କୃଷି ଆୟ ବାର୍ଷିକ ୫.୨୩% ହାରରେ ବୃଦ୍ଧି

ନୂଆଦିଲ୍ଲୀ,୧।୨: କ୍ରମାଗତ ଭାବେ ଦେଶର ଖାଦ୍ୟଶସ୍ୟ ଉତ୍ପାଦନ ବୃଦ୍ଧିପାଇ ଚାଲିଛି। ଏପରି କି ବିଗତ କିଛି ବର୍ଷ ମଧ୍ୟରେ ଖାଦ୍ୟଶସ୍ୟ ଉତ୍ପାଦନ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ଖାଦ୍ୟଶସ୍ୟ ଉତ୍ପାଦନ ୩୧୦.୭ ମିଲିୟନ ଟନ ହୋଇଥିଲାବେଳେ ୨୦୨୩-୨୪ ଆର୍ଥିକ ବର୍ଷରେ ଏହାର ପରିମାଣ ୩୩୨.୩୦ମିଲିୟନ ଟନରେ ପହଞ୍ଚତ୍ଛି। ସେହିଭଳି ବିଗତ ବର୍ଷଗୁଡ଼ିକରେ (୨୦୧୬-୧୭ ଆର୍ଥିକ ବର୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷ) କୃଷି କ୍ଷେତ୍ରରେ ବାର୍ଷିକ ହାରାହାରି ୫% ଅଭିବୃଦ୍ଧି ରେକର୍ଡ କରାଯାଇଛି। ଚଳିତ ଆର୍ଥିକବର୍ଷର ଦ୍ୱିତୀୟ ତ୍ରୈମାସ କୃଷି କ୍ଷେତ୍ରରେ ୩.୫% ଅଭିବୃଦ୍ଧି ରେକର୍ଡ କରାଯାଇଛି। କୃଷି ଓ ଆନୁଷଙ୍ଗିକ କ୍ଷେତ୍ରର ଗ୍ରସ୍‌ ଭାଲ୍ୟୁ ଆଡେଡ୍‌ (ଜିଭିଏ) ୨୦୧୫ ଆର୍ଥିକ ବର୍ଷରେ ୨୪.୩୮% ଥିବାବେଳେ ୨୦୨୩ ଆର୍ଥିକ ବର୍ଷରେ ଏହା ୩୦.୨୩%କୁ ବୃଦ୍ଧି ପାଇଛି। ଏପରି କି ଅର୍ଥନୀତିରେ ସାମଗ୍ରିକ ଜିଭିଏର ୨୦% ଅଂଶ ସହିତ କୃଷିର କ୍ରମାଗତ ଏବଂ ସ୍ଥିର ଅଭିବୃଦ୍ଧି ପାଖାପାଖି ୫%, ଜିଭିଏରେ ୧% ଅଭିବୃଦ୍ଧି ଯୋଗଦାନ କରିବ। ସେହିପରି ଅର୍ଥନୈତିକ ସର୍ଭେରେ ଅଟକଳ କରାଯାଇଛି, ୨୦୨୪ରେ ଖରିଫ ଶସ୍ୟ ଉତ୍ପାଦନ ୧୬୪୭.୦୫ ଲକ୍ଷ ମେଟ୍ରିକ୍‌ ଟନ୍‌ (ଏଲଏମଟି) ରେ ପହଞ୍ଚିବ, ଯାହା ପୂର୍ବ ବର୍ଷ ତୁଳନାରେ ୮୯.୩୭ ଲକ୍ଷ ମେଟ୍ରିକ ଟନ୍‌ ଅଧିକ ରହିଛି। ସମୀକ୍ଷା ଅନୁଯାୟୀ, ଗତ ୧୦ ବର୍ଷ ମଧ୍ୟରେ ବାର୍ଷିକ କୃଷି ଆୟ ୫.୨୩% ବୃଦ୍ଧି ପାଇଛି। ସେହିପରି କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରାମଣ ସଂସଦରେ ଶୁକ୍ରବାର ଅର୍ଥନୈତିକ ସର୍ବେକ୍ଷଣ ୨୦୨୪-୨୫ର ରିପୋର୍ଟ ଉପସ୍ଥାପନ କରି କହିଥିଲେ, ଉତ୍ପାଦକତା ଏବଂ ଫସଲ ବିବିଧତାକୁ ପ୍ରୋତ୍ସାହିତ କରିବା ଏବଂ କୃଷି ଆୟ ବୃଦ୍ଧି ଭଳି ସରକାରୀ ପଦକ୍ଷେପ ଦ୍ୱାରା ଭାରତର କୃଷି କ୍ଷେତ୍ର ସାମ୍ପ୍ରତିକ ବର୍ଷଗୁଡ଼ିକରେ ଉଲ୍ଲେଖନୀୟ ସ୍ଥିରତା ଦେଖାଦେଇଛି। ଏପରିକି ଅର୍ଥନୈତିକ ସର୍ବେକ୍ଷଣ ଅନୁଯାୟୀ, କୃଷି ଏବଂ ଆନୁଷଙ୍ଗିକ କାର୍ଯ୍ୟକଳାପ ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ପାଲଟିଛି, ଯାହା ଜାତୀୟ ଆୟ ଏବଂ ନିଯୁକ୍ତିରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ଦେଇଥାଏ। ଅର୍ଥନୈତିକ ସର୍ଭେରେ କୁହାଯାଇଛି, ସରକାର କୃଷକ ଆୟ ଦ୍ୱିଗୁଣିତ (ଡିଏଫଆଇ) ରିପୋର୍ଟ ୨୦୧୬ର ସୁପାରିସ ଆଧାରରେ କୃଷି ଉତ୍ପାଦକତା ଏବଂ କୃଷକ ଆୟ ବୃଦ୍ଧି ପାଇଁ ବିଭିନ୍ନ ପଦକ୍ଷେପ କାର୍ଯ୍ୟକାରୀ କରୁଛନ୍ତି। ଫସଲ ଓ ପଶୁସମ୍ପଦ ଉତ୍ପାଦକତା ବୃଦ୍ଧି, ଫସଲର ତୀବ୍ରତା ବୃଦ୍ଧି ଏବଂ ଉଚ୍ଚ ମୂଲ୍ୟର ଫସଲ ଗ୍ରହଣ କରିବା ପାଇଁ ବିଭିନ୍ନ ରଣନୀତି ବିଷୟରେ ଏହି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଜାତୀୟ ନିରନ୍ତର କୃଷି ମିଶନ (ଏନ୍‌ଏମ୍‌ଏସ୍‌ଏ) ଅଧୀନରେ ସରକାର ପର ଡ୍ରପ ମୋର କ୍ରପ୍‌ (ପିଡିଏମ୍‌ସି) ଭଳି ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

ସମ୍ପତ୍ତି ପାଇଁ ସୈତାନ ସାଜିଲେ ଝିଅ: ନିଜ ମାଆକୁ ହତ୍ୟା କରିବା ପାଇଁ ରଚିଥିଲେ ଭୟଙ୍କର ଷଡ଼ଯନ୍ତ୍ର, ପୂରା ଘଟଣା କରିଦେବ ସ୍ତବ୍ଧ

ଜୟପୁର,୧୦।୭: ରାଜସ୍ଥାନରୁ ଏକ ଏଭଳି ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି, ଯାହା ମାଆ-ଝିଅର ପବିତ୍ର ସମ୍ପର୍କକୁ କଳଙ୍କିତ କରିଦେଇଛି। ଜୟପୁରର ପ୍ରତାପ ନଗର ଅଞ୍ଚଳରେ ଜଣେ ୨୩…

ପାଟପୁର ଶନି ମନ୍ଦିରରେ କଳାକନା ବୁଲାଇଲେ ଦୁର୍ବୃତ୍ତ, ଦାନ ହୁଣ୍ଡି ଭାଙ୍ଗି ଲୁଟିନେଲେ…

ଦିଗପହଣ୍ଡି,୧୦ା୭(ଅଶେଷ ନାଥ ମିଶ୍ର): ମନ୍ଦିରର ଦାନବାକ୍ସ ଭାଙ୍ଗି ଚୋରି କରିନେଲେ ଦୁର୍ବୃତ୍ତ । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ପାଟପୁର ଥାନା ଠାରୁ ମାତ୍ର ଶହେ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ…

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri