ତେଜିଲା ଆନ୍ଦୋଳନ, ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୨୮।୯(ଦିଲ୍ଲୀପି ସାମଲ/ଦ୍ୱାରିକା ସାମଲ): ଅଖିଳ ଭାରତ କଂଗ୍ରେସ କମିଟିର ନିର୍ଦ୍ଦେଶ କ୍ରମେ ଭୋଟ ଚୋରି ଅଭିଯୋଗକୁ ନେଇ ମୁଖ୍ୟ ନିର୍ବାଚନ କମିସନରଙ୍କ ବିରୋଧରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ପକ୍ଷରୁ ଛତ୍ରପୁରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଜିଲା ସଭାପତି ରଶ୍ମି ରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ ଦଳୀୟ ନେତା ଏବଂ କର୍ମୀମାନେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ବିକ୍ଷୋଭ କରିବା ସହ ମୁଖ୍ୟ ନିର୍ବାଚନ କମିସନରଙ୍କ କୁଶପୁତ୍ତଳିକା ଦାହ କରିଥିଲେ।

ବିକ୍ଷୋଭକାରୀମାନେ ମୁଖ୍ୟ ନିର୍ବାଚନ କମିସନରଙ୍କ ବରଖାସ୍ତ ଓ ଗିରଫ ଦାବି କରି ନାରାବାଜି କରିଥିଲେ। ଏଥିସହ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଅତିରିକ୍ତ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା।

ଅନ୍ୟପକ୍ଷେ ବସ୍‌ଷ୍ଟାଣ୍ଡରୁ କଂଗ୍ରେସ ନେତା ଓ କର୍ମୀମାନେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚିଥିଲେ। ସେଠାରେ ଦଳୀୟ ନେତାମାନେ ନିର୍ବାଚନ ପ୍ରକ୍ରିୟା ଓ ମୁଖ୍ୟ ନିର୍ବାଚନ କମିସନରଙ୍କ କାର୍ଯ୍ୟପ୍ରଣାଳୀକୁ ନେଇ ପ୍ରଶ୍ନ ଉଠାଇଥିଲେ।

ବିକ୍ଷୋଭରେ ଗଞ୍ଜାମ ଜିଲା କଂଗ୍ରେସ କମିଟି (ପୂର୍ବ) ଜିଲା ଉପସଭାପତି (ସଂଗଠନ) ଅଶୋକ କୁମାର ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ରାଘବ ପରିଡ଼ା, ପୂର୍ବତନ ବିଧାୟକ ତଥା ପିସିସି ସାଧାରଣ ସମ୍ପାଦକ ତ୍ରିନାଥ ବେହେରା, ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ଚିକିଟି ବିଧାୟକ ପ୍ରାର୍ଥୀ ରବୀନ୍ଦ୍ରନାଥ ଦ୍ୟାନ ସାମନ୍ତରାୟ, ପୂର୍ବତନ ଜିଲା ପରିଷଦ ସଭ୍ୟ ତଥା ଉପସଭାପତି ବୃନ୍ଦାବନ ଖଟେଇ, ସମବାୟ ସେଲ ସଭାପତି ଅମୀୟ କୁମାର ପଟ୍ଟନାୟକ, ମହିଳା ନେତ୍ରୀ ସୁବାସିନୀ ପଟ୍ଟନାୟକ ଓ ସୁଜ୍ଞାନୀ ପଟ୍ଟନାୟକଙ୍କ ସମେତ ସମସ୍ତ ବ୍ଲକ ସଭାପତି ଏବଂ ବହୁ ନେତା ଓ କର୍ମୀ ସାମିଲ ହୋଇଥିଲେ।

ସେହିପରି ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି (ପଶ୍ଚିମ) ପକ୍ଷରୁ ମଧ୍ୟ ସମାନ ଦାବି ନେଇ ଜିଲା ସଭାପତି ଦଣ୍ଡପାଣି ପାତ୍ରଙ୍କ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଏଥିରେ ମହିଳା ସଭାପତି ସୁରଭି ବିଷୋୟୀ, ବରିଷ୍ଠ କଂଗ୍ରେସ ନେତା ମନମୋହନ ସାହୁ, ଜିଲା ଉପସଭାପତି ସୁନାରାମ ସାବତ, ଚିନ୍ମୟୀ ପ୍ରଧାନ, ପୁରୁଷୋତ୍ତମପୁର ବ୍ଲକ କଂଗ୍ରେସ ସଭାପତି ପ୍ରଦୀପ କୁମାର ମହାରଣା, କବିସୂର୍ଯ୍ୟନଗର ବ୍ଲକ କଂଗ୍ରେସ ସଭାପତି ବିଶ୍ୱନାଥ ଭୂୟାଁ, ଶେରଗଡ଼ ବ୍ଲକ କଂଗ୍ରେସ ସଭାପତି ସୁଶାନ୍ତ କୁମାର ବିଷୋୟୀଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ଯୋଗଦେଇ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ପଞ୍ଚାୟତ କାର୍ଯ୍ୟାଳୟରେ ଆଇନ ସଚେତନତା: ବିଭିନ୍ନ ଆଇନ ସମ୍ପର୍କରେ ଆଲୋଚନା

ଦିଗପହଣ୍ଡି, ୨୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଦିଗପହଣ୍ଡି ତାଲୁକ ଆଇନ ସେବା କମିଟି ପକ୍ଷରୁ ସୋମବାର ଏକ…

୧୬ ଶିକ୍ଷୟିତ୍ରୀ-ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି: ବିଭିନ୍ନ ମହଲରୁ ଶୁଭେଚ୍ଛା

କର୍ଲାମୁଣ୍ଡା, ୨୮।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ୧୬ ଜଣ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ପଦୋନ୍ନତି ମିଳିଥିବା ଜଣାପଡ଼ିଛି। ଏଥିରେ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୩ ଜଣ…

କାଠ ସଂଗ୍ରହ ବେଳେ ମହୁମାଛି ଆକ୍ରମଣ: ୪ ଜଣ ଆହତ, ତୁମୁଡ଼ିବନ୍ଧ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସାଧୀନ

ତୁମୁଡ଼ିବନ୍ଧ, ୨୮୯ (ଦୀପକ କୁମାର ପରାସେଠ): ଜାଳେଣି କାଠ ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିବାବେଳେ ମହୁମାଛି ଆକ୍ରମଣରେ ୪ ଜଣ ଆହତ ହୋଇଛନ୍ତି। କନ୍ଧମାଳ ଜିଲା ତୁମୁଡ଼ିବନ୍ଧ…

କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲା: ବିଦ୍ୟୁତ୍‌ ବିଭାଗର ୩ ଯନ୍ତ୍ରୀ କଲେ ଆତ୍ମସମର୍ପଣ

କେନ୍ଦୁଝର,୨୮।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବହୁ ଚର୍ଚ୍ଚିତ ଷ୍ଟ୍ରିଟ ଲାଇଟ୍‌ ଦୁର୍ନୀତି ମାମଲାରେ ୩ଜଣ ଯନ୍ତ୍ରୀ ଆତ୍ମସମର୍ପଣ କରିଛନ୍ତି। ସୋମବାର କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ବିଦ୍ୟୁତ୍‌…

ମଙ୍ଗଳ-ଚନ୍ଦ୍ରଙ୍କ ସଂଯୋଗରେ ମହାଲକ୍ଷ୍ମୀ ରାଜଯୋଗ: ୨୦୨୭ ପୂର୍ବରୁ କର୍କଟ ସମେତ ୪ ରାଶି ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର!

ନଭେମ୍ବର ଆରମ୍ଭରେ ଗ୍ରହମାନଙ୍କ ସ୍ଥିତିରେ ଏକ ବିଶେଷ ପରିବର୍ତ୍ତନ ଦେଖିବାକୁ ମିଳିବ। ପଞ୍ଚାଙ୍ଗ ଅନୁସାରେ, ୧ ନଭେମ୍ବର ୨୦୨୬ରେ ଚନ୍ଦ୍ର ଓ ମଙ୍ଗଳ ଏକାଠି କର୍କଟ ରାଶିରେ…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?