ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୭ା୮(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆରରେ ଗୁରୁବାର ଅଗ୍ନି -୪ ମଧ୍ୟମ ଦୂରଗାମୀ ବାଲିଷ୍ଟିକ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ଏହି ପରୀକ୍ଷଣ ଷ୍ଟ୍ରାଟେଜିକ୍‌ ଫୋର୍ସ କମାଣ୍ଡର ତତ୍ତ୍ୱାବଧାନରେ ଚାଲିଥିବା ନିୟମିତ ୟୁଜର୍‌ ଟ୍ରେନିଂ ଲଞ୍ଚର ଏକ ଅଂଶବିଶେଷ ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପରମାଣୁ ଯୁଦ୍ଧାସ୍ତ୍ର ବହନ କ୍ଷମତା ଥିବା ଅଗ୍ନି – ୪ କ୍ଷେପଣାସ୍ତ୍ର ୪,୦୦୦ କି.ମି. ଦୂରରେ ଥିବା ଟାର୍ଗେଟକୁ ସଫଳତାର ସହ ଲକ୍ଷ୍ୟଭେଦ କରିଥିଲା। ଅଗ୍ନି -୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଭାରତର ‘ସର୍ବନିମ୍ନ ବିଶ୍ୱସନୀୟ ପ୍ରତିରୋଧ’ ନୀତିର କ୍ଷମତା ପ୍ରମାଣିତ କରିଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସମ୍ପୂର୍ଣ୍ଣ ସ୍ବଦେଶୀ ଜ୍ଞାନ କୌଶଳରେ ନିର୍ମିତ ଏହି କ୍ଷେପଣାସ୍ତ୍ରର ଲମ୍ବ ୨୦ ମିଟର, ବ୍ୟାସ ୨ ମିଟର ଓ ଓଜନ ୧୭ ମେଟ୍ରିକ୍‌ ଟନ୍‌। ଏହା ହଜାରେ କିଲୋଗ୍ରାମ ଓଜନ ପର୍ଯ୍ୟନ୍ତ ଉଭୟ ପାରମ୍ପରିକ ଓ ଆଣବିକ ଯୁଦ୍ଧାସ୍ତ୍ର ବହନ କରିିପାରିବ। ଏହି ପରୀକ୍ଷଣର ସଫଳତାକୁ ନେଇ ପ୍ରତିରକ୍ଷା ବିଭାଗର ବୈଜ୍ଞାନିକ, କ୍ଷେପଣାସ୍ତ୍ର ବିଶେଷଜ୍ଞଙ୍କ ସମେତ ବିଭାଗୀୟ ଅଧିକାରୀ ଓ କର୍ମଚାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?