Posted inଜାତୀୟ

‘କୃଷି ଆଇନ ଅଗଣତାନ୍ତ୍ରିକ’

ନୂଆଦିଲ୍ଲୀ,୧୦ା୧୨(ପି.ଟି): କେନ୍ଦ୍ର ସରକାରଙ୍କ ୩ କୃଷି ଆଇନ ପ୍ରତ୍ୟାହାର ଦାବିରେ ବୁଧବାର ଚାଷୀ ଆନ୍ଦୋଳନ ଚତୁର୍ଦ୍ଦଶ ଦିନରେ ପହଞ୍ଚତ୍ଥିବାବେଳେ ବିରୋଧୀ ଦଳ ନେତାମାନେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ହସ୍ତକ୍ଷେପ ଲୋଡ଼ିଛନ୍ତି। ଏହି ୩ ବିବାଦୀୟ ଆଇନକୁ ସମ୍ପୂର୍ଣ୍ଣ ଭାବେ ହଟାଯାଉ ବୋଲି ସେମାନେ ଦାବି କରିଛନ୍ତି।
ଗତ ସେପ୍ଟେମ୍ବରରେ କେନ୍ଦ୍ର ସରକାର ଆଣିଥିବା ଫାର୍ମର୍ସ ପ୍ରଡ୍ୟୁସ୍‌ ଟ୍ରେଡ୍‌ ଆଣ୍ଡ କମର୍ସ (ପ୍ରୋଟେକ୍ସନ ଆଣ୍ଡ ଫାସିଲିଟି) ଆକ୍ଟ, ଫାର୍ମର୍ସ (ଏମ୍ପାଓ୍ବାରମେଣ୍ଟ ଆଣ୍ଡ ପ୍ରୋଟେକ୍ସନ) ଏଗ୍ରିମେଣ୍ଟ ଅନ୍‌ ପ୍ରାଇସ୍‌ ଆସ୍ୟୁରାନ୍ସ ଆଣ୍ଡ ଫାର୍ମ ସର୍ଭିସେସ୍‌ ଏବଂ ଏସେନ୍ସିଆଲ କମୋଡିଟିଜ୍‌ (ଆମେଣ୍ଡମେଣ୍ଟ) ଆକ୍ଟ, ୨୦୨୦କୁ ନେଇ ଦେଶବ୍ୟାପୀ ଅଚଳାବସ୍ଥା ଲାଗିରହିଛି। ଏନେଇ ବିରୋଧୀ ଦଳଗୁଡ଼ିକର ୫ ଜଣ ନେତାଙ୍କୁ ନେଇ ଏକ ପ୍ରତିନିଧି ମଣ୍ଡଳୀ ରାଷ୍ଟ୍ରପତିଙ୍କୁ ରାଷ୍ଟ୍ରପତି ଭବନରେ ସାକ୍ଷାତ କରିଛନ୍ତି। ପ୍ରତିନିଧି ଦଳରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର, ସିପିଆଇଏମ୍‌ ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ, ସିପିଆଇ ସାଧାରଣ ସମ୍ପାଦକ ଡି. ରାଜା ଏବଂ ଡିଏମ୍‌କେ ନେତା ଟିକେଏସ୍‌ ଏଲାନ୍‌ଗୋଭାନ ସାମିଲ ଥିଲେ। ସେମାନେ ରାଷ୍ଟ୍ରପତିଙ୍କୁ ଏକ ସ୍ମାରକପତ୍ର ଦେଇଥିଲେ। ସେଥିରେ ଉଲ୍ଲେଖ କରିଥିଲେ, ରାଷ୍ଟ୍ରପତି ସମ୍ବିଧାନର ରକ୍ଷକ ଭାବେ ଭାରତର ଅନ୍ନଦାତାଙ୍କ ଦାବି ପୂରଣ ନେଇ ସରକାରଙ୍କୁ ବୁଝାନ୍ତୁ। ଏକଜିଦିଆ ହେଲେ ଚଳିବ ନାହିଁ। ନୂଆ କୃଷି ଆଇନ ସଂସଦରେ ଅଗଣତାନ୍ତ୍ରିକ ଭାବେ ଗୃହୀତ ହୋଇଥିଲା। ଏଥିପାଇଁ ଆବଶ୍ୟକ ଆଲୋଚନା କିମ୍ବା ଭୋଟିଂ କରାଯାଇ ନ ଥିଲା। ଏହି ଆଇନ ଯୋଗୁ ଦେଶର ଖାଦ୍ୟ ନିରାପତ୍ତା ବିପନ୍ନ ହୋଇଛି। ଭାରତୀୟ କୃଷି ସଂସ୍କୃତି ଧ୍ୱଂସ ହୋଇଛି। ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବ୍ୟବସ୍ଥା ଉଚ୍ଛେଦ ହେବା ସହ ଭାରତୀୟ କୃଷି ଓ ବଜାର ଘରୋଇ କର୍ପୋରେଟ ପାଖରେ ବନ୍ଧା ପଡ଼ିଥିବାରୁ ଏହାକୁ ଉଚ୍ଛେଦ କରାଯାଉ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri