ଖୋଲା ରହିବ କୃଷି ଉପକରଣ ଦୋକାନ

ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍‌ଡାଉନ ଏବଂ ଶଟ୍‌ଡାଉନ ସମୟରେ ବିହନ, ସାର, କୃଷି ଉପକରଣ ଏବଂ କୃଷି ଯନ୍ତ୍ରପାତି ଦୋକାନ ସାଧାରଣ ସମୟ ଭଳି ଖୋଲା ରହିବ। ଚାଷୀମାନେ ଚାଷ କାର୍ଯ୍ୟ ସହିତ କୃଷିଜାତ ଦ୍ରବ୍ୟର ବିକ୍ରିବଟା ଏବଂ କୃଷି ଉପକରଣ ପରିବହନ ବିନା ବାଧାବିଘ୍ନରେ କରିପାରିବେ ବୋଲି ରାଜ୍ୟ ରିଲିଫ୍‌ କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ଖରିଫ୍‌ ଚାଷ କାର୍ଯ୍ୟରେ କୋଭିଡ୍‌ କଟକଣା ଯେପରି ବାଧା ସୃଷ୍ଟି ନ କରେ ସେଥିପାଇଁ ଏପରି ପଦକ୍ଷେପ ଗ୍ରହଣ କରାଯାଇଛି। କୋଭିଡ୍‌ କଟକଣା ପାଇଁ ଚାଷୀମାନେ ଧାନ ବିହନ ସଂଗ୍ରହ କରିବାରେ ଅସୁବିଧା ସୃଷ୍ଟି ହେଉଛି ବୋଲି ଓଡ଼ିଶା ରାଜ୍ୟ ବିହନ ନିଗମ ସରକାରଙ୍କ ଦୃଷ୍ଟିଆକର୍ଷଣ କରିଥିଲା। ଏଠାରେ ସୂଚନାଯୋଗ୍ୟ ଯେ ଗତବର୍ଷ କୋଭିଡ୍‌ ପାଇଁ ଦେଶ ଏବଂ ରାଜ୍ୟର ସାମଗ୍ରିକ ଉତ୍ପାଦନ ବିଯୁକ୍ତାତ୍ମକ ହୋଇଥିବା ବେଳେ କୃଷି ଏକମାତ୍ର କ୍ଷେତ୍ର ଯାହାର ଯୁକ୍ତାତ୍ମକ ଅଭିବୃଦ୍ଧି ହୋଇଥିଲା। ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର କୃଷିକୁ ଗୁରୁତ୍ତ୍ୱ ଦେଉଛନ୍ତି। ସେଥିପାଇଁ ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ୫ଲକ୍ଷ ୫୦ ହଜାର ଉନ୍ନତ ମାନର ରୋଗପୋକ ସହଣଶକ୍ତି ଯୁକ୍ତ ପ୍ରାମାଣିକ ଧାନ ବିହନ ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିସହିତ ରାଜ୍ୟରେ ଦେଖାଦେଉଥିବା ବନ୍ୟା, ବାତ୍ୟା ଏବଂ ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା କରିପାରୁଥିବା ଧାନ ବିହନ ମଧ୍ୟ ରିହାତି ଦରରେ ଯୋଗାଇ ଦେଉଛନ୍ତି। ଚଳିତ ବର୍ଷ ୧୦ ବର୍ଷରୁ କମ୍‌ ପ୍ରାମାଣିକ ଧାନ ବିହନର ରିହାତି ମୂଲ୍ୟ କୁଇଣ୍ଟାଲ ପ୍ରତି ୧୯୫୦ ଟଙ୍କା ଏବଂ ଦଶ ବର୍ଷରୁ ଅଧିକ ପ୍ରାମାଣିକ ଧାନ ବିହନର ରିହାତି ମୂଲ୍ୟ ୨୨୮୦ ଟଙ୍କା ସରକାର ଧାର୍ଯ୍ୟ କରିଛନ୍ତି। ଚାଷୀମାନେ ଯେପରି ସୁବିଧାରେ ଧାନ ବିହନ ପାଇପାରିବେ ସେଥିପାଇଁ ସମବାୟ ବିଭାଗ ରାଜ୍ୟର ସମସ୍ତ ପ୍ୟାକ୍ସ ଏବଂ ଲ୍ୟାମ୍ପସ୍‌ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଧକ୍କାଦେଇ ଫେରାର ମାରିଲେ ହାଇଓ୍ବା ଚାଳକ, ଘଟଣାସ୍ଥଳରେ ପଡ଼ିରହିଛି ମୃତଦେହ

ବାଲେଶ୍ୱର,୧୨ା୪(ବାଞ୍ଛାନିଧି ଦେ): ଏଆର୍‌ଏସ୍‌ଏସ୍‌ କମ୍ପାନୀର ହାଇଓ୍ବା ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ବାଲେଶ୍ୱର ଜିଲା ବସ୍ତା ଥାନା ଅମର୍ଦ୍ଦାରୋଡ୍‌ ରେଳ ଷ୍ଟେଶନ ପରିସରରେ ମୋରମ ବୋଝେଇ ହାଇଓ୍ବା…

କେତେ ଟଙ୍କାର ସମ୍ପତ୍ତି ଛାଡ଼ିଗଲେ ଆଶା ଭୋସଲେ, ଜାଣିଲେ…

ମୁମ୍ବାଇ,୧୨ା୪: ପ୍ରସିଦ୍ଧ ଭାରତୀୟ ଗାୟିକା ଆଶା ଭୋସଲେଙ୍କ ରବିବାର  ଦେହାନ୍ତ ହୋଇଛି। ସେ ୯୨ ବର୍ଷ ବୟସରେ ମୁମ୍ବାଇର ବ୍ରିଚ୍‌ କାଣ୍ଡି ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ…

ଏହି ଦେଶରେ ହୁ ହୁ ହୋଇ ବଢୁଛି ବୟସ୍କଙ୍କ ସଂଖ୍ୟା

କଲମ୍ବୋ,୧୨ା୪(ପି.ଟି.): ଶ୍ରୀଲଙ୍କାରେ ବୟସ୍କ ବ୍ୟକ୍ତିଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ସଦ୍ୟ ପ୍ରକାଶିତ ଜନଗଣନା ତଥ୍ୟ ଅନୁଯାୟୀ, ଗତ ୪ ଦଶନ୍ଧି ମଧ୍ୟରେ ଦେଶର ବୟସ୍କ ଜନସଂଖ୍ୟା…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନୀରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri