କୃଷି ବୀମା ସହାୟତା ଦାବି: ଟିଟିଲାଗଡ଼ରେ ଚାଷୀଙ୍କ ରେଳରୋକୋ

ଟିଟିଲାଗଡ଼,୧୪।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାର ଚାଷୀଙ୍କୁ ଫସଲ ବୀମା ସହାୟତା ପ୍ରଦାନ ଦାବିରେ ଶୁକ୍ରବାର ଟିଟିଲାଗଡ଼ ରେଳ ଷ୍ଟେଶନଠାରେ ରଳରୋକୋ ଆନ୍ଦୋଳନ ହୋଇଛି। ହଜାର ହଜାର ସଂଖ୍ୟାରେ ଚାଷୀ ସ୍ଥାନୀୟ ହାଇସ୍କୁଲ ପଡ଼ିଆରୁ ଏକ ଶୋଭାଯାତ୍ରାରେ ବାହାରି ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ। ଏପରିକି ଷ୍ଟେଶନରେ ପହଞ୍ଚି ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସେତିକିବେଳେ ପୋଲିସ ଏବଂ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ପରିସ୍ଥିତି ସୃଷ୍ଟି ହୋଇଥିଲା।
ଏପରିକି ଆନ୍ଦୋଳନରତ ଚାଷୀ ୩ଟି ବ୍ୟାରିକେଡ ଅତିକ୍ରମ କରି ଷ୍ଟେଶନରେ ପହଞ୍ଚି ରେଳରୋକୋ କରିଥିଲେ। ପୂର୍ବ ଚେତାବନୀକୁ ନେଇ ରେଳ ବିଭାଗ ପକ୍ଷରୁ କିଛି ଟ୍ରେନକୁ ବାତିଲ କରାଯାଇଥିଲା। ତେବେ ଷ୍ଟେଶନ ଛାଡିବାକୁ ଥିବା ରାୟପୁର-ବିଶାଖାପାଟଣା ଯାତ୍ରୀବାହୀ ଟ୍ରେନକୁ ଆନ୍ଦୋଳନକାରୀ ଅଟକାଇଥିଲେ। ଫଳରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଆନ୍ଦୋଳନରେ ଜିଲା କୃଷକ ମହାସଂଘ ସଭାପତି ଯତି ପଧାନଙ୍କ ସମେତ ସଂଘର ବହୁ ନେତୃବୃନ୍ଦ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri