Posted inଜାତୀୟ

ଉପମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରେ ପଥରମାଡ଼

ପାଟନା,୧୭।୫: କେନ୍ଦ୍ର ସରକାରଙ୍କ ନୂଆ ଅଗ୍ନିପଥ ଯୋଜନାକୁ ବିରୋଧ କରି ବିଭିନ୍ନ ରାଜ୍ୟରେ ଶୁକ୍ରବାର ଯୁବକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ସକାଳୁ ଯୁବକମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଉତ୍ତରପ୍ରଦେଶ ଓ ବିହାର ସମେତ ଅନେକ ରାଜ୍ୟର ରେଲଓ୍ବେ ଷ୍ଟେସନ ଓ ସରକାରୀ ସମ୍ପତ୍ତିଗୁଡ଼ିକୁ ଭାଙ୍ଗିବା ସହ ଜାଳିପୋଡ଼ି ନଷ୍ଟ କରିଦେଉଥିବା ଦେଖିବାକୁ ମିଳିଛି। ଇତିମଧ୍ୟରେ ବିହାରର ବେଟିୟାରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉପଦ୍ରବକାରୀମାନେ ସୁପ୍ରିୟା ରୋଡରେ ଯାନବାହାନ ଭଙ୍ଗାରୁଜା କରିବା ସହ ଉପ-ମୁଖ୍ୟମନ୍ତ୍ରୀ ରେଣୁୁ ଦେବୀଙ୍କ ବାସଭବନ ଉପରେ ମଧ୍ୟ ପଥରମାଡ଼ କରିଛନ୍ତି। ଫଳରେ ତାଙ୍କ ଘରର କାଚ ଭାଙ୍ଗିଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ବିକ୍ଷୋଭକାରୀଙ୍କୁ ଆୟତ୍ତ କରି ସେଠାରୁ ଘଉଡାଇଦେଇଥିଲେ। ସୂଚନା ମୁତାବକ ଉପ-ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଭଡ଼ାଟିଆ ଏବଂ ଅନ୍ୟ କର୍ମଚାରୀମାନେ ବାସ କରନ୍ତି। ଅନ୍ୟପଟେ ରେଲଓ୍ବେ ଷ୍ଟେସନରେ ମଧ୍ୟ ବିକ୍ଷୋଭକାରୀ ଠିଆହୋଇଥିବା ଟ୍ରେନରେ ନିଆଁ ଲଗାଇବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଫଳରେ ଯାତ୍ରୀମାନଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri