କୋଟିଆରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ

ପଟ୍ଟାଙ୍ଗି,୨୩ା୭( ଶରତ ଧଳ): କୋରାପୁଟ ଜିଲା ଗସ୍ତରେ ରବିବାର କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ଆସିଥିଲେ। ପ୍ରଥମେ ସେ ଜିଲା ମୁଖ୍ୟାଳୟରେ ବିଭାଗୀୟ ଅଧିକାରୀମାନଙ୍କ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରି ପରେ ଜିଲାପାଳ ଅବଦାଲ ଏମ. ଅଖତରଙ୍କ ସହ ପଟ୍ଟାଙ୍ଗି ବ୍ଲକର ବିବାଦୀୟ କୋଟିଆ ପଞ୍ଚାୟତ ଗସ୍ତ କରିଥିଲେ। ଏଠାରେ ପହଞ୍ଚିବା ପରେ ପାଢୀ ପ୍ରଥମେ ଜଗନ୍ନାଥ ମନ୍ଦିରରେ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଚାଷୀଙ୍କ ସହ ଏକ ବୈଠକରେ ଯୋଗ ଦେଇଥିଲେ।

ବିଭିନ୍ନ ଚାଷ ସମ୍ପର୍କରେ ଜିଲାପାଳ ଏବଂ ପ୍ରମୁଖ ଶାସନ ସଚିବ ପାଢୀ ଚାଷୀଙ୍କ ସହ ଆଲୋନା କରିଥିଲେ। ରାଜ୍ୟ କୃଷି ବିଭାଗ କୋରାପୁଟ ଜିଲାରେ ୪ ହଜାର ହେକ୍ଟରଜମିରେ ଆଳୁ ଚାଷ ପାଇଁ ଲକ୍ଷ୍ୟ ରଖିଥିବା ଏବଂ କୋଟିଆରେ ୧୩୦ ହେକ୍ଟର ଜମିରେ ଆଳୁଚାଷ ହୋଇଥିବା ଚାଷୀଙ୍କୁ ସୂଚନା ଦେଇଥିଲେ। ପରେ ପଞ୍ଚାୟତର ଥୁରିଆ ଗ୍ରାମରେ ହନୁମାନ ସ୍ବୟଂ ସହାୟକ ଗୋଷ୍ଠୀ ଦାୟିତ୍ୱରେ ଥିବା ସୋଲାର କୋଲଡ ଷ୍ଟୋର ବୁଲି ଦେଖିଥିଲେ।

କୃଷି ପ୍ରମୁଖ ଶାସନ ସଚିବ ପାଢ଼ୀଙ୍କ ଗସ୍ତ ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ତଥ୍ୟ ମାଗିବାରୁ ଅଧିକାରୀମାନେ ଗଣମାଧ୍ୟମଠାରୁ ଦୂରେଇ ରହିଥିଲେ। ସରପଞ୍ଚ ଲିୟୁ ଗେମେଲ, ଜିଲା ପରିଷଦ ସଦସ୍ୟା ଟିକାଇ ଗେମେଲ, ରାଜ୍ୟ ଉଦ୍ୟାନ ବିଭାଗ ନିର୍ଦ୍ଦେଶକ ରୋହିତ ଲେଙ୍କା, ଅତିରିକ୍ତ ନିର୍ଦ୍ଦେଶକ ସୁକାନ୍ତ ସୁବୁଦ୍ଧି, ଜିଲା ଡିଡିଏଚ ସୁଧାମ ଚନ୍ଦ୍ର ବିଶ୍ୱାଳ, ଅତିରିକ୍ତ ଏଏଚଓ ପୁରଞ୍ଜୟ ପାଣିଗ୍ରାହୀ, ପଟ୍ଟାଙ୍ଗି ବିଡିଓ ଦାୟିତ୍ୱରେ ଥିବା ତହସିଲଦାର ଦେବେନ୍ଦ୍ର ବାହାଦୁର ସିଂ ଧାରୁଆ, ଏଇ ବିଶ୍ୱନାଥ ମାଦଲି, ପିଇଓ କଣ୍ଡା ଗୋଲର,ଏଏଚଓ ରାନୁ ପ୍ରିୟା ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

Featured Video Play Icon

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର।...

ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…

ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍‌ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିର ଏକ ସେପଟି ଟାଙ୍କି ଗାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri