ବିଶ୍ୱତାପନ ବୃଦ୍ଧି ୧.୫ ଡିଗ୍ରୀରେ ସୀମିତ ପାଇଁ ସହମତି

ରୋମ୍‌, ୧।୧୧: ବିଶ୍ୱ ତାପନ ପ୍ରାକ୍‌ ଶିଳ୍ପାୟନ ସ୍ତରଠାରୁ ୧.୫ ଡିଗ୍ରୀ ସେଲ୍‌ସିୟସ୍‌ ଊର୍ଦ୍ଧ୍ୱରେ ସୀମିତ ରଖିବା ଆବଶ୍ୟକତା ଉପରେ ଜି-୨୦ ସମିଟ୍‌ରେ ୨୦ ସଦସ୍ୟ ରାଷ୍ଟ୍ର ସହମତ ହୋଇଛନ୍ତି। ୨୦୧୫ ପ୍ୟାରିସ୍‌ ଚୁକ୍ତିନାମାରେ ବିଶ୍ୱ ଉତ୍ତାପ ବୃଦ୍ଧିକୁ ୧.୫ ଡିଗ୍ରୀ ମଧ୍ୟରେ ସୀମିତ ରଖିବାକୁ ନିଷ୍ପତ୍ତି ହୋଇଥିଲା। ଏହାକୁ କଡ଼ାକଡ଼ି ପାଳନ କରିବା ଉପରେ ଜି-୨୦ ବୈଠକରେ ଗୁରୁତ୍ୱ ଦିଆଯିବା ସହ କଠୋର ଶବ୍ଦରେ ଉଲ୍ଲେଖ କରାଯାଇଛି। ଗ୍ଲାସ୍‌ଗୋରେ ରବିବାରଠାରୁ ଜଳବାୟୁ ପରିବର୍ତ୍ତନ ଉପରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆରମ୍ଭ ହୋଇଥିବାବେଳେ ଏହା ପୂର୍ବରୁ ଜି-୨୦ର ଉପରୋକ୍ତ ନିଷ୍ପତ୍ତି ଗୁରୁତ୍ୱପୂର୍ଣ୍ଣ। ଏହି ୨୦ ଅର୍ଥନୀତି ସମୃଦ୍ଧ ରାଷ୍ଟ୍ର ପାଖାପାଖି ୮୦ ପ୍ରତିଶତ ଅଙ୍ଗାରକାମ୍ଳ ନିର୍ଗମନ କରିଥାନ୍ତି। ବିଶ୍ୱ ତାପନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ସେମାନଙ୍କ ତରଫରୁ ପ୍ରତିଶ୍ରୁତି ଦିଆଯାଇଥିବାରୁ ଜଳବାୟୁ ପରିବର୍ତ୍ତନ ରୋକିବାରେ ଏହା ଯଥେଷ୍ଟ ସହାୟକ ହୋଇପାରିବ ବୋଲି କୁହାଯାଉଛି। ସମିଟ୍‌ର ଦ୍ୱିତୀୟ ଦିନରେ ଇଟାଲୀ ପ୍ରଧାନମନ୍ତ୍ରୀ ମାରିଓ ଡ୍ରାଘି ଜଳବାୟୁ ସମ୍ପର୍କରେ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିବା ସହ ପ୍ରତିପକ୍ଷମାନଙ୍କୁ ଲକ୍ଷ୍ୟ ଉଚ୍ଚ ରଖିବାକୁ ଆହ୍ବାନ ଦେଇଥିଲେ। ବିଶ୍ୱ ତାପନ ବୃଦ୍ଧି ୧.୫ ଡିଗ୍ରୀରେ ସୀମିତ ରଖିବା ଲାଗି ଲକ୍ଷ୍ୟ ଧାର୍ଯ୍ୟ କରାଗଲେ ୨୦୩୦ ବେଳକୁ ଅଙ୍ଗାରକାମ୍ଳ ନିର୍ଗମନ ୫୦ ପ୍ରତିଶତ ହ୍ରାସ ପାଇବା ସହ ୨୦୫୦ ବେଳକୁ ଶୂନରେ ପହଞ୍ଚତ୍ପାରିବ ବୋଲି ବିଶେଷଜ୍ଞମାନେ କହିଛନ୍ତି।
ଶନିବାରଠାରୁ ଆରମ୍ଭ ହୋଇଥିବା ଜି-୨୦ ସମିଟ୍‌ ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ବୋଧନ ଦେଇ କୋଭିଡ୍‌-୧୯ ମହାମାରୀ ମୁକାବିଲାରେ ବିଶ୍ୱ ସମୁଦାୟର ସହଯୋଗାତ୍ମକ ଆଭିମୁଖ୍ୟ ଆବଶ୍ୟକ ବୋଲି କହିଥିଲେ। ଗରିବ ଦେଶଗୁଡ଼ିକୁ କୋଭିଡ୍‌ ଟିକା ଯୋଗାଇଦେବା ଲାଗି ବୈଠକରେ ଆହ୍ବାନ ଦିଆଯାଇଥିଲା। ଭାରତ ୨୦୨୨ ଶେଷ ସୁଦ୍ଧା ୫୦୦ କୋଟି ଡୋଜ୍‌ ପ୍ରସ୍ତୁତ କରିବ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଧନୀ ରାଷ୍ଟ୍ରଗୁଡ଼ିକରେ ୭୦% ଲୋକ ଟିକା ନେଇଥିବାବେଳେ ଗରିବ ଦେଶରେ ମାତ୍ର ୩%ଙ୍କୁ ଏହି ସୁଯୋଗ ମିଳିଛି। ନୈତିକତା ଦୃଷ୍ଟିରୁ ଏହା ଆଦୌ ଗ୍ରହଣୀୟ ନୁହେଁ । ତେଣୁ ଧନୀ ରାଷ୍ଟ୍ରଗୁଡ଼ିକ ଗରିବ ଦେଶକୁ ଅଧିକ ଟିକା ଯୋଗାଇଦେବା ଲାଗି ଦୁଇଗୁଣ ଉଦ୍ୟମ କରିବାକୁ ଇଟାଲୀ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଥିଲେ। ଜି-୨୦ ସଦସ୍ୟ ରାଷ୍ଟ୍ରଗୁଡ଼ିକର ୧୫% ସର୍ବନିମ୍ନ କର୍ପୋରେଟ୍‌ ଟିକସ ଯୋଜନାକୁ ମୋଦି ସ୍ବାଗତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri