ଔଷଧ ଅଭାବ ନେଇ ଉତ୍ତେଜନା

ବାଲିଆପାଳ, ୫।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ଡଗରା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୁବର୍ଣ୍ଣରେଖା ବନ୍ଦର ପ୍ରାଇଭେଟ ଲିମିଟେଡ୍‌ ଓ ଲାୟନ୍ସ କ୍ଲବ ବାଲେଶ୍ୱର ପକ୍ଷରୁ ମିଳିତ ଭାବେ ବୁଧବାର ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ସ୍ଥାନୀୟ ଅଞ୍ଚଳରୁ ୩ଶହରୁ ଅଧିକ ରୋଗୀଙ୍କୁ ଅଭିଜ୍ଞ ଡାକ୍ତରଙ୍କ ଦ୍ୱାରା ଚିକିତ୍ସା କରାଯାଇଥିଲା। ବିଭିନ୍ନ ବିଭାଗରେ ରୋଗୀ ଚିକିତ୍ସିତ ହୋଇ ଔଷଧ ନ ପାଇବାରୁ ଉତ୍ତେଜନା ଦେଖାଦେଇଥିଲା। ପରେ ଚକ୍ଷୁ ବିଭାଗରେ ରୋଗୀମାନଙ୍କ ଆଖି ଠିକ୍‌ ଭାବେ ପରୀକ୍ଷା କରାଯାଇ ଆବଶ୍ୟକ ଔଷଧ ଗୋଗୀମାନଙ୍କୁ ଦିଆଯାଇଥିଲା।
ଅସ୍ଥିଶଲ୍ୟ, ଭେଷଜ, ସ୍ତ୍ରୀରୋଗ, ଦନ୍ତ ବିଭାଗର ଅଭିଜ୍ଞ ଡାକ୍ତରମାନେ ଉପସ୍ଥିତ ରହି ଲୋକଙ୍କ ଚିକିତ୍ସା କରିଥିଲେ। ବାଲିଆପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଭାରପ୍ରାପ୍ତ ଅଧିକାରୀ ସ୍ତ୍ରୀ ରୋଗ ବିଶେଷଜ୍ଞ ବେଣୁଧର ଭୋଇ ସ୍ବାସ୍ଥ୍ୟମେଳାରେ ଯୋଗଦେଇ ରୋଗୀଙ୍କ ଚିକିତ୍ସା କରିଥିଲେ। ସୁବର୍ଣ୍ଣରେଖା ବନ୍ଦର ପ୍ରଶାସନିକ ଅଧିକାରୀ ପ୍ରମୋଦ କୁମାର ସୁବର୍ଣ୍ଣରେଖା ବନ୍ଦର ଟାଟା କମ୍ପାନୀ ପକ୍ଷରୁ ବିଭିନ୍ନ ସମୟରେ ବିଭିନ୍ନ ସ୍ଥାନରେ ଏଭଳି ସ୍ବାସ୍ଥ୍ୟ କ୍ୟାମ୍ପ କରାଯିବା ସହିତ ଡଗରା ବେଳାଭୂମିର ସୌନ୍ଦର୍ଯ୍ୟକରଣ କରାଯିବ। ସ୍ଥାନୀୟ ଅଞ୍ଚଳରେ ଶିକ୍ଷାର ବିକାଶ ପାଇଁ ଆଇଟିଆଇ ସ୍କୁଲ୍‌ ଖୋଲାଯିବ ବୋଲି ଗଣମାଧ୍ୟମକୁ ସୂଚନା ଦେଇଥିଲେ। ଶିବିରରେ ଅନ୍ୟମାନଙ୍କ ମଧ୍ୟରେ ବାଲିଆପାଳ ତହସିଲଦାର ଓ ବିଡିଓ ଦାୟିତ୍ୱରେ ଥିବା ଅଧିକାରୀ ଦୀପକ ଦାସ, ଡଗରା ସରପଞ୍ଚ ସତ୍ୟାନନ୍ଦ ମହାନ୍ତି, ଏମ୍‌ପିଙ୍କ ପ୍ରତିନିଧି ମହେଶ୍ୱର ଜେନା ଏବଂ ବାଲେଶ୍ୱର ଲାୟନ୍ସ କ୍ଲବ ସଦସ୍ୟମାନେ ଉପସ୍ଥିତ ଥିଲେ। ତେବେ ଶିବିର ସମ୍ପର୍କରେ କେତେଜଣ ୱାର୍ଡ଼ ସଦସ୍ୟଙ୍କୁ ଅବଗତ କରାଯାଇ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri