Posted inଜାତୀୟ

ମିଥ୍ୟା ଖବର ପ୍ରସାରକୁ ନେଇ ସରକାରଙ୍କ ବଡ଼ ପଦକ୍ଷେପ: ୩୫ ହ୍ବାଟସଆପ ଗ୍ରୁପ ବ୍ୟାନ୍‌, ୧୦ ଗିରଫ

ନୂଆଦିଲ୍ଲୀ,୧୯।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶର ଅନେକ ରାଜ୍ୟରେ ଯୁବକମାନେ ବିରୋଧ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ରବିବାର ୩ ସେନା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରି ସମସ୍ତ ସନ୍ଦେହ ଦୂର କରାଯାଇଥିଲା। ଏହାସତ୍ତ୍ୱେ ମଧ୍ୟ ସୋସିଆଲ ମିଡିଆରେ ମିଥ୍ୟା ଖବର ପ୍ରସାରିତ ହେଉଛି। ଏଥିପାଇଁ ସରକାର ଏକ ବଡ ପଦକ୍ଷେପ ନେଇଛନ୍ତି। ଅଗ୍ନିପଥ ଯୋଜନା ସମ୍ପର୍କରେ ମିଥ୍ୟା ଖବର ପ୍ରଚାର କରୁଥିବା ବିରୋଧରେ କେନ୍ଦ୍ର ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମିଥ୍ୟା ଖବର ପ୍ରଚାର କରି ଆନ୍ଦୋଳନକୁ ଉସକାଉଥିବା ଅଭିଯୋଗରେ ୩୫ଟି ହ୍ବାଟସଆପ ଗ୍ରୁପକୁ ବ୍ୟାନ କରାଯାଇଛି। ସେହିପରି ଯୁବକମାନଙ୍କୁ ହିଂସା ସୃଷ୍ଟି କରିବା ପାଇଁ ପ୍ରବର୍ତ୍ତାଉ ଥିବା ୧୦ ଜଣଙ୍କୁ ଗିରଫ କରାଯାଇଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏହାସହ ହ୍ବାଟସଆପ୍‌ରେ ପ୍ରଚାର ହେଉଥିବା ଖବରର ଯାଞ୍ଚ ପାଇଁ କେନ୍ଦ୍ର ସରକାର ୮୭୯୯୭୧୧୨୫୯ ନମ୍ବର ମଧ୍ୟ ଜାରି କରିଛନ୍ତି। ଏହି ନମ୍ବର ଦ୍ୱାରା ଲୋକମାନେ ଅଗ୍ନିପଥ ଯୋଜନା ସମ୍ପର୍କରେ ଉପଯୁକ୍ତ ତଥ୍ୟ ହାସଲ କରିପାରିବେ।
ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ। ଏହାକୁ ବିରୋଧ କରି ଛାତ୍ରମାନେ ରେଳ ଧାରଣା ଉପରେ ଧାରଣା ଦେଇଛନ୍ତି। ଏହାସହ ଟ୍ରେନ୍‌ରେ ନିଆଁ ଲଗାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

IVF ମାଧ୍ୟମରେ ଏହି ରାଜ୍ୟରେ ଜନ୍ମ ନେଲା ବାଛୁରୀ: ବିଶ୍ୱରେ ପ୍ରଥମ

ଗୌହାଟି,୨୪।୮: ଆସାମ ପଶୁପାଳନ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ଏକ ପ୍ରମୁଖ ସଫଳତା ହାସଲ କରିଛି। IVF (ଇନ-ଭିଟ୍ରୋ ଫର୍ଟିଲାଇଜେସନ) ପ୍ରଯୁକ୍ତିବିଦ୍ୟା ବ୍ୟବହାର କରି ରାଜ୍ୟରେ ସ୍ବଦେଶୀ ‘ଲଖିମୀ’ ପ୍ରଜାତିର…

ଶିକ୍ଷକ ଅଭାବରୁ ତାତିଲେ ଲୋକେ, ସ୍କୁଲରେ ADEO-BEOଙ୍କୁ ପକାଇଲେ ତାଲା

ଭଦ୍ରକ,୨୪ା୮(ସନାତନ ରାଉତ): ଶିକ୍ଷକ ଅଭାବକୁ ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି ଛାତ୍ରୀଛତ୍ର । ଅତିରିକ୍ତ ଜିଲା ଶିକ୍ଷାଧିକାରୀ ଏବଂ ବ୍ଲକ ଶିକ୍ଷାଧିକାରୀଙ୍କୁ ସ୍କୁଲ ଭିତରେ ତାଲା ପକାଇଦେଇଛନ୍ତି ।…

ଚିନି ଦରରେ ନିଆଁ: କେନ୍ଦ୍ର ସରକାର ସ୍ପଷ୍ଟ କଲେ ଦରବୃଦ୍ଧିର କାରଣ, କମିଯିବ କି….

ନୂଆଦିଲ୍ଲୀ,୨୪ା୮: ଦେଶରେ ପର୍ବପର୍ବାଣୀ ଋତୁ ଆରମ୍ଭ ହୋଇଥିବା ବେଳେ ଦୈନନ୍ଦିନ ଆବଶ୍ୟକ ସାମଗ୍ରୀ ଚିନିର ଦର ବଢ଼ିବା ନେଇ ଚିନ୍ତା ବଢ଼ିଛି । ଚିନି ମହଙ୍ଗା ହେବା…

ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା: ବଦଳିଲା ୧୫ ବିମାନର ରୁଟ୍‌

ନୂଆଦିଲ୍ଲୀ,୨୪।୮: ଦିଲ୍ଲୀ ଏନ୍‌ସିଆରରେ ପ୍ରବଳ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁ ବିମାନ ସେବା ପ୍ରଭାବିତ ହୋଇଛି। ବର୍ଷାକୁ ଦୃଷ୍ଟିରେ ରଖି ଦିଲ୍ଲୀ ବିମାନବନ୍ଦରରେ ୧୫ଟି ବିମାନର…

‘ରସୁଣ-ପିଆଜ ନପଡ଼ିଲେ ମାଛ ଆମିଷ ନୁହେଁ’, ମନ୍ତ୍ରୀଙ୍କ ଦାବିକୁ ନେଇ ତେଜିଲା ଚର୍ଚ୍ଚା

ଲକ୍ଷ୍ନୌ,୨୪ା୮: ମାଛ ଆମିଷ ନା ନିରାମିଷ? ଏହି ପ୍ରଶ୍ନକୁ ନେଇ ଉତ୍ତରପ୍ରଦେଶରେ ଏବେ ରାଜନୈତିକ ବିବାଦ ଦେଖାଦେଇଛି । ମାଛକୁ ନିରାମିଷ ବୋଲି ମନ୍ତ୍ରୀ ସଞ୍ଜୟ ନିଷାଦଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri