ସେଲ୍‌ ଓ ଏଏଆଇ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ

ରାଉରକେଲା ଅଫିସ,୨୯।୧୦: ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ୍‌ (ସେଲ୍‌) ଓ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ଏଏଆଇ) ମଧ୍ୟରେ ଶୁକ୍ରବାର ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଫଳରେ ରାଉରକେଲାରେ ବିମାନ ସେବା ଆରମ୍ଭର ପଥ ପରିଷ୍କାର ହୋଇଛି। ସେଲ୍‌ର କାର୍ମିକ ଓ ପ୍ରଶାସନ ବିଭାଗର ନିର୍ବାହୀ ନିର୍ଦ୍ଦେଶକ ପି. କେ. ଶତପଥୀ ଓ ଏଏଆଇ ପକ୍ଷରୁ ଜେଭିସି/ପିପିପି ଇଡି-୨ର ଏନ୍‌. ସୁଦ୍ଧାରାୟୁଡୁ ଚୁକ୍ତିନାମାରେ ସ୍ବାକ୍ଷର କରିଥିଲେ। ରାଉରକେଲାରେ ଆଗାମୀ ହକି ବିଶ୍ୱକପ୍‌ ପରିପ୍ରେକ୍ଷୀରେ ଜରୁରୀକାଳୀନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସେଲ୍‌ ଅଧ୍ୟକ୍ଷା ସୋମା ମଣ୍ଡଲ ଓ ରାଉରକେଲା ଇସ୍ପାତ କାରଖାନାର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକଙ୍କ ମାର୍ଗଦର୍ଶନରେ ବିମାନବନ୍ଦର ସ୍ବତ୍ତ୍ୱାଧିକାର ଗ୍ରହଣ ପୂର୍ବକ ବିମାନବନ୍ଦର ବୃହତ ଖର୍ଚ୍ଚ ବହନ କରିବା ନିମନ୍ତେ ପଦକ୍ଷେପ ନେଇଛି। ସେଲ୍‌ ଆରଏସ୍‌ପି ପକ୍ଷରୁ ଏଏଆଇ ବିମାନବନ୍ଦର ପରିଚାଳନା ଓ ପ୍ରବନ୍ଧନ ଦାୟିତ୍ୱ ନିର୍ବାହ କରୁଥିବାବେଳେ ରାଜ୍ୟ ସରକାର ସୁରକ୍ଷା, ଅଗ୍ନିଶମ ଓ ଆମ୍ବୁଲାନ୍ସ ସେବା ପ୍ରଦାନ କରିବେ। ସେଲ୍‌ ୨୦୧୮ରେ ଉଡାନ ଯୋଜନା ଅଧୀନରେ ଏହାର ନିଜସ୍ବ ବିମାନ ବନ୍ଦରରେ ବାଣିଜ୍ୟକ ବିମାନ ସେବା ନିମନ୍ତେ ବୁଝାମଣାପତ୍ର ସ୍ବାକ୍ଷର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ମହତ୍ କାମ: ବାଲୁଙ୍କୀ ଦାଶ ସ୍ମୃତି ପାଠାଗାର ଜମିକୁ ଜିଲା ପ୍ରଶାସନକୁ ହସ୍ତାନ୍ତରଣ କଲେ…

ବରଗଡ଼,୧୮।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ଅଧିନରେ ରହିଥିବା ସ୍ଥାନୀୟ ସରକାରୀ ଡ଼ାକ୍ତରଖାନା ସମ୍ମୁଖସ୍ଥ ବାଲୁଙ୍କୀ ଦାଶ ସ୍କୃତି ପାଠାଗାର ଜମିକୁ ବୁଧବାର ଜିଲା…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri