କମୁଛି ଚାଷ ଜମି, ବଢୁଛି ଘରବାରି

ପାରଳାଖେମୁଣ୍ଡି,୧୨ା୬ (ଡି.ଏନ୍‌.ଏ): ଗ୍ରାମାଞ୍ଚଳ ଗୁଡିକରେ ଚାଷ ଜମି ପରିମାଣ କମି କମି ଯାଉଥିବା ବେଳେ ଘରବାରି ବଢୁଥିବାର ପରିଲିକ୍ଷିତ ହେଉଛି। ଜମିମାଫିଆ ତଥା ଦଲାଲମାନେ ସହରାଞ୍ଚଳର ଆଖପାଖରେ ଥିବା ଚାଷ ଜମି ଉପରେ ଲୋଲୁପ ଦୃଷ୍ଟି ପକାଇ ଚାଲିଥିବା ବେଳେ ଏବଂ ଏବେ ନଜର ଗ୍ରାମାଞ୍ଚଳ ଉପରେ ରହିଛି। ଅନ୍ୟପକ୍ଷରେ ଚାଷୀମାନଙ୍କୁ ପ୍ରୋତ୍ସାହନ ଠିକ ମିଳୁନଥିବାରୁ ଚାଷୀମାନେ ଦାଦନ ଖଟିବା ପାଇଁ ବାହାର ରାଜ୍ୟକୁ ଚାଲିଯାଉଛନ୍ତି। ଠିକ ସମୟରେ ଦଲାଲ ତଥା ଜମିମାଫିଆମାନେ ସୁଯୋଗ ଉଣ୍ଡି ଜମିଗୁଡିକୁ ଶସ୍ତା ଦରରେ କ୍ରୟ କରି ଘରବାରି ତଥା ପ୍ଲଟ ଆକାରରେ ଚଢାଦରରେ ବିକ୍ରି କରୁଥିବାର ଜଣାପଡିଛି। ଏହି ଘଟଣା ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଗାରବନ୍ଧ ଅଞ୍ଚଳରେ ଦେଖିବାକୁ ମିଳିଛି।
ଗାରବନ୍ଧ ଗ୍ରାମ ବ୍ୟବସାୟୀକ ପେଣ୍ଠସ୍ଥଳୀ ଭାବେ ପରିଚିତ ଥିବା ବେଳେ ଗ୍ରାମକୁ ଲାଗିଥିବା ଚାଷ ଜମିଗୁଡିକ ବର୍ତ୍ତମାନ ବେସରକାରୀ ଭାବେ ଚଢା ମୂଲ୍ୟ ରହିଛି। ଏହି ଅଞ୍ଚଳରେ କେତେକ ପ୍ରଭାବଶାଳୀ ବ୍ୟକ୍ତି ଉର୍ବର ଚାଷ ଜମିଗୁଡିକୁ କ୍ରୟ କରି ପ୍ଲଟ ଆକାରରେ ବହୁମୂଲ୍ୟରେ ବିକ୍ରି କରୁଥିବା ଦେଖିବାକୁ ମିଳିଛି। ଏହି ଜମି ଗୁଡିକୁ ରାତାରାତି ବିଭିନ୍ନ ମେସିନ ସାହାଯ୍ୟରେ ସମତଳ କରିଦେବା ସହ ପ୍ଲଟିଂ କରି ବିକ୍ରି କରୁଛନ୍ତି। ଏକଦା ଏହି ଗାରବନ୍ଧ ଗ୍ରାମାଞ୍ଚଳର ଧାନଠାରୁ ଆରମ୍ଭ କରି ପନିପରିବା ଚାଷ ପାଇଁ ବେଶ ଖ୍ୟାତି ରହିଥିଲା। ହେଲେ କେତେ ବର୍ଷ ହେଲା ଧାନ, ପନିପରିବା ଚାଷ ତଥା ଉତ୍ପାଦନ କ୍ଷେତ୍ର କମିବାରେ ଲାଗିଛି। ବିଭିନ୍ନ ସମସ୍ୟା ତଥା ପ୍ରୋତ୍ସାହନ ଅଭାବରୁ ଚାଷ ଜମି ଥିବା ଲୋକେ ଚାଷବାସ ପ୍ରତି ମୁହଁ ଫେରାଇ ନେଉଛନ୍ତି। ନିଜ ନିଜ ଚାଷ ଜମିକୁ କମ ମୂଲ୍ୟରେ ଏହି ଜମିମାଫିଆଙ୍କୁ ବିକ୍ରି କରି ଦାଦନ ଖଟିବା ପାଇଁ ରାଜ୍ୟ ବାହାରକୁ ଯାଇ ଅକଥନୀୟ ଅତ୍ୟାଚାରର ଶିକାର ହେବା ସହିତ ମୃତ୍ୟୁମୁଖରେ ପଡ଼ୁଥିବା ଦୃଷ୍ଟାନ୍ତ ରହିଛି। ଏପଟେ ଜମିମାଫିଆମାନେ ପ୍ଲଟିଂ କରି ରାତାରାତି ମାଲାମାଲ ହେଉଛନ୍ତି। ଏହି ଚାଷଜମି ଗୁଡିକୁ ଘରବାରିରେ ପରିବର୍ତ୍ତନ ପାଇଁ କିପରି ଅନୁମତି ଦିଆଯାଉଛି ତାହାକୁ ନେଇ ବଡ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ନିୟମ ମୁତାବକ ଚାଷ ଜମିଗୁଡିକୁ ଘରବାରି ପରିବର୍ତ୍ତନ ପାଇଁ ବିଭିନ୍ନ ସରକାରୀ ନିୟମାବଳୀ ରହିଛି। ହେଲେ କମ ଦିନରେ ଚାଷ ଜମିରୁ ଘରବାରି ପଟ୍ଟା କିପରି ହେଉଛି ଏବଂ ଜମିମାଫିଆମାନେ କିପରି ପ୍ଲଟିଂ କରି ବିକ୍ରିବଟା କରୁଛନ୍ତି ତାହା ତଦନ୍ତ ସାପେକ୍ଷ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri