ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି: କିପରି କରିବେ ପଞ୍ଜିକରଣ ଜାଣନ୍ତୁ …

କଟକ,୧୧ା୩(କାର୍ତ୍ତିକ ସାହୁ): ଭାରତୀୟ ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି ଅନ୍‌ଲାଇନ ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୪ ନିମନ୍ତେ ଅନ୍‌ଲାଇନ୍‌ ପଞ୍ଜିକରଣ ଜାରି ରହିଛି।

ଫେବୃଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ଏହି ପଞ୍ଜିକରଣ ମାର୍ଚ୍ଚ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ। କଟକ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ, ବାଲେଶ୍ୱର, ଖୋର୍ଦ୍ଧା, ଯାଜପୁର, ପୁରୀ ଏବଂ ଭଦ୍ରକ ଜିଲାର ଯୋଗ୍ୟ ପ୍ରାର୍ଥୀମାନେ ଆବେଦନ କରିପାରିବେ।

ପ୍ରାର୍ଥୀମାନେ ଭାରତୀୟ ସେନାର ୱେବସାଇଟ୍‌ www.joinindianarmy.nic.in ମାଧ୍ୟମରେ ନାମ ପଞ୍ଜିକରଣ କରିପାରିବେ। ପ୍ରାର୍ଥୀମାନଙ୍କୁ କମ୍ପ୍ୟୁଟର ଆଧାରିତ ଅନ୍‌ଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା ଦେବାକୁ ହେବ। ଆବେଦନକାରୀ ୨୫୦ ଟଙ୍କା ପରୀକ୍ଷା ଫି ଦାଖଲ କରିବେ। ଆଗାମୀ ଏପ୍ରିଲ ୨୨ ପରେ ରାଜ୍ୟର ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଏହି ଅନ୍‌ଲାଇନ୍‌ ପରୀକ୍ଷା ଅନୁଷ୍ଠିତ ହେବ।

ଆବେଦନକାରୀମାନଙ୍କୁ ଅନଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା ସହ ପରିଚିତ କରାଇବା ପାଇଁ ୱେବସାଇଟ୍‌ରେ ଏକ ଅଭ୍ୟାସ ପରୀକ୍ଷା ଉପଲବ୍‌ଧ ରହିଛି। ପଞ୍ଜିକରଣ ସମ୍ବନ୍ଧିତ କୌଣସି ଅନୁସନ୍ଧାନ ନିମନ୍ତେ ପ୍ରାର୍ଥୀମାନେ କଟକସ୍ଥିତ ଆର୍ମି ନିଯୁକ୍ତି କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri