ଦାବି ପୂରଣ ନ ହେଲେ ଆନ୍ଦୋଳନ

ବାଲେଶ୍ୱର ଅଫିସ,୧୬।୧୧: ଓଡ଼ିଶା ଅମଲା ସଂଘର ବାଲେଶ୍ୱର ଶାଖା ପକ୍ଷରୁ କନିଷ୍ଠ ସହାୟକମାନଙ୍କ ଯୋଗ୍ୟତା ଭିତ୍ତିକ ଦରମା ଓ ଗ୍ରେଡ୍‌ ପେ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଜରିଆରେ ମଙ୍ଗଳବାର ପ୍ରଦାନ କରାଯାଇଛି। ଶତାଧିକ କର୍ମଚାରୀ ସ୍ଥାନୀୟ ଖ୍ରୀଷ୍ଟିଆନ ହାଇସ୍କୁଲଠାରୁ ଏକ ଶୋଭାଯାତ୍ରାରେ ବାହାରି ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ପହଞ୍ଚତ୍ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜିଲାର ୧୨ଟି ବ୍ଲକରୁ ବିଭିନ୍ନ ବିଭାଗର କନିଷ୍ଠ,ବରିଷ୍ଠ ସହାୟକ ଓ ବିଭାଗୀୟ ଅଧିକାରୀ ଯୋଗଦେଇଥିଲେ। ସଂଘର ଅଧ୍ୟକ୍ଷ ପତିତ ପାବନ ଦାସ, ସଭାପତି ଲକ୍ଷ୍ମୀଧର ଦାସ, କାର୍ଯ୍ୟକାରୀ ସଭାପତି ହିମାଂଶୁ ଶେଖର ଦାସ, ସମ୍ପାଦକ ରାଜେନ୍ଦ୍ର କୁମାର ମହାନ୍ତି ଓ ମୁଖ୍ୟ ସଂଯୋଜକ ବରେନ କୁମାର ପାତ୍ରଙ୍କ ନେତୃତ୍ୱରେ ଏକ ୬ଜଣିଆ ଟିମ୍‌ ଜିଲାପାଳଙ୍କୁ ଦାବି ସମ୍ପର୍କରେ ସ୍ମାରକପତ୍ର ପ୍ରଦାନ କରିଥିଲେ।
ମସିହା ଦରମା ବୃଦ୍ଧି ପୂର୍ବରୁ ରାଜସ୍ବ ନୀରିକ୍ଷକଙ୍କ ଜିଲାସ୍ତରୀୟ ସହାୟକମାନଙ୍କ ସହିତ ଶିକ୍ଷାଗତ ଯୋଗ୍ୟତା ଓ ଦରମା, ଗ୍ରେଡ୍‌ ପେ ସମାନ ଥିବା ଜାଗାରେ ପରବର୍ତ୍ତୀ ସମୟରେ ସମାନ ଶିକ୍ଷାଗତ ଯୋଗ୍ୟତା ଥାଇ ମଧ୍ୟ ରାଜସ୍ବ ନିରୀକ୍ଷକଙ୍କ ଦରମା ୯,୩୦୦- ୪୨,୦୦୦ ଓ ଗ୍ରେଡ୍‌ ପେ ୪,୨୦୦କୁ ସରକାର ବୃଦ୍ଧି କରିଥିଲେ ମଧ୍ୟ ଜିଲାସ୍ତରୀୟ ଅମଲାମାନଙ୍କର ଦରମା ସେହି ପରିମାଣରେ ବୃଦ୍ଧି କରାଯାଇ ନାହଁି। ଓଡ଼ିଶା ସଚିବାଳୟ ଓ ବିଭାଗୀୟ ମୁଖ୍ୟରେ କାର୍ଯ୍ୟରତ କନିଷ୍ଠ ସହାୟକମାନଙ୍କ ଦରମା ଜିଲାସ୍ତରୀୟ ଉପବିଭାଗୀୟ ଅଧିକାରୀମାନଙ୍କ ଦରମା ସମାନ ରଖାଯାଇ ଥିବାରୁ କର୍ମକର୍ତ୍ତାମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜିଲାସ୍ତରୀୟ ସହାୟକ (ଅମଲା)ମାନେ ସରକାରଙ୍କ ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମ ସୂଚାରୁ ରୂପେ ତୁଲାଉ ଥିଲେ ମଧ୍ୟ ସେମାନଙ୍କୁ ବହୁଦିନ ଧରି ଉପେକ୍ଷିତ କରାଯାଇଛି। ସରକାର ଜିଲାସ୍ତରୀୟ ଅମଲାମାନଙ୍କ ଚାକିରିରେ ପ୍ରବେଶ ଶିକ୍ଷାଗତ ଯୋଗ୍ୟତା ସ୍ନାତ୍ତକ ସହିତ କମ୍ପ୍ୟୁଟର ଶିକ୍ଷା ୨୦୧୭କୁ ସ୍ଥିର କରିଥିଲେ ସୁଦ୍ଧା ସମାନ ଶିକ୍ଷାଗତ ଯୋଗ୍ୟତା ଥାଇ ରାଜ୍ୟସ୍ତରୀୟ ଅମଲାମାନଙ୍କ ଦରମା ଓ ଗ୍ରେଡ୍‌ ପେରେ ତାରତମ୍ୟ ସୃଷ୍ଟି କରାଯାଇଥିବାରୁ ଜିଲାସ୍ତରୀୟ ଅମଲାମାନଙ୍କ କାର୍ଯ୍ୟ କରିବାର ସ୍ପୃହା ଧୀରେ ଧୀରେ କମିବାରେ ଲାଗୁଛି ଓ ମାନସିକ ଚାପ ମଧ୍ୟରେ କାର୍ଯ୍ୟ ସମ୍ପାଦନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସଂଘ ଆସନ୍ତା ୨୭ ତାରିଖରେ ଭୁବନେଶ୍ୱର ସ୍ଥିତ ଲୋୟର ପିଏମ୍‌ଜିଠାରେ ରାଜ୍ୟର ସମସ୍ତ ଜିଲାର ବିଭିନ୍ନ ବିଭାଗର ଅମଲାମାନେ ନିଜର ନାର୍ଯ୍ୟ ଦାବି ସରକାରଙ୍କୁ ଜଣାଇବା ସହିତ ଦାବି ପୂରଣ ନ ହେଲେ ବାଧ୍ୟ ହୋଇ ରାଜରାସ୍ତାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri