କୃଷି କର୍ମଚାରୀମାନେ ନୂଆଖାଇ ପାଳନରୁ ବଞ୍ଚିତ ହେବାର ଆଶଙ୍କା

ବରଗଡ଼,୫।୯(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ଆସନ୍ତା ୮ତାରିଖ ଅନୁଷ୍ଠିତ ହେବ। ତେବେ ଉକ୍ତ ଦିନ ସିଏମ୍‌ କିଷାନ ସହାୟତା ପ୍ରଦାନ ଏବଂ ଅନ୍ୟାନ୍ୟ କାର୍ଯ୍ୟକ୍ରମ ରହିଥିବା ଯୋଗୁ କୃଷି କର୍ମଚାରୀମାନେ ନୂଆଖାଇ ପାଳନରୁ ବଞ୍ଚିତ ହେବାର ଆଶଙ୍କା ରହିଛି। ଏ ନେଇ ଓଡ଼ିଶା ଏଗ୍ରିକଲଚର୍‌ ସର୍ଭିସ ଆସୋସିଏଶନ, ବରଗଡ଼ ଶାଖା ପକ୍ଷରୁ ବୁଧବାର କୃଷି ନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ମୁଖ୍ୟ ଜିଲା କୃଷି ଅଧିକାରୀ ପ୍ରସନ୍ନ ମିଶ୍ରଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଉପରୋକ୍ତ ସରକାରୀ କାର୍ଯ୍ୟକ୍ରମକୁ ଆସୋସିଏଶନ ପକ୍ଷରୁ ସ୍ବାଗତ କରାଯାଇଛି। କିନ୍ତୁ କର୍ମଚାରୀମାନଙ୍କୁ ସେମାନଙ୍କ ନିଜ ଜିଲା(ହୋମ ଡିଷ୍ଟ୍ରିକ୍ଟ)ର ଜିଲାସ୍ତରୀୟ କିମ୍ବା ବ୍ଲକସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ କରାଗଲେ ସେମାନେ କାର୍ଯ୍ୟକ୍ରମରେ ଯୋଗଦାନ ସହିତ ନୂଆଖାଇ ପାଳନ କରିପାରିବେ ବୋଲି ଆସୋସିଏଶନ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ଏହାର ପୁନର୍ବିଚାର କରିବାକୁ ଆସୋସିଏଶନ କୃଷି ନିର୍ଦ୍ଦେଶକଙ୍କୁ ନିବେଦନ କରିଛି। ଆସୋସିଏଶନର ସଭାପତି ପ୍ରସନ୍ନ କୁମାର ମିଶ୍ର, ସମ୍ପାଦକ ରବି ନାରାୟଣ ସେନାପତି ପ୍ରମୁଖଙ୍କ ସ୍ବାକ୍ଷର ସ୍ମାରକପତ୍ରରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?