Posted inଜାତୀୟ

ଜମ୍ମୁ ତାୱି-ଗୁଆହାଟି ଏକ୍ସପ୍ରେସ ଟ୍ରେନରେ ଲଗାଇଦେଲେ ନିଆଁ

ପାଟନା,୧୭।୬: ସେନାରେ ନୂତନ ନିଯୁକ୍ତି ଯୋଜନା ‘ଅଗ୍ନିପଥ’ ବିରୋଧରେ ଲଗାତାର ତୃତୀୟ ଦିନ ପାଇଁ ବିହାରରେ ତୀବ୍ର ପ୍ରଦର୍ଶନ କରାଯାଇଛି। ଆଜି ସକାଳେ ବିହାରର ସାମସ୍ତିପୁରରେ ଜମ୍ମୁ ତାୱି-ଗୁଆହାଟି ଏକ୍ସପ୍ରେସ ଟ୍ରେନରେ ପ୍ରଦର୍ଶନକାରୀମାନେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ଟ୍ରେନର ଦୁଇଟି ବଗି ଜଳିଯାଇଛି। ହାଜିପୁର-ବରୌନି ମୋହିଉଦ୍ଦିନଗର ଷ୍ଟେଶନରେ ଏହି ଘଟଣା ଘଟିଛି। ଅନ୍ୟପକ୍ଷରେ ପ୍ରଦର୍ଶନକାରୀମାନେ ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ ଟ୍ରେନରେ ମଧ୍ୟ ନିଆଁ ଲଗାଇ ଦେଇଛନ୍ତି। ଏହି ଟ୍ରେନ ଦରଭଙ୍ଗାଠାରୁ ନୂଆଦିଲ୍ଲୀ ଯାଉଥିଲା। ଟ୍ରେନର ଚାରିଟି ବଗି ଜଳିଯାଇଛି।
ସୂଚନାଯୋଗ୍ୟ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ନିଯୁକ୍ତି ପାଇଁ ଅଗ୍ନିପଥ ଯୋଜନା ଆରମ୍ଭ କରିବାକୁ ଘୋଷଣା କରାଯାଇଛି। ଏହି ଯୋଜନା ଅଧୀନରେ, ଇଚ୍ଛୁକ ଯୁବକମାନଙ୍କୁ ୪ ବର୍ଷ ପାଇଁ ସଶସ୍ତ୍ର ବାହିନୀରେ ନିଯୁକ୍ତି ଦିଆଯିବ। ଏହାକୁ ବିରୋଧ କରି ଛାତ୍ରମାନେ ରେଳ ଧାରଣା ଉପରେ ଧାରଣା ଦେଇଛନ୍ତି। ଏହାସହ ଆରା ଷ୍ଟେଶନରେ ଭଙ୍ଗାରୁଜା କରିଛନ୍ତି। ଫଳରେ ଟ୍ରେନ ସେବା ପୂରାପୁରି ବାଧାପ୍ରାପ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri