Posted inଜାତୀୟ

ଭାଜପା ବିଧାୟକଙ୍କ ଗାଡି ଉପରକୁ ପଥର ମାଡ : ୫ ଆହତ

ପାଟନା,୧୬।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଜୋରଦାର ବିରୋଧ କରାଯାଉଛି। କିଛି ରାଜନୈତିକ ଦଳ ଓ ଯୁବକ ସଙ୍ଗଠନ ଏହି ଯୋଜନାକୁ ବିରୋଧ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ବିହାରରେ ଏହି ବିରୋଧ ପ୍ରଦର୍ଶନ ଜୋରଦାର ହୋଇଛି। ବିକ୍ଷୋଭକାରୀମାନେ ଅନେକ ସ୍ଥାନରେ ଯାତ୍ରୀବାହୀ ଟ୍ରେନ୍‌ରେ ନିଆଁ ଲଗାଇଦେଇଛନ୍ତି। ଅନେକ ରେଲୱେ ଷ୍ଟେଶନରେ ଭଙ୍ଗାରୁଜା ମଧ୍ୟ କରିଛନ୍ତି।
ଅଗ୍ନିପଥ ଯୋଜନା ବିରୋଧରେ ବିକ୍ଷୋଭକାରୀମାନେ ଭାଜପା ବିଧାୟକ ଅରୁଣା ଦେବୀଙ୍କ ଗାଡି ଉପରେ ପଥର ଫିଙ୍ଗିଛନ୍ତି। ଏଥିରେ ବିଧାୟକଙ୍କ ସମେତ ପାଞ୍ଚ ଜଣ ଆହତ ହୋଇଛନ୍ତି।
ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ। ଏହାକୁ ବିରୋଧ କରି ଛାତ୍ରମାନେ ରେଳ ଧାରଣା ଉପରେ ଧାରଣା ଦେଇଛନ୍ତି। ଏହାସହ ଆରା ଷ୍ଟେଶନରେ ଭଙ୍ଗାରୁଜା କରିଛନ୍ତି। ବଭୁଆ- ପାଟନା ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଟ୍ରେନ ସେବା ପୂରାପୁରି ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri