‘ଅଗ୍ନିପଥ ଯୋଜନା ସୁରକ୍ଷା ପ୍ରତି ବିପଦ’

ଭୁବନେଶ୍ୱର,୮ା୭(ବ୍ୟୁରୋ): ଓଡ଼ିଶା ପ୍ରଦେଶ ଯୁବକଂଗ୍ରେସର ଏକଦିବସୀୟ ଯୁବ ଚିନ୍ତନ ବୈଠକ ଗୁରୁବାର କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଯୁଗ୍ମ ସମ୍ପାଦକ ତଥା ରାଷ୍ଟ୍ରୀୟ ପ୍ରଭାରୀ କ୍ରିଷ୍ଣା ଆଲାବାରୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନବିରୋଧୀ ନୀତି ବିରୋଧରେ ଜୋର୍‌ଦାର ଲଢ଼େଇ କରିବାକୁ ଆହ୍ବାନ ଦେଇଛନ୍ତି। କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନା କିପରି ଯୁବପିଢ଼ିଙ୍କ ଭବିଷ୍ୟତ ନଷ୍ଟ କରିବା ସହ ଦେଶର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିବ ସେ ସମ୍ପର୍କରେ ଜନଜାଗରଣ ସୃଷ୍ଟି କରିବାକୁ କହଛନ୍ତି। ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଶରତ ପଟ୍ଟନାୟକ ଏହି ଅବସରରେ ଯୋଗଦେଇ କହିଛନ୍ତି, କଂଗ୍ରେସକୁ ଶାସନ କ୍ଷମତାକୁ ଆଣିବାକୁ ହେଲେ ଯୁବକଂଗ୍ରେସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଗାମୀ ଦିନରେ ରାଜ୍ୟରେ କଂଗ୍ରେସର ଆସନ ସଂଖ୍ୟା ୯ରୁ ୯୦ରେ ପହଞ୍ଚିବ। ଯୁବକଂଗ୍ରେସ ଏହି ମିଶନର ମୁଖ୍ୟ ସାରଥି ସାଜିବ ବୋଲି ଶରତ କରିଛନ୍ତି। ବୈଠକରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିରୋଧରେ ଲଢ଼େଇ ଜୋର୍‌ଦାର କରିବାକୁ ରଣନୀତି ପ୍ରସ୍ତୁତ ହୋଇଥିଲା। ବୁଥ୍‌ ସ୍ତରରେ ଯୁବବର୍ଗଙ୍କୁ ଏକତ୍ରିତ କରିବା ପାଇଁ ଯୁବକଂଗ୍ରେସ ପକ୍ଷରୁ ଯୁବ ସମ୍ପର୍କ ପଦଯାତ୍ରା କରାଯିବ ବୋଲି ସ୍ମୃତିରଞ୍ଜନ ଲେଙ୍କା କହିଛନ୍ତି। ପୂର୍ବତନ ଅଖିଳ ଭାରତ କଂଗ୍ରେସ କମିଟି ସମ୍ପାଦକ ବିଶ୍ୱରଞ୍ଜନ ମହାନ୍ତି ଯୋଗଦେଇ ରାଜ୍ୟ ତଥା ଦେଶର ବିକାଶ ପାଇଁ ଯୁବବର୍ଗ ଏକତ୍ରିତ ହେବା ସହ ଦୁର୍ନୀତି ବିରୋଧରେ ଜୋର୍‌ଦାର ଲଢ଼େଇ କରିବାକୁ ଆହ୍ବାନ ଦେଇଛନ୍ତି। ବୈଠକରେ ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ନିର୍ବାଚିତ ହୋଇଥିବା କାର୍ଯ୍ୟକର୍ତ୍ତାଙ୍କୁ ଯୁବକଂଗ୍ରେସ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri