ଦାବି ପୂରଣ ନ ହେଲେ ଆନ୍ଦୋଳନ

ଭଦ୍ରକ ଅଫିସ,୧୩।୨: ଭାରତୀୟ ମଜଦୁର ସଂଘ ଦ୍ୱାରା ପରିଚାଳିତ ଅଲ୍‌ ଓଡ଼ିଶା ଅଙ୍ଗନୱାଡି ଲେଡିଜ୍‌ ୱାର୍କର୍ସ ଆସୋସିଏଶନ ଭଦ୍ରକ ଜିଲା ଶାଖାର ବାର୍ଷିକ ଜିଲା ସମ୍ମିଳନୀ ନୂଆବଜାରସ୍ଥିତ ମଞ୍ଜୁଳ ମଞ୍ଜରୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଜିଲା ସମ୍ପାଦିକା ଜୟନ୍ତୀ ଜେନା ଏଥିରେ ଅଧ୍ୟକ୍ଷତା କରିଥିଲେ। ଅତିଥି ଭାବେ ରାଜ୍ୟ ସଂଘ ସଭାନେତ୍ରୀ ସୁମିତା ମହାପାତ୍ର, ଅଖିଳ ଭାରତୀୟ ଅଙ୍ଗନୱାଡି ମହାସଂଘର ସଙ୍ଗଠନ ସମ୍ପାଦିକା ଅଞ୍ଜଳି ପଟେଲ, ବିଏମ୍‌ଏସ୍‌ ରାଜ୍ୟ ସଭାପତି ପୃଥ୍ବୀରାଜ ପଣ୍ଡା, ଜିଲା ସଭାପତି ମନୋଜ ବସନ୍ତରାୟ, ସମ୍ପାଦକ ପରେଶ ନାଥ ଧଳ, ରାଜ୍ୟ ଆଶାକର୍ମୀ ସଂଘର ସହପ୍ରଭାରୀ ମୁକ୍ତିକାନ୍ତ ସାହୁ, ରାଜ୍ୟ ସରକାରୀ କର୍ମଚାରୀ ସଂଘ ଉପସଭାପତି ବିଜୟ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ। ରାଜ୍ୟ ସରକାରଙ୍କ ବହୁବିଧ ଯୋଜନାର ସଫଳ ରୂପାୟନରେ ଅଙ୍ଗନୱାଡି କର୍ମଚାରୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ହେଲେ ସରକାର ସେମାନଙ୍କ ନିତାନ୍ତ ଚାକିରି ସର୍ତ୍ତାବଳୀ ପୂରଣ କରୁନାହାନ୍ତି। ସରକାର ଖୁବ୍‌ଶୀଘ୍ର ସେମାନଙ୍କ ଦାବି ପୂରଣ ନ କଲେ ରାଜ୍ୟର ସମସ୍ତ ଅଙ୍ଗନୱାଡି କର୍ମଚାରୀ ପୁଣି ଆନ୍ଦୋଳନାତ୍ମକ ପନ୍ଥା ଗ୍ରହଣ କରିବେ ବୋଲି ଚେତାବନୀ ଦିଆଯାଇଛି।ଏହି ଅବସରରେ ସଂଘର ନୂତନ କର୍ମକର୍ତ୍ତା ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri