୍ଡ; ବିଦ୍ୟୁତ ତାରରୁ ସର୍ଟ ସର୍କିଟ ହୋଇ ଜଳିଗଲା…

ବାଲେଶ୍ୱର,୧।୧୦(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ପୁଣି ଅଗ୍ନିକାଣ୍ଡ ଘଟିଛି । ଗୁରୁବାର ପୂର୍ବାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଚଣ୍ଡ ଶବ୍ଦରେ ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା ।…

ସେତୁ ଆପ୍ରୋଚ ରାସ୍ତା ନ କରି ଖୋଲିଦେଲେ: ସ୍କୁଲ କଲେଜ ଯିବା ପାଇଁ ଦୁର୍ଦ୍ଦଶା ଭୋଗୁଛନ୍ତି ଛାତ୍ରୀଛାତ୍ର

ରାଜନଗର, ୧ା୧୦(ଭାସ୍କର ରାଉତରାୟ): ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ଓ ସେତୁ ନିର୍ମାଣ କରାଯାଉଛି। ସେତୁ ତିଆରି ଓ ସେତୁ ଆପ୍ରୋଜ ରୋଡ କାମ ନ ସାରି…

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୩ ଗେଟ୍‌, ୨ ଗେଟ୍‌ରେ ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୧ା୯(ପ୍ରମୋଦ ବହିଦାର): ସମ୍ପ୍ରତ୍ତି ମହାନଦୀର ଉପରମୁଣ୍ଡରୁ ବନ୍ୟାଜଳ ପ୍ରବାହ ହ୍ରାସ ପାଇବାରୁ ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ମଧ୍ୟ କ୍ରମଶଃ ହ୍ରାସ ପାଇଛି। ତେଣୁ ହୀରାକୁଦ…

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

ଅଙ୍ଗନୱାଡ଼ି କେନ୍ଦ୍ରରେ ୪ ଶିଶୁଙ୍କୁ ତାଲା ପକାଇ ରାଶନ ପାଇଁ ଗଲେ କର୍ମଚାରୀ

ଜି.ଉଦୟଗିରି,୧ା୧୦(ଚିନ୍ମୟ କୁମାର ସେଠୀ):କୁପୋଷଣ ଦୂର ପାଇଁ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକରେ ଆଙ୍ଗନ କା ଉତ୍ସବ ପାଳନ କରାଯାଇଥିବା ବେଳେ ମଙ୍ଗଳବାର ୪ ଶିଶୁଙ୍କୁ କେନ୍ଦ୍ରରେ ତାଲା ପକାଇ ରଖାଯାଇଥିବା…

ଏମ୍‌ପିଙ୍କ ହସ୍ତକ୍ଷେପ ଲୋଡ଼ିଲେ ଯୋଗାଣ ସହାୟକ: ଦୀର୍ଘଦିନର ସମସ୍ୟା ସମାଧାନ ଦାବି

ଗଞ୍ଜାମ, ୩୦।୯: ଦୀର୍ଘ ୧୪ ବର୍ଷ ଧରି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ଅଧୀନରେ କାର୍ଯ୍ୟ କରିଆସୁଥିବା ଯୋଗାଣ ସହାୟକମାନେ ନିଜର ବିଭିନ୍ନ ସମସ୍ୟା…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?