ମହିଳାଙ୍କ ଆର୍ଥିକ ସଶକ୍ତୀକରଣ ପାଇଁ ଚୁକ୍ତି

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ଜାତିସଂଘ ପୁଞ୍ଜି ବିକାଶ ପାଣ୍ଠି (ୟୁଏନ୍‌ସିଡିଏଫ୍‌) ମଧ୍ୟରେ ସୋମବାର ଏକ ଚୁକ୍ତିପତ୍ର ସ୍ବାକ୍ଷର କରିଛନ୍ତି। ଏହାସହ ମିଶନ ଶକ୍ତି-ଲିଭିଂ ଲାବ୍‌ ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ମହିଳାଙ୍କୁ ଆର୍ଥିକ ଦୃଷ୍ଟିକୋଣରୁ ସଶକ୍ତ କରିବା ଏବଂ ଲିଙ୍ଗଗତ ସମାନତାକୁ ଦୃଢ଼ୀଭୂତ କରିବା ଦିଗରେ ରାଜ୍ୟ ସରକାର ଏବଂ ୟୁଏନ୍‌ସିଡିଏଫ୍‌ର ଏହା ଏକ ସମ୍ମିଳିତ ପ୍ରୟାସ। ରାଜ୍ୟର ସହର ଏବଂ ଗ୍ରାମାଞ୍ଚଳଗୁଡ଼ିକରେ ମିଶନ ଶକ୍ତି ଅଧୀନରେ ୬.୦୨ ଲକ୍ଷ ସ୍ବୟଂ ସହାୟକ ଗୋଷ୍ଠୀ ଗଠନ ହୋଇଛି। ଏହି ଚୁକ୍ତିପତ୍ରରେ ସ୍ବାକ୍ଷର କରିବା ଅବସରରେ ମିଶନ ଶକ୍ତି କମିଶନର ସୁଜାତା ଆର୍‌. କାର୍ତ୍ତିକେୟନ୍‌ କହିଥିଲେ, ମହିଳାଙ୍କ ଆର୍ଥିକ ସଶକ୍ତୀକରଣ ଏକାନ୍ତ ଆବଶ୍ୟକ। ଏହି ଚୁକ୍ତିନାମା ଫଳରେ ମହିଳାମାନେ ନୂତନ ଜ୍ଞାନକୌଶଳ ବ୍ୟବହାର କରିପାରିବେ। ସେମାନେ ଅଧିକ ଉପାର୍ଜନକ୍ଷମ ହୋଇପାରିବେ ବୋଲି ମଧ୍ୟ ଆଶାବାଦୀ। ମହିଳାଙ୍କ ଆୟବୃଦ୍ଧି ସହ ଆର୍ଥିକ ସ୍ବଚ୍ଛଳତାକୁ ସୁନିଶ୍ଚିତ କରିବା ଦିଗରେ ମିଶନ ଶକ୍ତି ଏବଂ ୟୁଏନ୍‌ସିଡିଏଫ୍‌ର ଆର୍ଥିକ ସହଭାଗିତା ସମୟୋଚିତ ଏବଂ ମହତ୍ତ୍ବପୂର୍ଣ୍ଣ ବୋଲି ସେ କହିଥିଲେ। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ୟୁଏନ୍‌ସିଡିଏଫ୍‌ର ନିର୍ଦ୍ଦେଶକ ହେନେରୀ ଡୋମେଲ କହିଛନ୍ତି, ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ମହିଳାଙ୍କ ଆର୍ଥିକ ନିରାପତ୍ତା ଏବଂ ସ୍ବାଧୀନତା ବୃଦ୍ଧି ପାଇଁ ନୂତନ ଜ୍ଞାନକୌଶଳ ଓ ଭିତ୍ତିଭୂମିର ବ୍ୟବହାରରେ ଏହା ସହାୟକ ହେବ। ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ଡିଜିଟାଲ ଆର୍ଥିକ ସେବା ପ୍ରଦାନ ଏବଂ ସେମାନଙ୍କ ଉନ୍ନତ ଆର୍ଥିକ ଅବସ୍ଥା ସୃଷ୍ଟି କରିବା ଦିଗରେ ଯଥେଷ୍ଟ ଫଳପ୍ରଦ ହେବ। ମହିଳାମାନଙ୍କ ଦ୍ୱାରା ପରିଚାଳିତ ପ୍ରାୟ ୧୦ ହଜାର କ୍ଷୁଦ୍ର ଉଦ୍ୟୋଗ ନିଜ ସାମର୍ଥ୍ୟ ଅନୁସାରେ ବଜାର ସୁଯୋଗ ପାଇବା, ବ୍ୟବସାୟ ସମ୍ପ୍ରସାରଣ ନିମନ୍ତେ ପୁଞ୍ଜି ପାଇବା ଏବଂ ଅଧିକ ବଜାର ସଂଯୋଗୀକରଣର ସୁବିଧା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri