ସବୁ ପ୍ରସଙ୍ଗରେ ଆଲୋଚନା ପାଇଁ ରାଜି

ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ବିଧାନସଭା ବଜେଟ୍‌ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିଜେଡିର ବିଧାୟକ ଦଳ ବୈଠକ ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଛି। ଅଧିବେଶନ ସମୟରେ ବିରୋଧୀ ଦଳର କିଭଳି ମୁକାବିଲା କରାଯିବ ସେନେଇ ମୁଖ୍ୟତଃ ଆଲୋଚନା କରାଯାଇଛି। ବିଜେଡି ବିଧାୟକ ଦଳ ବୈଠକ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କହିଛନ୍ତି, ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ସବୁ ଉଠାଇବେ ସରକାର ତାହା ଉପରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି। ତେବେ ସଂଘୀୟ ବ୍ୟବସ୍ଥାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ଓଡ଼ିଶା ପ୍ରତି ଅବହେଳା, ତୈଳଦର ଓ ଅତ୍ୟାବଶ୍ୟକ ସାମଗ୍ରୀ ଦରବୃଦ୍ଧି ପ୍ରସଙ୍ଗକୁ ଗୃହରେ ବିଜେଡି ଉଠାଇବ ବୋଲି ସେ କହିଛନ୍ତି। ତେବେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘଟୁଥିବା ହିଂସା କଥାକୁ ନେଇ ବିରୋଧୀ ଘେରିବା ଲାଗି ରଣନୀତି କରୁଥିବା ବେଳେ ବିଜେଡି ମଧ୍ୟ ଅନୁରୂପ ଭାବେ ବାଜପା ଶାସିତ ରାଜ୍ୟର ଉଦାହରଣ ଦେଇ ସେହି କଥାକୁ କାଉଣ୍ଟର କରିବ। ସେହିପରି ପଞ୍ଚାୟତ ନିର୍ବାଚନରେ ବିଜେଡି ପାଇଥିବା ଏକପାଖିଆ ସଫଳତା କଥାକୁ ମଧ୍ୟ ଶାସକ ଦଳ ଆଗକୁ ଆଣି ବିରୋଧୀଙ୍କ ମୁକାବିଲା ଆହୁରି ଭଲ ଭାବେ କରିପାରିବ ବୋଲି ଆଶା ରଖିଛି। ଅନ୍ୟପଟେ ପୌର ଭୋଟ୍‌ ଫଳାଫଳ ଆସିବା ପରେ ଆହୁରି ଶାସକ ଦଳକୁ ତାହା ସୁହାଇବ। ଅନ୍ୟପଟେ ନିକଟରେ ପ୍ରଧାନମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀମାନେ ବିଭିନ୍ନ ସମୟରେ ରାଜ୍ୟ ସରକାରଙ୍କୁ କରିଥିବା ପ୍ରଶଂସା ସମ୍ପର୍କରେ କହି ବିଜେଡି ବିରୋଧରେ ଭାଜପା ଆଣୁଥିବା ଅଭିଯୋଗର ମୁକାବିଲା କରିବା ପାଇଁ ଶାସକ ଦଳ ଆଲୋଚନା କରିଥିବା ଜଣାପଡିଛି। ଏହି ବୈଠକରେ ବିଜେଡିର ସମସ୍ତ ବିଧାୟକ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?