କୃଷିଋଣ ପାଇଁ ୮୩୦ କୋଟିର ସୁଧ ରିହାତି

ଭୁବନେଶ୍ୱର,୧୯ା୧୧(ସୁଚିସ୍ମିତା ସାହୁ): ଅର୍ଥନୈତିକ ଓ ସାମାଜିକ ପ୍ରଗତିରେ ସମବାୟର ପ୍ରମୁଖ ଭୂମିକା ରହିଛି। ଚଳିତ ଆର୍ଥିକ ବର୍ଷରେ ସୁଧମୁକ୍ତ କୃଷିଋଣ ଯୋଜନା ପାଇଁ ରାଜ୍ୟ ସରକାର ୮୩୦ କୋଟି ଟଙ୍କାର ସୁଧ ରିହାତି ପ୍ରଦାନ ବ୍ୟବସ୍ଥା କରିଛନ୍ତି। ସୋମବାର ସୂଚନା ଭବନରେ ଓଡ଼ିଶା ରାଜ୍ୟ ସମବାୟ ୟୁନିୟନ ପକ୍ଷରୁ ୭୧ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନ ଅବସରରେ ବାଚସ୍ପତି ସୁରମା ପାଢ଼ୀ ଏହି ସୂଚନା ଦେଇଛନ୍ତି। ସେ କହିଲେ, ସମବାୟର ଗୁରୁତ୍ୱକୁ ଉପଲବ୍ଧି କରି କେନ୍ଦ୍ର ସରକାର ନୂତନ ଭାବେ ସମବାୟ ମନ୍ତ୍ରଣାଳୟ ଖୋଲିଛନ୍ତି। ତିନୋଟି ମଲ୍ଟି ଷ୍ଟେଟ୍‌ ଆକ୍ଟରେ ୩ଟି ସମବାୟ ସମିତି ଗଠନ କରାଯାଉଛି। ସମବାୟରେ ସଭ୍ୟମାନଙ୍କୁ ଅଧିକରୁ ଅଧିକ ଅନ୍ତର୍ଭୁକ୍ତ କରାଯିବାକୁ ଚେଷ୍ଟା କରାଯାଉ। କେବଳ ରାଜ୍ୟ ନୁହେଁ, ରାଜ୍ୟଗୁଡ଼ିକ ଭିତରେ ସମବାୟ ସମ୍ପର୍କକୁ ଆହୁରି ଦୃଢ଼ କରିବାର ଆବଶ୍ୟକତା ରହିଛି। ବିକଶିତ ଭାରତ ପାଇଁ ଏହା ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି ବାଚସ୍ପତି କହିଛନ୍ତି।
ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଲେ, ସମବାୟ କ୍ଷେତ୍ରରେ ଥିବା ବିଭିନ୍ନ ଆଇନଗତ ଅସୁବିଧାକୁ ଦୂର କରାଯିବ। ଚାଷୀଙ୍କୁ କୁଇଣ୍ଟାଲ ପିଛା ୩୧ଶହ ଟଙ୍କାରେ ଧାନ ଦେବା ସହ କୃଷିଜାତ ଦ୍ରବ୍ୟର ଉଚିତ ମୂଲ୍ୟରେ ବିକ୍ରିବଟା ପାଇଁ ସମସ୍ତ ନିୟନ୍ତ୍ରିତ ବଜାର କମିଟିରେ ଇ-ମାର୍କେଟିଂର ବ୍ୟବସ୍ଥା କରାଯାଉଛି ବୋଲି ମନ୍ତ୍ରୀ କହିଥିଲେ। ଉତ୍ସବରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ
ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ରାଜେଶ ପ୍ରଭାକର ପାଟିଲ, ସମବାୟ ସମିତି ସମୂହର ନିବନ୍ଧକ ପ୍ରଭୁକଲ୍ୟାଣ ପଟ୍ଟନାୟକ, ୟୁନିୟନ ସଭାପତି ପ୍ରବାସିନୀ ଷଡ଼ଙ୍ଗୀ ଓ ସମ୍ପାଦକ ବ୍ରହ୍ମାନନ୍ଦ ପରିଡ଼ା ପ୍ରମୁଖ ଯୋଗଦେଇଥିଲେ।
ଏହି ଅବସରରେ ୟୁନିୟନ ଦ୍ୱାରା ପ୍ରକାଶିତ ‘ସ୍ମରଣିକା’ ଓ ‘ସମବାୟ ସମାଚାର’କୁ ଅତିଥିମାନେ ଉନ୍ମୋଚନ କରିଥିଲେ। ଏଥିସହ ଉତ୍ତମ କାର୍ଯ୍ୟପ୍ରଣାଳୀ ପାଇଁ ରାଜ୍ୟର କେନ୍ଦ୍ର ସମବାୟ ବ୍ୟାଙ୍କ, ଅର୍ବାନ ସମବାୟ ବ୍ୟାଙ୍କ, ବୁଣାକାର, ମତ୍ସ୍ୟ ସମବାୟ, ଦୁଗ୍ଧ ସମବାୟ, ଶିଳ୍ପ ସମବାୟ, ତାଳ ଗୁଡ଼ ସମବାୟ, ଖାଉଟି ସମବାୟ, ପ୍ୟାକ୍ସ, ଲ୍ୟାମ୍ପସ, କର୍ମଚାରୀ ଋଣ ସମବାୟ ସମିତି ଆଦି ବିଭିନ୍ନ କ୍ଷେତ୍ରରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ଥିବା ସମବାୟ ଅନୁଷ୍ଠାନକୁ ପୁରସ୍କୃତ କରାଯାଇଥିଲା। ସେହିପରି ସମବାୟ ଡିପ୍ଲୋମା ପାଠ୍ୟକ୍ରମରେ ପ୍ରଥମ ସ୍ଥାନରେ ରହିଥିବା ଛାତ୍ରୀଛାତ୍ରଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri