ଆଇନଶୃଙ୍ଖଳା ପରିସ୍ଥିତି ନ ସୁଧୁରିଲେ ଆନ୍ଦୋଳନ: ବିଜେଡି

ଭୁବନେଶ୍ୱର,୨୫।୧୧(ଅନିଲ ଦାସ): ରାଜ୍ୟରେ ଭାଜପା କ୍ଷମତାକୁ ଆସିବାର ୫ ମାସ ପୂରିଯାଇଥିଲା ବେଳେ ଆଇନ ଶୃଙ୍ଖଳା କେବଳ ବିପର୍ଯ୍ୟସ୍ତ ହୋଇନି, ରାଜ୍ୟ ପୋଲିସ ବାହିନୀକୁ ସରକାରୀ ଗୁଣ୍ଡା ଭାବେ ବ୍ୟବହାର କରାଯାଉଛି ବୋଲି ବିଜେଡି ଅଭିଯୋଗ କରିଛି। ଶଙ୍ଖଭବନଠାରେ ରବିବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡିର ମୁଖ୍ୟସଚେତକ ତଥା ପୂର୍ବତନ ବାଚସ୍ପତି ପ୍ରମିଳା ମଲ୍ଲିକ ଓ ପୂର୍ବତନ ମନ୍ତ୍ରୀ ସଞ୍ଜୟ ଦାସବର୍ମା ଭାଜପା ସରକାରଙ୍କ ଶାସନ କାଳରେ ଘଟିଥିବା ପ୍ରମୁଖ ଆପରାଧିକ ଘଟଣାଗୁଡ଼ିକର ଏକ ଲମ୍ବା ତାଲିକା ଗଣମାଧ୍ୟମ ସମ୍ମୁଖରେ ରଖିଛନ୍ତି । ସୋମବାର ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ଭେଟି ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ପୋଲିସ୍‌ର ବିବାଦୀୟ ଭୂମିକା ଉପରେ ଏକ ସ୍ମାରକପତ୍ର ପ୍ରଦାନ କରିବ। ଏହାପରେ ସ୍ଥିତିରେ ସୁଧାର ନ ଆସିଲେ ବିଜେଡି ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବୋଲି ଉଭୟ ନେତା କହିଛନ୍ତି।
ପ୍ରମିଳା କହିଛନ୍ତି, ରାଜ୍ୟରେ ଭାଜପା କ୍ଷମତାକୁ ଆସୁ ଆସୁ ବିଭିନ୍ନ ଆପରାଧିକ ଘଟଣା ରାଜ୍ୟବାସୀଙ୍କୁ ବ୍ୟଥିତ କରିଛି। ଅନେକ ଘଟଣାରେ ପୋଲିସ୍‌ର ଭୂମିକା ମଧ୍ୟ ଚିନ୍ତାଜନକ ରହିଛି। ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣର ଅଭିଯୋଗ ଉପରେ ପୋଲିସ୍‌ର କାର୍ଯ୍ୟାନୁଷ୍ଠାନ ଏକତରଫା ରହିଛି ବୋଲି ସେ କହିଛନ୍ତି। ଦାସବର୍ମା କହିଛନ୍ତି, ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କ ଉପରେ ଆକ୍ରମଣ ଅଭିଯୋଗର ସତ୍ୟାସତ୍ୟକୁ ନେଇ ସନ୍ଦେହ ରହିଛି। ବିଧାୟକଙ୍କ ଦ୍ୱାରା ଭିନ୍ନ ଭିନ୍ନ ଗଣମାଧ୍ୟମକୁ ଦିଆଯାଇଥିବା ବୟାନ ମଧ୍ୟରେ ତାଳମେଳ ରହୁ ନ ଥିବାରୁ ତାଙ୍କ କଥାର ସତ୍ୟତାକୁ ନେଇ ପ୍ରଶ୍ନ ଉଠିଛି।
ଏହି ଘଟଣାରେ ବିଧାୟକ କରିଥିବା ସମସ୍ତ ଦାବି ଅମୂଳକ ଓ ଭିିତ୍ତିହୀନ ବୋଲି ସ୍ପଷ୍ଟ ହେଉଛି। ସମଗ୍ର ଘଟଣାଟି ତାଙ୍କ ଦ୍ୱାରା ସୃଷ୍ଟି କରାଯାଇଥିବା ବେଳେ ପୋଲିସ ସରକାରୀ ଦଳର ବୋଲକରା ସାଜିଛି ବୋଲି ଦାସବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri