ସେଲ୍‌ ଓ ଏଏଆଇ ମଧ୍ୟରେ ଚୁକ୍ତିନାମା ସ୍ବାକ୍ଷରିତ

ରାଉରକେଲା ଅଫିସ,୨୯।୧୦: ଷ୍ଟିଲ ଅଥରିଟି ଅଫ ଇଣ୍ଡିଆ ଲିମିଟେଡ୍‌ (ସେଲ୍‌) ଓ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ (ଏଏଆଇ) ମଧ୍ୟରେ ଶୁକ୍ରବାର ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଫଳରେ ରାଉରକେଲାରେ ବିମାନ ସେବା ଆରମ୍ଭର ପଥ ପରିଷ୍କାର ହୋଇଛି। ସେଲ୍‌ର କାର୍ମିକ ଓ ପ୍ରଶାସନ ବିଭାଗର ନିର୍ବାହୀ ନିର୍ଦ୍ଦେଶକ ପି. କେ. ଶତପଥୀ ଓ ଏଏଆଇ ପକ୍ଷରୁ ଜେଭିସି/ପିପିପି ଇଡି-୨ର ଏନ୍‌. ସୁଦ୍ଧାରାୟୁଡୁ ଚୁକ୍ତିନାମାରେ ସ୍ବାକ୍ଷର କରିଥିଲେ। ରାଉରକେଲାରେ ଆଗାମୀ ହକି ବିଶ୍ୱକପ୍‌ ପରିପ୍ରେକ୍ଷୀରେ ଜରୁରୀକାଳୀନ ଆବଶ୍ୟକତାକୁ ଦୃଷ୍ଟିରେ ରଖି ସେଲ୍‌ ଅଧ୍ୟକ୍ଷା ସୋମା ମଣ୍ଡଲ ଓ ରାଉରକେଲା ଇସ୍ପାତ କାରଖାନାର ଭାରପ୍ରାପ୍ତ ନିର୍ଦ୍ଦେଶକ ଅତନୁ ଭୌମିକଙ୍କ ମାର୍ଗଦର୍ଶନରେ ବିମାନବନ୍ଦର ସ୍ବତ୍ତ୍ୱାଧିକାର ଗ୍ରହଣ ପୂର୍ବକ ବିମାନବନ୍ଦର ବୃହତ ଖର୍ଚ୍ଚ ବହନ କରିବା ନିମନ୍ତେ ପଦକ୍ଷେପ ନେଇଛି। ସେଲ୍‌ ଆରଏସ୍‌ପି ପକ୍ଷରୁ ଏଏଆଇ ବିମାନବନ୍ଦର ପରିଚାଳନା ଓ ପ୍ରବନ୍ଧନ ଦାୟିତ୍ୱ ନିର୍ବାହ କରୁଥିବାବେଳେ ରାଜ୍ୟ ସରକାର ସୁରକ୍ଷା, ଅଗ୍ନିଶମ ଓ ଆମ୍ବୁଲାନ୍ସ ସେବା ପ୍ରଦାନ କରିବେ। ସେଲ୍‌ ୨୦୧୮ରେ ଉଡାନ ଯୋଜନା ଅଧୀନରେ ଏହାର ନିଜସ୍ବ ବିମାନ ବନ୍ଦରରେ ବାଣିଜ୍ୟକ ବିମାନ ସେବା ନିମନ୍ତେ ବୁଝାମଣାପତ୍ର ସ୍ବାକ୍ଷର କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri