ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ ବନ୍ଦ କରିଛନ୍ତି।

ସୂଚନାନୁଯାୟୀ, ପୂର୍ତ୍ତବିଭାଗ ଅଧୀନରେ ହାଣ୍ଡିଭଙ୍ଗାଠାରୁ କୁଜିଡ଼ିହି ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ସହିତ ରାସ୍ତାକଡ଼ରେ ଡ୍ରେନ୍‌ ନିର୍ମାଣ କାର୍ଯ୍ୟ ଚାଲୁଛି। ତେବେ ଗଡିଆ ବଜାରରେ ଥିବା ସରକାରୀ ଜାଗାକୁ ଅବରୋଧ କରାଯାଇ ଦୋକାନ ଗୃହ ନିର୍ମାଣ ହେବା ଫଳରେ ରାସ୍ତାର ପ୍ରଶସ୍ତିକରଣରେ ବାଧା ସୃଷ୍ଟି ହେଉଛି। ତେଣୁ ଗଡ଼ିଆଛକ ସ୍ଥାନ ପୂର୍ବରୁ ୭ ମିଟର ଓସାରର କ୍ୟାରେଜ ଓ୍ବେ ପରେ ମାଟି ପଡ଼ିବା ପରେ ବର୍ଷାଜଳ ନିଷ୍କାସନ ପାଇଁ ଡ୍ରେନ ନିର୍ମାଣ ହେବା ବଦଳରେ ପିଚୁ ରାସ୍ତାକୁ ଲାଗି ଡ୍ରେନ୍‌ ନିର୍ମାଣ ହେଉଛି। ଫଳରେ ରାସ୍ତାର ପ୍ରଶସ୍ତିକରଣ କମ୍‌ ହେଉଛି। ଏନେଇ ଗ୍ରାମବାସୀ ପୂର୍ବରୁ ବାରିପଦା ପୂର୍ତ୍ତବିଭାଗକୁ ଏକ ଅଭିଯୋଗ ପତ୍ର ଜଣାଇଥିଲେ। କିନ୍ତୁ କାର୍ଯ୍ୟ କରୁଥିବା ଠିକାଦାର ସଂସ୍ଥା ଆଖି ବୁଜି ଦେଇ ଅଳ୍ପ କିଛି ଦୂର ରାସ୍ତାକୁ ଓସରିଆ କରି ଡ୍ରେନ୍‌ ନିର୍ମାଣ କରିଥିବା ବେଳେ ଗଡ଼ିଆ ବଜାର ଦେଇ ଯାଇଥିବା ରାସ୍ତାକୁ ଲଗେଇ ଡ୍ରେନ ନିର୍ମାଣ କରିଛି। ଫଳରେ ଭବିଷ୍ୟତରେ ଦୁର୍ଘଟଣା ହେବାର ଆଶଙ୍କା ସୃଷ୍ଟି ହୋଇଛି। ଏହାକୁ ବିରୋଧ କରି ଗଡ଼ିଆ ସରପଞ୍ଚ ବାସନ୍ତୀ ଟୁଡୁ,ପୂର୍ବତନ ସରପଞ୍ଚ ଦେବେନ୍ଦ୍ର ଟୁଡୁ, ପୂର୍ବତନ ସମିତି ସଭ୍ୟ ମାତାଲ ଟୁଡୁ,ସୁବ୍ରତ ମହାକୁଡ଼,ରଜନୀ ଦିଗାର ଏବଂ ଅନ୍ୟ ଗ୍ରାମବାସୀ କାର୍ଯ୍ୟ ନିର୍ମାଣ କରୁଥିବା ଠିକାଦାର ସଂସ୍ଥାର ସାଇଟ୍‌ ଇଞ୍ଜିନିୟର ଅବିନାଶ ନାଏକଙ୍କୁ ଅଟକ ରଖିବା ସହିତ କାର୍ଯ୍ୟକୁ ବନ୍ଦ କରିଥିଲେ। ଏନେଇ ପୂର୍ତ୍ତବିଭାଗର ଏସ୍‌ଡିଓ ଗୌରୀଚରଣ ଗିରିଙ୍କୁ ପଚାରିବାରୁ ମୋରଡ଼ା ତହସିଲଦାରଙ୍କୁ ଏବାବଦରେ ଜଣାଇ ସମସ୍ତ ଦୋକାନ ଗୃହକୁ ଭଙ୍ଗା ଯାଇ ରାସ୍ତାକୁ ସଠିକ୍‌ ଭାବେ ଓସାରିଆ କରାଯାଇ ଡ୍ରେନ ନିର୍ମାଣ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି।…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?