ଚାଷୀଙ୍କ ସମସ୍ୟା ସମାଧାନ ନ ହେବା ଯାଏଁ ଆନ୍ଦୋଳନ: ଭାଜପା

ଭୁବନେଶ୍ବର, ୧୬ା୧୧(ବ୍ୟୁରୋ): ମୁଣ୍ଡ ଉପରେ ପଦ୍ମପୁର ଉପନିର୍ବାଚନ ଥିବାବେଳେ ଏଠାରେ ବାଜିମାତ୍‌ କରିବାକୁ ବିଜେଡି ଏବଂ ଭାଜପା ଚାଷୀ ପ୍ରସଙ୍ଗକୁ ଢାଲ କରିଛନ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଚାଷୀ ପାଇ ନ ଥିବା ବୀମା ରାଶିକୁ ନେଇ ଉଭୟ ଦଳ ପରସ୍ପର ବିରୋଧରେ ଦୋଷ ଦେବାରେ ଲାଗିଛନ୍ତି। ଭାଜପା ଏନେଇ ବିଜେଡିକୁ ଦୋଷ ଦେଉଥିବା ବେଳେ ବିଜେଡି ଏହାକୁ ନାଟକବାଜି ବୋଲି କହିଛି। ପଦ୍ମପୁରରେ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀ କରି କହିଛନ୍ତି, ଭାଜପା ରାଜ୍ୟରେ ଚାଷୀଙ୍କ ହକ୍‌ ପାଇଁ ସବୁବେଳେ ରାଜନୈତିକ ଲଢ଼େଇ କରିଆସିଛି। ରାଜ୍ୟ ସରକାର ଚାଷୀଙ୍କ ସମସ୍ୟା ବିଷୟରେ ଆଦୌ କର୍ଣ୍ଣପାତ କରନ୍ତିନାହିଁ। ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା, ଇନ୍‌ପୁଟ୍‌ ସବ୍‌ସିଡିରୁ ଚାଷୀ ବଞ୍ଚିତ ହେବା, ଫସଲବୀମାରେ ଚାଷୀ କ୍ଷତିପୂରଣ ନ ପାଇବା, ଅଭାବୀ ବିକ୍ରିରୁ ନେଇ ଜଳସେଚନର ଅଭାବ ଏସବୁ ପାଇଁ ରାଜ୍ୟ ସରକାର ଦାୟୀ। ରାଜ୍ୟ ସରକାରଙ୍କ ଏହି ଚାଷୀମାରଣ ନୀତି ବିରୋଧରେ ଭାଜପା ବ୍ୟାପକ ଜନ ଆନ୍ଦୋଳନ କରିବ ବୋଲି ଭାଜପା ରାଜ୍ୟ ସଭାପତି ସମୀର କହିଛନ୍ତି। ସେ ଆହୁରି କହିଛନ୍ତି, ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାର କ୍ରିୟାନ୍ବୟନ ରାଜ୍ୟ ସରକାରଙ୍କ ହାତରେ ନ୍ୟସ୍ତ ରହିଛି। ରାଜ୍ୟ ସରକାର ବୀମା କମ୍ପାନୀ ନିଯୁକ୍ତି କରନ୍ତି। କାହିଁକି ୬ଟି ସରକାରୀ ବୀମା କମ୍ପାନୀ ଥାଇ ମଧ୍ୟ ରାଜ୍ୟ ସରକାର ଏଚ୍‌ଡିଏଫ୍‌ସିକୁ ନିଯୁକ୍ତି କରିଥିଲେ। ସେହିପରି ୨୦୧୭ରେ ଗଙ୍ଗାଧର ମେହେର ଲିଫ୍ଟ ଇରିଗେଶନ ପ୍ରକଳ୍ପ ବିଷୟରେ ଘୋଷଣା କରାଯାଇଥିଲା। କିନ୍ତୁ ଏହି ପ୍ରକଳ୍ପକୁ ୫ ବର୍ଷ ବିତିସାରିଥିଲେ ମଧ୍ୟ ଏଯାଏଁ ପ୍ରକଳ୍ପ କାମ ସରିଲା ନାହିଁ। ସେହିପରି ୨୦୧୬ରେ ମୁଖ୍ୟମନ୍ତ୍ରୀ ସୋହେଲାଠାରେ ଆୟୋଜିତ ଏକ ଜନସଭାରେ ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୧୦୦ ଟଙ୍କା ବୋନସ ଦେବାର ପ୍ରତିଶ୍ରୁତି ଦେଇଥିଲେ। ପରବର୍ତ୍ତୀ ସମୟରେ ତାହା କାର୍ଯ୍ୟକାରୀ ନ କରି ଚାଷୀଙ୍କୁ ପ୍ରତାରଣା କରିଛନ୍ତି। ଯେ ପର୍ଯ୍ୟନ୍ତ ରାଜ୍ୟ ସରକାର ଚାଷୀମାନଙ୍କ ସମସ୍ୟାର ସମାଧାନ କରିନାହାନ୍ତି ଭାଜପା ଚୁପ୍‌ ବସିବ ନାହିଁ ବୋଲି ସମୀର କହିଛନ୍ତି।
ଓଡ଼ିଶା ଚାଷୀଙ୍କ ସହ ଜଡ଼ିତ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟବାସୀ ଭାଜପାର ନାଟକବାଜି, ମିଥ୍ୟା ପ୍ରଚାର ଏବଂ ନକଲି କାରବାରକୁ ଦେଖୁଥିବା ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି । ଭାଜପା ଖବରଦାତା ସମ୍ମିଳନୀରେ ଆଣିଥିବା ଅଭିଯୋଗ ଉପରେ ପ୍ରତିକ୍ରିୟା ରଖି ଶ୍ରୀମୟୀ କହିଛନ୍ତି, ସୋମବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପଦ୍ମପୁରରେ ତାଙ୍କ ଅଭିଭାଷଣରେ ଅଭିଯୋଗ କରିଥିଲେ ଯେ ଓଡ଼ିଶା ସରକାର କାହିଁକି ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା କାର୍ଯ୍ୟକାରୀରେ ଏଚ୍‌ଡିଏଫ୍‌ସିକୁ ମନୋନୀତ କରିଛନ୍ତି। ବୋଧହୁଏ ସେ ଜାଣିନାହାନ୍ତି ଯେ ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହିମାଚଳ ପ୍ରଦେଶ, କର୍ନାଟକ, ଆସାମ, ତ୍ରିପୁରା ଏବଂ ମହାରାଷ୍ଟ୍ର ଭଳି ଭାଜପା ଶାସିତ ରାଜ୍ୟ ମଧ୍ୟ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ପାଇଁ ଏକ କାର୍ଯ୍ୟକାରୀ କମ୍ପାନୀ ଭାବେ ଏଚ୍‌ଡିଏଫ୍‌ସିକୁ ବାଛିଛନ୍ତି । ଏହି ଭାଜପା ଶାସିତ ରାଜ୍ୟଗୁଡିକ ମଧ୍ୟ ଅନ୍ୟାୟ କରିଥିବା ସେ କହିବାକୁ ଚାହୁଁଛନ୍ତି କି ବୋଲି ଶ୍ରୀମୟୀ ପ୍ରଶ୍ନ କରିଛନ୍ତି । ଓଡ଼ିଶାର ଲୋକମାନେ ସତ କ’ଣ ଜାଣିବାକୁ ଚାହାନ୍ତି। ପିଏମ୍‌ଏଫ୍‌ବିୱାଇ ପାଇଁ ବୀମା ଏଜେନ୍ସିଗୁଡିକ କେନ୍ଦ୍ର ସରକାରଙ୍କ ଦ୍ୱାରା ପରିଚାଳିତ ଜାତୀୟ ଟେଣ୍ଡର ଜରିଆରେ ମନୋନୀତ ହୋଇଛନ୍ତି। କେନ୍ଦ୍ର ସରକାରଙ୍କ ଦ୍ୱାରା ତାଲିକାଭୁକ୍ତ ହୋଇଛନ୍ତି । ଚାଷୀ ପ୍ରସଙ୍ଗରେ ଭାଜପା ଦ୍ୱାରା ପ୍ରଦର୍ଶିତ ହେଉଥିବା ନାଟକବାଜି ଏବଂ ମିଥ୍ୟାକୁ ଓଡ଼ିଶାର ଲୋକମାନେ ପସନ୍ଦ କରନ୍ତି ନାହିଁ ଏବଂ ଏଥିପାଇଁ ସେମାନଙ୍କୁ ଉପଯୁକ୍ତ ଜବାବ ଦେବେ ବୋଲି ଶ୍ରୀମୟୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?