ଆଇନଶୃଙ୍ଖଳା ପରିସ୍ଥିତି ନ ସୁଧୁରିଲେ ଆନ୍ଦୋଳନ: ବିଜେଡି

ଭୁବନେଶ୍ୱର,୨୫।୧୧(ଅନିଲ ଦାସ): ରାଜ୍ୟରେ ଭାଜପା କ୍ଷମତାକୁ ଆସିବାର ୫ ମାସ ପୂରିଯାଇଥିଲା ବେଳେ ଆଇନ ଶୃଙ୍ଖଳା କେବଳ ବିପର୍ଯ୍ୟସ୍ତ ହୋଇନି, ରାଜ୍ୟ ପୋଲିସ ବାହିନୀକୁ ସରକାରୀ ଗୁଣ୍ଡା ଭାବେ ବ୍ୟବହାର କରାଯାଉଛି ବୋଲି ବିଜେଡି ଅଭିଯୋଗ କରିଛି। ଶଙ୍ଖଭବନଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡିର ମୁଖ୍ୟସଚେତକ ତଥା ପୂର୍ବତନ ବାଚସ୍ପତି ପ୍ରମିଳା ମଲ୍ଲିକ ଓ ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା ଭାଜପା ସରକାରଙ୍କ ଶାସନ କାଳରେ ଘଟିଥିବା ପ୍ରମୁଖ ଆପରାଧିକ ଘଟଣାଗୁଡ଼ିକର ଏକ ଲମ୍ବା ତାଲିକା ଗଣମାଧ୍ୟମ ସମ୍ମୁଖରେ ରଖିଛନ୍ତି । ସୋମବାର ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ପୋଲିସ୍‌ର ବିବାଦୀୟ ଭୂମିକା ଉପରେ ଏକ ସ୍ମାରକପତ୍ର ପ୍ରଦାନ କରିବ। ଏହାପରେ ସ୍ଥିତିରେ ସୁଧାର ନ ଆସିଲେ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବୋଲି ଉଭୟ ନେତା କହିଛନ୍ତି।
ପ୍ରମିଳା କହିଛନ୍ତି, ରାଜ୍ୟରେ ଭାଜପା କ୍ଷମତାକୁ ଆସୁ ଆସୁ ବିଭିନ୍ନ ଆପରାଧିକ ଘଟଣା ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି। ଅନେକ ଘଟଣାରେ ପୋଲିସ୍‌ର ଭୂମିକା ମଧ୍ୟ ଚିନ୍ତାଜନକ ରହିଛି। ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣର ଅଭିଯୋଗ ଉପରେ ପୋଲିସ୍‌ର କାର୍ଯ୍ୟାନୁଷ୍ଠାନ ଏକତରଫା ରହିଛି ବୋଲି ସେ କହିଛନ୍ତି। ଦାସବର୍ମା କହିଛନ୍ତି, ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣ ଅଭିଯୋଗର ସତ୍ୟାସତ୍ୟକୁ ନେଇ ସନ୍ଦେହ ରହିଛି। ବିଧାୟକଙ୍କ ଦ୍ୱାରା ଭିନ୍ନ ଭିନ୍ନ ଗଣମାଧ୍ୟମକୁ ଦିଆଯାଇଥିବା ବୟାନ ମଧ୍ୟରେ ତାଳମେଳ ରହୁ ନ ଥିବାରୁ ତାଙ୍କ କଥାର ସତ୍ୟତାକୁ ନେଇ ପ୍ରଶ୍ନ ଉଠିଛି।
ଏହି ଘଟଣାରେ ବିଧାୟକ କରିଥିବା ସମସ୍ତ ଦାବି ଅମୂଳକ ଓ ଭିିତ୍ତିହୀନ ବୋଲି ସ୍ପଷ୍ଟ ହେଉଛି। ସମଗ୍ର ଘଟଣାଟି ତାଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ବେଳେ ପୋଲିସ ସରକାରୀ ଦଳର ବୋଲକରା ସାଜିଛି ବୋଲି ଦାସବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri