ଜମାଟଙ୍କା ନ ଫେରାଇଲେ ଆନ୍ଦୋଳନ

ବରଗଡ଼ ଅଫିସ୍‌,୧୪।୨ ଚିଟଫଣ୍ଡ୍‌ ସଂସ୍ଥା ଦ୍ୱାରା ଅନେକ ଜମାକାରୀ ଠକାମୀର ଶୀକାର ହୋଇଛନ୍ତି। ସରକାରଙ୍କ ପାଖରେ ବାରମ୍ବାର ଦାବି ସତ୍ତ୍ବେ ସେମାନେ ସେମାନଙ୍କ ଜମାଟଙ୍କା ଫେରି ପାଇ ନାହାନ୍ତି। ଏହାକୁ ନେଇ ଜମାକାରୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏହି କ୍ରମରେ ସୋମବାର ଆର୍ଥିକ ସଂସ୍ଥା ଦ୍ୱାରା କ୍ଷତିଗ୍ରସ୍ତ ମିଳିତ ମଞ୍ଚ ବରଗଡ଼ରେ ବିକ୍ଷୋଭ ପ୍ରଦର୍ଶନ କରିଛି। ଏହାସହିତ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ତହସିଲଦାର ପ୍ରଶାନ୍ତ କୁମାର ମହାପାତ୍ରଙ୍କୁ ସ୍ମାରକପତ୍ର ପ୍ରଦାନ କରିଛି। କ୍ଷତିଗ୍ରସ୍ତ ଜମାକାରୀଙ୍କୁ ତୁରନ୍ତ ଜମାଟଙ୍କା ଫେରାଇବାକୁ କ୍ଷତିଗ୍ରସ୍ତ ମିଳିତ ମଞ୍ଚ ଦାବି କରିଛି।
ସୋମବାର ସକାଳେ କ୍ଷତିଗ୍ରସ୍ତ ଜମାକାରୀମାନେ ସ୍ଥାନୀୟ ଲୋକମଣ୍ଡପ ପଡ଼ିଆରୁ ଏକ ବିଶାଳ ଶୋଭାଯାତ୍ରାରେ ତହସିଲ ଅଫିସ ଅଭିମୁଖେ ଯାଇ ସେଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେମାନେ ଅଭିଯୋଗ କରିଥିଲେ, ବରଗଡ଼ ଜିଲାରେ ୧ଲକ୍ଷ ୬୦ହଜାର ଜମାକାରୀ ଚିଟ୍‌ଫଣ୍ଡ ସଂସ୍ଥା ଦ୍ୱାରା ପ୍ରାୟ ୩ଲକ୍ଷ କୋଟି ଟଙ୍କା କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ସ୍ଥିତିରେ ଜମାକାରୀଙ୍କୁ ଚିହ୍ନଟ କରି ସେମାନଙ୍କ ଜମାଟଙ୍କା ଫେରାଇବା ପାଇଁ ବାରମ୍ବାର ସରକାରଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ମାତ୍ର ଏପର୍ଯ୍ୟନ୍ତ କିଛି ସୁଫଳ ମିଳି ନ ଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତଦନ୍ତକାରୀ ସଂସ୍ଥା ଏହାର ବିଧିବଦ୍ଧ ତଦନ୍ତ କରିବା ସହ ଜମାକାରୀଙ୍କୁ ସେମାନଙ୍କ ଜମାଟଙ୍କା ତୁରନ୍ତ ଫେରସ୍ତ କରିବାକୁ ଦାବି ହୋଇଛି। ଜମାଟଙ୍କା ଫେରସ୍ତ ନ ହେଲେ ଆନ୍ଦୋଳନ ତୀବ୍ର କରିବାକୁ ସେମାନେ ଚେତାବନୀ ଦେଇଛନ୍ତି। ମିଳିତ ମଞ୍ଚର ସଭ୍ୟ ରମେଶ ମହାପାତ୍ର, ଜିଲା ସଂଯୋଜକ ସୁଶାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଜମାକାରୀମାନେ ତହସିଲ କାର୍ଯ୍ୟାଳୟକୁ ଆସି ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

ସୁଭଦ୍ରାର ପଞ୍ଚମ କିସ୍ତି ବଣ୍ଟନ, ବଲାଙ୍ଗୀରର ୩ ମହିଳା ସ୍ବାବଲମ୍ବୀ ହୋଇଥିବାରୁ…

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ନେଇ ଜିଲାସ୍ତରୀୟ କାର୍ଯ୍ୟକ୍ରମ ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ଅଡିଟୋରିୟମରେ ଅନୁଷ୍ଠିତ…

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri