ବର୍ଷା ପୂର୍ବରୁ ରାସ୍ତା ନିର୍ମାଣ ନ ହେଲେ ଆନ୍ଦୋଳନ

ରାୟଗଡ଼ା/ଟିକିରି,୨୩।୨(ସ୍ବ.ପ୍ର./ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଗଠନ ଇତି ମଧ୍ୟରେ ୩୦ ବର୍ଷ ବିତିଯାଇଥିଲେ ମଧ୍ୟ ଏବେବି ଜିଲାର ବହୁ ଅଞ୍ଚଳରେ ଗମନାଗମନ ସୁବିଧା ହୋଇପାରି ନାହିଁ। ଆଜି ବି ଲୋକେ ନଦୀ, ନାଳ ପାରି ହୋଇଯାଉଥିବା ଦେଖିବାକୁ ମିଳୁଛି। ଏନେଇ ବ୍ଲକଠାରୁ ଆରମ୍ଭ କରି ଜିଲା ପ୍ରଶାସନିକ ଅଧିକାରୀଙ୍କୁ ଗୁହାରି କଲେ ମଧ୍ୟ ସମାସ୍ୟାର ସମାଧାନ ହୋଇପାରୁନାହିଁ। ଏହିଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅଧୀନ ଗୋରଖପୁର ପଞ୍ଚାୟତ କାହ୍ନୁଗୁଡ଼ା ଗ୍ରାମରେ। ଏନେଇ ଗ୍ରାମବାସୀ ଗୁରୁବାର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି।

ମିଳିଥିବା ସୂଚନା ମୁତବକ, ଗ୍ରାମବାସୀ ଗୋରଖପୁର, କାଶୀପୁର ଓ ରାୟଗଡ଼ାକୁ ଆସିବାକୁ ହେଲେ ତାଙ୍କୁ ଗାଁ ନିକଟରେ ଯାଇଥିବା ନାଳ ପାରି ହେବାକୁ ପଡ଼େ। ହେଲେ ନାଳରେ ପୋଲ ନିର୍ମାଣ ହେଉ ନ ଥିବାରୁ ଲୋକେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଆଗକୁ ବର୍ଷା ଦିନ। ବର୍ଷା ହେଲେ ନାଳରେ ପାଣି ଭରି ରହୁଛି। ଫଳରେ ଲୋକଙ୍କୁ ଯିବା ଆସିବାରେ ଅସୁବିଧା ହେଉଛି। ସାଧାରଣତଃ ଗାଁରେ ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଲେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ପିଲାଙ୍କ ପାଠ ପଢ଼ାରେ ମଧ୍ୟ ବ୍ୟଘାତ ସାଜିଛି ଗମନାଗମନ। ଏନେଇ ବାରମ୍ବାର ଅଭିଯୋଗ ହେବା ଫଳରେ ଗ୍ରାମ୍ୟ ନିର୍ମାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ କରକମଳରେ ୬କି.ମି ବିଶିଷ୍ଟ ଏକ ରାସ୍ତା ମଞ୍ଜୁରୀ ହୋଇଥିଲା। ଗତ ଜାନୁୟାରୀ ୨୦୨୨ରେ ମନ୍ତ୍ରୀ ସାରକା ଓ ପୂର୍ବତନ ରାଜ୍ୟ ସଭା ସାଂସଦ ଏନ୍‌.ଭାସ୍କର ରାଓଙ୍କ ଉପସ୍ଥିତିରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ବର୍ତ୍ତମାନ ରାସ୍ତା କାମ ସରୁନାହିଁ କି ମଞ୍ଜୁରୀ ହୋଇଥିବା ନକ୍ସା ହିସାବରେ ରାସ୍ତା ନିର୍ମାଣ ହେଉନାହିଁ।

ସରକାରୀ ଜମିରେ ରାସ୍ତା ନିର୍ମାଣ ନ କରି ସମ୍ପୃକ୍ତ ଠିକାଦାର ପ୍ରାଇଭେଟ ଜମିରେ ରାସ୍ତା ନିର୍ମାଣ କରୁଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମବାସୀ ମିଳିତ ଭାବେ ଗତ ବର୍ଷ ନଭେମ୍ବର ୧୫ରେ ଜିଲାପାଳ ଏବଂ ଗ୍ରାମ୍ୟ ନିର୍ମାଣ ବିଭାଗ ନିର୍ବାହୀ ଯନ୍ତ୍ରୀ ଏବଂ ୨୨ତାରିଖରେ କାଶୀପୁର ତହସିଲଦାର, ୨୪ରେ କାଶୀପୁର ଥାନା ଭାରପ୍ରାପ୍ତ ଅଧିକାରୀ ଏବଂ ଡିସେମ୍ବର ୧୯ ତାରିଖରେ ପୁଣି ଥରେ ଜିଲାପାଳଙ୍କୁ ଭେଟି ରାସ୍ତା ନିର୍ମାଣରେ ଠିକାଦାରଙ୍କ ମନମୁଖୀ କାର୍ଯ୍ୟକୁ ଅବଗତ କରାଇଥିଲେ। ଏପରିକି ଫେବୃୟାରୀ ୨୭ରେ ଏନେଇ ଗ୍ରାମବାସୀ ମନ୍ତ୍ରୀ ଓ ରାୟଗଡ଼ା ବିଧାୟକଙ୍କୁ ମଧ୍ୟ ଅବଗତ କରାଇଛନ୍ତି। ହେଲେ ବର୍ତ୍ତମାନ ସୁଦ୍ଧା କୌଣସି ସୁଫଳ ମିଳିନାହିଁ। ଏପରିକି ସମସ୍ୟାର ସମାଧାନ ପାଇଁ ଯେତେ ଗୁହାରି କଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଉ ନ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗ୍ରାମବାସୀ ଶେଷର ବାଧ୍ୟ ହୋଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବି ପତ୍ର ଜିଲାପାଳଙ୍କୁ ପ୍ରଦାନ କରିଛନ୍ତି।

ଦାବିପତ୍ରରେ କାହ୍ନୁଗୁଡ଼ାରେ ରହିଥିବା ଗମନାଗମନ, ପାନୀୟ ଜଳ, ଶିକ୍ଷା ଓ ସ୍ବାସ୍ଥ୍ୟ ସମସ୍ୟାର ତୁରନ୍ତ ସମାଧାନ ପାଇଁ ଉଲ୍ଲେଖ ରହିଛି। ଜିଲାପାଳ ଉକ୍ତ ଦାବିପତ୍ର ରାଜ୍ୟପାଳଙ୍କୁ ପ୍ରେରଣ କରି ସହ ତୁରନ୍ତ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ବର୍ଷା ଦିନ ପୂର୍ବରୁ ରାସ୍ତା ଓ ପୋଲ ନିର୍ମାଣ ଶେଷ ନ ହେଲେ ଗ୍ରାମବାସୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନ କରିବା ସହିତ ଆଗାମୀ ସାଧାରଣ ନିର୍ବାଚନରେ ଭୋଟ ବର୍ଜନ କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ଚିନିର ମୂଲ୍ୟ କିଲୋଗ୍ରାମ ପିଛା ୨୦ଟଙ୍କାରେ ପହଞ୍ଚିବା ପରେ କ’ଣ କହିଥିଲେ ଅଟଳ ବିହାରୀ ବାଜପେୟୀ? ଭିଡ଼ିଓ ହେଉଛି ଭାଇରାଲ, ତେଜିଲାଣି ରାଜନୀତି!

ନୂଆଦିଲ୍ଲୀ,୨୩।୮: ଚିନିର ମୂଲ୍ୟ ବୃଦ୍ଧି ପୁଣି ଥରେ ସାଧାରଣ ଲୋକଙ୍କ ବଜେଟକୁ ବାଧା ଦେବା ଆରମ୍ଭ କରିଛି। ଦେଶର ଅନେକ ରାଜ୍ୟରେ ଚିନିର ମୂଲ୍ୟ ପ୍ରତି କିଲୋଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri