ଜମାଟଙ୍କା ନ ଫେରାଇଲେ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୪।୨ ଚିଟଫଣ୍ଡ୍‌ ସଂସ୍ଥା ଦ୍ୱାରା ଅନେକ ଜମାକାରୀ ଠକାମୀର ଶୀକାର ହୋଇଛନ୍ତି। ସରକାରଙ୍କ ପାଖରେ ବାରମ୍ବାର ଦାବି ସତ୍ତ୍ବେ ସେମାନେ ସେମାନଙ୍କ ଜମାଟଙ୍କା ଫେରି ପାଇ ନାହାନ୍ତି। ଏହାକୁ ନେଇ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ ସୋମବାର ଆର୍ଥିକ ସଂସ୍ଥା ଦ୍ୱାରା କ୍ଷତିଗ୍ରସ୍ତ ମିଳିତ ମଞ୍ଚ ବରଗଡ଼ରେ ବିକ୍ଷୋଭ ପ୍ରଦର୍ଶନ କରିଛି। ଏହାସହିତ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ତହସିଲଦାର ପ୍ରଶାନ୍ତ କୁମାର ମହାପାତ୍ରଙ୍କୁ ସ୍ମାରକପତ୍ର ପ୍ରଦାନ କରିଛି। କ୍ଷତିଗ୍ରସ୍ତ ଜମାକାରୀଙ୍କୁ ତୁରନ୍ତ ଜମାଟଙ୍କା ଫେରାଇବାକୁ କ୍ଷତିଗ୍ରସ୍ତ ମିଳିତ ମଞ୍ଚ ଦାବି କରିଛି।
ସୋମବାର ସକାଳେ କ୍ଷତିଗ୍ରସ୍ତ ଜମାକାରୀମାନେ ସ୍ଥାନୀୟ ଲୋକମଣ୍ଡପ ପଡ଼ିଆରୁ ଏକ ବିଶାଳ ଶୋଭାଯାତ୍ରାରେ ତହସିଲ ଅଫିସ ଅଭିମୁଖେ ଯାଇ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନେ ଅଭିଯୋଗ କରିଥିଲେ, ବରଗଡ଼ ଜିଲାରେ ୧ଲକ୍ଷ ୬୦ହଜାର ଜମାକାରୀ ଚିଟ୍‌ଫଣ୍ଡ ସଂସ୍ଥା ଦ୍ୱାରା ପ୍ରାୟ ୩ଲକ୍ଷ କୋଟି ଟଙ୍କା କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ସ୍ଥିତିରେ ଜମାକାରୀଙ୍କୁ ଚିହ୍ନଟ କରି ସେମାନଙ୍କ ଜମାଟଙ୍କା ଫେରାଇବା ପାଇଁ ବାରମ୍ବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ମାତ୍ର ଏପର୍ଯ୍ୟନ୍ତ କିଛି ସୁଫଳ ମିଳି ନ ଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତଦନ୍ତକାରୀ ସଂସ୍ଥା ଏହାର ବିଧିବଦ୍ଧ ତଦନ୍ତ କରିବା ସହ ଜମାକାରୀଙ୍କୁ ସେମାନଙ୍କ ଜମାଟଙ୍କା ତୁରନ୍ତ ଫେରସ୍ତ କରିବାକୁ ଦାବି ହୋଇଛି। ଜମାଟଙ୍କା ଫେରସ୍ତ ନ ହେଲେ ଆନ୍ଦୋଳନ ତୀବ୍ର କରିବାକୁ ସେମାନେ ଚେତାବନୀ ଦେଇଛନ୍ତି। ମିଳିତ ମଞ୍ଚର ସଭ୍ୟ ରମେଶ ମହାପାତ୍ର, ଜିଲା ସଂଯୋଜକ ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଜମାକାରୀମାନେ ତହସିଲ କାର୍ଯ୍ୟାଳୟକୁ ଆସି ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri