ଡିସିବିଏଲ୍‌-ଏଲ୍‌ଭିପିଇଆଇର ରାଜିନାମା

ଭୁବନେଶ୍ୱର,୩୦।୧୧: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ୍‌ (ଡିସିବିଏଲ୍‌) ଓ ଏଲ୍‌. ଭି. ପ୍ରସାଦ ଆଇ ଇନ୍‌ଷ୍ଟିଚ୍ୟୁଟ୍‌ ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ନିକଟରେ ସ୍ବାକ୍ଷର ହୋଇଯାଇଛି। ବିଶେଷକରି କମ୍ପାନୀର କାର୍ଯ୍ୟ ପରିସର ଅଞ୍ଚଳରେ ବସବାସ କରୁଥିବା ଜନସାଧାରଣଙ୍କ ଜୀବନରେ ଉନ୍ନତି ଆଣିବା ନିମନ୍ତେ ଜାରି ରହିଥିବା ପ୍ରୟାସକୁ ଅଧିକ ତ୍ୱରାନ୍ବିତ କରିବା ନେଇ ଉକ୍ତ ଏମ୍‌ଓୟୁ ସ୍ବାକ୍ଷରିତ ହୋଇଥିବା କୁହାଯାଇଛି। ଏପରିକି ପରବର୍ତ୍ତୀ ପର୍ଯ୍ୟାୟରେ ତାହା କ୍ଷେତ୍ର ସ୍ତରରେ କାର୍ଯ୍ୟ କରାଯିବା ସହ ପ୍ରୋଜେକ୍ଟ ଦୃଷ୍ଟି ଜରିଆରେ ଜଉରୁମାଲ ଗ୍ରାମରେ ଏହାର ଶୁଭାରମ୍ଭ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଡିସିବିଏଲ୍‌ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ଏବଂ ୟୁନିଟ୍‌ ହେଡ୍‌-ରାଜଗାଙ୍ଗପୁର ଚେତନ ଶ୍ରୀବାସ୍ତବ, ଏଲ୍‌ଭିପିଇଆଇର ଭାଇସ ଚେୟାର ଡା. ରାଜୀବ ଆର୍‌. ପପ୍ପୁରୁ, ଡା. ନୀଳାଦ୍ରି ଭୂଷଣ ପାଢ଼ୀ ଏଇଡି-ଡିସିବିଏଲ୍‌, ରାଜଗାଙ୍ଗପୁର ବିଡିଓ ପୀୟୂଷ ଲୋହାର, ଡା. ଦେବସ୍ମିତା ମାଝି, ଯୋଗିତା ଟିଗା (ସରପଞ୍ଚ ଜଉରୁମାଲ), ଲାଲୁ ଲାକ୍ରା (ପଞ୍ଚାୟତ ସମିତି ସଭ୍ୟ) ଏବଂ ବ୍ଲକ ଅଧ୍ୟକ୍ଷା ସବିନା ମିଞ୍ଜ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଏ ସମ୍ପର୍କରେ ଡିସିବିଏଲ୍‌ର ଏକ୍‌ଜିକ୍ୟୁଟିଭ ଡାଇରେକ୍ଟର ତଥା ରାଜଗାଙ୍ଗପୁର ୟୁନିଟ୍‌ ହେଡ୍‌ ଚେତନ ଶ୍ରୀବାସ୍ତବ କହିଛନ୍ତି, ଆମେ ଏଲ୍‌.ଭି. ପ୍ରସାଦ ଆଇ ଇନ୍‌ଷ୍ଟିଚ୍ୟୁଟ ରାଜଗାଙ୍ଗପୁର ସହ ୨୦୧୫ରୁ ଅତି ଘନିଷ୍ଠ ଭାବେ ମିଶି କାର୍ଯ୍ୟ କରିଆସୁଛୁ। ଏହି ମିଳିତ ପ୍ରୟାସ ଆଇ ସେଣ୍ଟରକୁ ଲାଞ୍ଜିବେର୍ଣ୍ଣା ଅଞ୍ଚଳର ଜନସାଧାରଣଙ୍କ ନିକଟତର କରିପାରୁଛି ଏବଂ ସେମାନେ ଏହାର ସୁଯୋଗ ନେଉଛନ୍ତି ଏବଂ ଏହା ରାଜଗାଙ୍ଗପୁର ଓ ସୁନ୍ଦରଗଡ଼କୁ ଦୃଷ୍ଟିହୀନମୁକ୍ତ ଜିଲାରେ ପରିଣତ କରିବା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri