ଜିଏସିଏଲ୍‌ ସହ ବେଦାନ୍ତ ଆଲୁମିନିୟମର ବୁଝାମଣା

ଭୁବନେଶ୍ୱର,୩।୧(ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପ୍‌ର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ଏବଂ ଗୁଜରାଟ ଆଲକାଲିସ୍‌ ଆଣ୍ଡ କେମିକାଲ୍ସ ଲିମିଟେଡ୍‌ (ଜିଏସିଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ବିଶେଷକରି କଷ୍ଟିକ୍‌-କ୍ଲୋରିନ୍‌ ଏବଂ ଅନ୍ୟାନ୍ୟ ସହଯୋଗୀ ବ୍ୟବସାୟ କ୍ଷେତ୍ରରେ ବିଭିନ୍ନ ବ୍ୟବସାୟ ସୁଯୋଗ ଅନୁସନ୍ଧାନ ପାଇଁ ବେଦାନ୍ତ ଲିମିଟେଡ୍‌ (ଆଲୁମିନିୟମ୍‌ ବ୍ୟବସାୟ) ଜିଏସିଏଲ୍‌ ସହ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷର କରିଛି। ଏପରିକି ଉଭୟ ବେଦାନ୍ତ ଆଲୁମିନିୟମ ଏବଂ ଜିଏସିଏଲ୍‌ ବ୍ୟବସାୟରେ ମୂଲ୍ୟ ଯୋଗ କରିବାର ସମ୍ଭାବନାକୁ ଏହି ଏମ୍‌ଓୟୁ ଲକ୍ଷ୍ୟ ରଖିଛି। ସେହିଭଳି ସମନ୍ବୟ ହାସଲ କରିବା ପାଇଁ ସେମାନଙ୍କର କୌଶଳ, ଶକ୍ତି ଏବଂ ସାଧାରଣ ବ୍ୟବସାୟ ଆଗ୍ରହ ଉପରେ ଆଧାର କରି କମ୍ପାନୀ ଏକ ସହଯୋଗୀ ଆଭିମୁଖ୍ୟ ଗ୍ରହଣ କରିଛି। ସେହି ଅନୁଯାୟୀ ଉଭୟ କମ୍ପାନୀ ସହଯୋଗର ସୁଯୋଗକୁ ଅଧିକ ବିସ୍ତୃତ ଭାବେ ଅନୁସନ୍ଧାନ କରିବାକୁ ଚାହାନ୍ତି; ଯଦ୍ଦ୍ବାରା ପାରସ୍ପରିକ ଲାଭଦାୟକ ଢଙ୍ଗରେ ଉତ୍ସଗୁଡିକ ଏକାଠି ହୋଇପାରିବ ଏହା ମଧ୍ୟ ବେଦାନ୍ତ ଆଲୁମିନିୟମ୍‌ର ଭୂଲମ୍ବ ଏକୀକରଣ ଦିଗରେ ପ୍ରୟାସ ସହିତ ସୁହାଇବ ବୋଲି କୁହାଯାଇଛି। ବିଶେଷକରି ଏହି ଏମ୍‌ଓୟୁ ସହ ଉଭୟ କମ୍ପାନୀ ମିଳିତ ଉଦ୍ୟୋଗ ପ୍ରକଳ୍ପ ଆକାରରେ କିମ୍ବା ପାରସ୍ପରିକ ଚୁକ୍ତିଭିତ୍ତିକ ବ୍ୟବସ୍ଥା ମାଧ୍ୟମରେ ବ୍ୟବସାୟିକ ସୁଯୋଗକୁ ମିଳିତ ଭାବେ ଅନୁସନ୍ଧାନ କରିବାକୁ ସହମତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri