୧୪ ସୁଦ୍ଧା ଦାବି ପୂରଣ ନ ହେଲେ ଆନ୍ଦୋଳନ

ନୂଆପଡ଼ା,୯ା୪ (ମକାରୁ ବେମାଲ): ରାଜ୍ୟ ଯୋଗାଣ ସହାୟକ ସଂଘ ନିଷ୍ପତ୍ତିକ୍ରମେ ସୋମବାର ନୂଆପଡ଼ା ଜିଲାରେ କାର୍ଯ୍ୟରତ ଯୋଗାଣ ସହାୟକମାନେ ସମୂହ ଛୁଟି ପାଇଁ ସରକାରଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ୨୦୧୨ଠାରୁ ଯୋଗାଣ ସହାୟକମାନେ ଜିଲାର ବିଭିନ୍ନ ପଞ୍ଚାୟତରେ ଖାଦ୍ୟ ସାମଗ୍ରୀ ଯୋଗାଣ ଦାୟିତ୍ୱ ନିର୍ବାହ କରିଆସୁଛନ୍ତି। ଦୀର୍ଘବର୍ଷ ହେବ ସ୍ଥାୟୀ ନିଯୁକ୍ତି ସହ ଦରମା ବୃଦ୍ଧି ପାଇଁ ଦାବି କରିଆସୁଥିଲେ ମଧ୍ୟ କୌଣସ ସୁଫଳ ମିଳୁ ନ ଥିବାରୁ ବାଧ୍ୟ ହୋଇ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ସଂଘ ନିଷ୍ପତ୍ତି ନେଇଛି। ଏହାକୁ ନେଇ ଜିଲା ଯୋଗାଣ ସହାୟକ ସଂଘ ସଭାପତି ନରେନ୍ଦ୍ର ବାଗ ଓ ସମ୍ପାଦକ ପିତାମ୍ବର ଶଗରିଆଙ୍କ ନେତୃତ୍ୱରେ ସମସ୍ତ ଯୋଗାଣ ସହାୟକ ଜିଲା ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି। ଜିଲାପାଳଙ୍କ ଅନୁପସ୍ଥିତିରେ ଡାକ ଯୋଗେ ଦାବିପତ୍ର ପଠାଇଛନ୍ତି। ଆସନ୍ତା ୧୪ ତାରିଖ ସୁଦ୍ଧା ଦାବି ପୂରଣ ନ ହେଲେ ୧୫ରୁ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ କୋଷାଧ୍ୟକ୍ଷ ନରୋତ୍ତମ ଗଉଡ, ରତନଲାଲ ସହିସ, ସଂକୀର୍ତ୍ତନ ବାରିକ, ପୁରନ ଦାସ, ରୁଦ୍ରାକ୍ଷର ହଂସ, ନେପାଲ ରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri