‘ଅଗ୍ନିପଥ ଯୋଜନା ସୁରକ୍ଷା ପ୍ରତି ବିପଦ’

ଭୁବନେଶ୍ୱର,୮ା୭(ବ୍ୟୁରୋ): ଓଡ଼ିଶା ପ୍ରଦେଶ ଯୁବକଂଗ୍ରେସର ଏକଦିବସୀୟ ଯୁବ ଚିନ୍ତନ ବୈଠକ ଗୁରୁବାର କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଯୁଗ୍ମ ସମ୍ପାଦକ ତଥା ରାଷ୍ଟ୍ରୀୟ ପ୍ରଭାରୀ କ୍ରିଷ୍ଣା ଆଲାବାରୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଜୋର୍‌ଦାର ଲଢ଼େଇ କରିବାକୁ ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନା କିପରି ଯୁବପିଢ଼ିଙ୍କ ଭବିଷ୍ୟତ ନଷ୍ଟ କରିବା ସହ ଦେଶର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବ ସେ ସମ୍ପର୍କରେ ଜନଜାଗରଣ ସୃଷ୍ଟି କରିବାକୁ କହଛନ୍ତି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକ ଏହି ଅବସରରେ ଯୋଗଦେଇ କହିଛନ୍ତି, କଂଗ୍ରେସକୁ ଶାସନ କ୍ଷମତାକୁ ଆଣିବାକୁ ହେଲେ ଯୁବକଂଗ୍ରେସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଗାମୀ ଦିନରେ ରାଜ୍ୟରେ କଂଗ୍ରେସର ଆସନ ସଂଖ୍ୟା ୯ରୁ ୯୦ରେ ପହଞ୍ଚିବ। ଯୁବକଂଗ୍ରେସ ଏହି ମିଶନର ମୁଖ୍ୟ ସାରଥି ସାଜିବ ବୋଲି ଶରତ କରିଛନ୍ତି। ବୈଠକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ଲଢ଼େଇ ଜୋର୍‌ଦାର କରିବାକୁ ରଣନୀତି ପ୍ରସ୍ତୁତ ହୋଇଥିଲା। ବୁଥ୍‌ ସ୍ତରରେ ଯୁବବର୍ଗଙ୍କୁ ଏକତ୍ରିତ କରିବା ପାଇଁ ଯୁବକଂଗ୍ରେସ ପକ୍ଷରୁ ଯୁବ ସମ୍ପର୍କ ପଦଯାତ୍ରା କରାଯିବ ବୋଲି ସ୍ମୃତିରଞ୍ଜନ ଲେଙ୍କା କହିଛନ୍ତି। ପୂର୍ବତନ ଅଖିଳ ଭାରତ କଂଗ୍ରେସ କମିଟି ସମ୍ପାଦକ ବିଶ୍ୱରଞ୍ଜନ ମହାନ୍ତି ଯୋଗଦେଇ ରାଜ୍ୟ ତଥା ଦେଶର ବିକାଶ ପାଇଁ ଯୁବବର୍ଗ ଏକତ୍ରିତ ହେବା ସହ ଦୁର୍ନୀତି ବିରୋଧରେ ଜୋର୍‌ଦାର ଲଢ଼େଇ କରିବାକୁ ଆହ୍ବାନ ଦେଇଛନ୍ତି। ବୈଠକରେ ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ନିର୍ବାଚିତ ହୋଇଥିବା କାର୍ଯ୍ୟକର୍ତ୍ତାଙ୍କୁ ଯୁବକଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri