‘ଯୋଗ୍ୟଙ୍କୁ ଆବାସ ନ ମିଳିବା ଯାଏ ଆନ୍ଦୋଳନ’

ଧାମନଗର, ୨୫।୧ (ଡି.ଏନ.ଏ./ସ୍ବ.ପ୍ର.): ଭଦ୍ରକ ଜିଲା ଧାମନଗର ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଚଞ୍ଚକତା ପ୍ରତିବାଦରେ ମଙ୍ଗଳବାର ଭାଜପା ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଛି। ବିଧାୟକ ସୂର୍ଯ୍ୟବଂଶୀ ସୂରଜଙ୍କ ନେତୃତ୍ୱରେ ଦଳୀୟ କର୍ମୀ ଓ ଆବାସ ତାଲିକାରୁ ବାଦ୍‌ ପଡ଼ିଥିବା ବହୁ ହିତାଧିକାରୀ ଧାମନଗର ମେଡିକାଲଠାରୁ ବିଭିନ୍ନ ସ୍ଲୋଗାନ ଦେଇ ଶୋଭାଯାତ୍ରାରେ ବ୍ଲକ ଅଫିସ ପାଖକୁ ଯାଇଥିଲେ। ବ୍ଲକ ଛକ ଦମକଳ କେନ୍ଦ୍ରଠାରେ ଅଶୋକ ପୁହାଣଙ୍କ ସଭାପତିତ୍ୱରେ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ରାଜ୍ୟ ସରକାର ନିଜେ ଦାୟିତ୍ୱ ନେଇ ନିରପେକ୍ଷ ଭାବେ ସର୍ଭେ କରନ୍ତୁ ଏବଂ ଯୋଗ୍ୟ ହିତାଧିକାରୀଙ୍କୁ ନେଇ ଠିକ୍‌ ତାଲିକା ପ୍ରସ୍ତୁତ କରନ୍ତୁ। ଯେପର୍ଯ୍ୟନ୍ତ ଯୋଗ୍ୟ ହିତାଧିକାରୀଙ୍କ ଠିକ୍‌ ତାଲିକା ପ୍ରସ୍ତୁତ ନ କରାଯାଇଛି ସେପର୍ଯ୍ୟନ୍ତ ଏହାକୁ ସ୍ଥଗିତ ରଖନ୍ତୁ। ଯୋଗ୍ୟଙ୍କୁ ପ୍ରଧାନମନ୍ତ୍ରୀ ଆବାସ ନ ମିଳିବା ଯାଏ ଭାଜପା ଏ ଆନ୍ଦୋଳନ ଜାରି ରଖିବ। ଉପନିର୍ବାଚନ ସମୟରେ ଧାମନଗର ଦାୟିତ୍ୱ ନେଇଥିଲେ। କିନ୍ତୁ ଆଜି ଗରିବ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସରୁ କାହିଁକି ବଞ୍ଚତ୍ତ କରିଛନ୍ତି। ଭାଜପାର ବିଧାୟକ ଜିତିଛନ୍ତି ବୋଲି କି ବିଧାୟକ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଶ୍ନ କରିଥିଲେ। ଶେଷରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ବିଡିଓଙ୍କ ମାଧ୍ୟମରେ ପ୍ରଦାନ କରାଯାଇଥିଲା। ୭ଦିନ ଭିତରେ ଠିକ୍‌ ଭାବେ ହିତାଧିକାରୀ ଚୟନ ତାଲିକା ପ୍ରକାଶିତ କରାଯାଉ। ସରକାର ଏହାକୁ ଅଣଦେଖା କଲେ ଓ ଗ୍ରାମସଭା ଆୟୋଜନ ନ କରି ତାଲିକା ପ୍ରସ୍ତୁତ କରାଗଲେ ଆଗାମୀ ସପ୍ତାହରୁ ଘର ପାଇବାରୁ ବଞ୍ଚତ୍ତ ହିତାଧିକାରୀଙ୍କ ସହଯୋଗରେ ଭାଜପା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବ୍ଲକ ଅଫିସଠାରୁ ବିଧାନସଭା ଘେରାଉ ପର୍ଯ୍ୟନ୍ତ ଲଢ଼େଇ ଜାରି ରଖିବ ବୋଲି ସେ ଚେତାବନୀ ଦେଇଛନ୍ତି।
ବିଧାୟକଙ୍କ ସହ ପୂର୍ବତନ ଜିଲା ପରିଷଦ ସଭ୍ୟ ମନୋରଞ୍ଜନ ମଲ୍ଲିକ, ଚତୁର୍ଭୁଜ ନାୟକ, ଅରବିନ୍ଦ ପତି, ରାମଚନ୍ଦ୍ର ମିଶ୍ର, ଦୀପ୍ତି ରଞ୍ଜନ ଜେନା, ଅଜୟ ବଳ, ଅଶୋକ ପଣ୍ଡା, ରଞ୍ଜନ ପଣ୍ଡା, ପ୍ରୀତମ ଦାସ, ମିନତି ସାହୁ, ଶରତ ମହାନ୍ତି, ପ୍ରଶାନ୍ତ ନାୟକ, ଶ୍ରୀକାନ୍ତ ନାୟକ, ବୈକୁଣ୍ଠ ସାହୁ, ବୁଲୁ ପୋଥାଳ, ଦେବେନ୍ଦ୍ର ପୁହାଣ, ବିଜୟ ରାମ, ରମେଶ ଚନ୍ଦ୍ର ପତି, କ୍ଷେତବାସୀ ବାରିକ, ଉମାମଣି ସାହୁ, ପୁଷ୍ପାଞ୍ଜଳି ବେହେରା, କବିତାରାଣୀ ରାୟ ପ୍ରମୁଖ ଏଥିରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri