ଯାଜପୁର ଅଫିସ/ କଳିଙ୍ଗନଗର(ଡି.ଏନ.ଏ.),୨୦।୭: ଟାଟା ଷ୍ଟିଲ ମାଇନିଂ ଲିମିଟେଡ୍ (ଟିଏସ୍ଏମ୍ଏଲ୍) ଓ ଜିନ୍ଦଲ ଷ୍ଟେନ୍ଲେସ୍ ଲିମିଟେଡ୍ (ଜେଏସ୍ଏଲ୍) ମଧ୍ୟରେ ମିଳିତ କ୍ରୋମପଥର ଖନନକୁ ନେଇ ଏକ ଚୁକ୍ତି ସ୍ବାକ୍ଷର ହୋଇଛି। ଯାଜପୁର ଜିଲା ଅନ୍ତର୍ଗତ ସୁକିନ୍ଦାଠାରେ ଉଭୟ କମ୍ପାନୀର ଖଣି ଯୁଗ୍ମ ସୀମା କ୍ଷେତ୍ରରେ ଖନନ ହୋଇପାରୁ ନ ଥିବା କ୍ରୋମ୍ ପଥରକୁ ମିଳିତ ଭାବେ ଖନନ କରିବା ପାଇଁ ଜୁଲାଇ ୧୬ରେ ଏହି ଚୁକ୍ତି ସ୍ବାକ୍ଷର ହୋଇଛି। ଟାଟା ଷ୍ଟିଲ ମାଇନିଂ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ ଏମ୍.ସି. ଥୋମାସ ଓ ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡ୍ର ପ୍ରକଳ୍ପ ବିଭାଗ ଭାଇସ୍ ପ୍ରେସିଡେଣ୍ଟ ଶଶିଭୂଷଣ ଉପାଧ୍ୟାୟ ଭୁବନେଶ୍ୱରଠାରେ ଏହି ଚୁକ୍ତି ସ୍ବାକ୍ଷର କରିଛନ୍ତି। ମିଳିତ ଭାବେ ଖନନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ଉଭୟ କମ୍ପାନୀ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କଠାରୁ ଆବଶ୍ୟକ ବୈଧାନିକ ଅନୁମୋଦନ ଆଣିବା ଦିଗରେ ଖୁବ୍ଶୀଘ୍ର ପଦକ୍ଷେପ ଗ୍ରହଣ କରିବେ। ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡ୍ର ଅଧ୍ୟକ୍ଷ ରତନ ଜିନ୍ଦଲ, ଜିନ୍ଦଲ ଷ୍ଟେନଲେସ୍ ଲିମିଟେଡ୍ର ପରିଚାଳନା ନିର୍ଦ୍ଦେଶକ ଅଭ୍ୟୁଦୟ ଜିନ୍ଦଲ ଓ ଉଭୟ କମ୍ପାନୀର ବରିଷ୍ଠ ଅଧିକାରୀମାନେ ଭର୍ଚୁଆଲ ମାଧ୍ୟମରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।
Posted inHome Left, ଆମ ଜିଲା ଖବର, ଯାଜପୁର View All
କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ
କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍ଡି) ପକ୍ଷରୁ ସତର୍କ…
୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ
ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…
ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର
ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…
ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…
ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!
ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

