କୋଟିଆରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ

ପଟ୍ଟାଙ୍ଗି,୨୩ା୭( ଶରତ ଧଳ): କୋରାପୁଟ ଜିଲା ଗସ୍ତରେ ରବିବାର କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଅରବିନ୍ଦ ପାଢ଼ୀ ଆସିଥିଲେ। ପ୍ରଥମେ ସେ ଜିଲା ମୁଖ୍ୟାଳୟରେ ବିଭାଗୀୟ ଅଧିକାରୀମାନଙ୍କ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରି ପରେ ଜିଲାପାଳ ଅବଦାଲ ଏମ. ଅଖତରଙ୍କ ସହ ପଟ୍ଟାଙ୍ଗି ବ୍ଲକର ବିବାଦୀୟ କୋଟିଆ ପଞ୍ଚାୟତ ଗସ୍ତ କରିଥିଲେ। ଏଠାରେ ପହଞ୍ଚିବା ପରେ ପାଢୀ ପ୍ରଥମେ ଜଗନ୍ନାଥ ମନ୍ଦିରରେ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଚାଷୀଙ୍କ ସହ ଏକ ବୈଠକରେ ଯୋଗ ଦେଇଥିଲେ।

ବିଭିନ୍ନ ଚାଷ ସମ୍ପର୍କରେ ଜିଲାପାଳ ଏବଂ ପ୍ରମୁଖ ଶାସନ ସଚିବ ପାଢୀ ଚାଷୀଙ୍କ ସହ ଆଲୋନା କରିଥିଲେ। ରାଜ୍ୟ କୃଷି ବିଭାଗ କୋରାପୁଟ ଜିଲାରେ ୪ ହଜାର ହେକ୍ଟରଜମିରେ ଆଳୁ ଚାଷ ପାଇଁ ଲକ୍ଷ୍ୟ ରଖିଥିବା ଏବଂ କୋଟିଆରେ ୧୩୦ ହେକ୍ଟର ଜମିରେ ଆଳୁଚାଷ ହୋଇଥିବା ଚାଷୀଙ୍କୁ ସୂଚନା ଦେଇଥିଲେ। ପରେ ପଞ୍ଚାୟତର ଥୁରିଆ ଗ୍ରାମରେ ହନୁମାନ ସ୍ବୟଂ ସହାୟକ ଗୋଷ୍ଠୀ ଦାୟିତ୍ୱରେ ଥିବା ସୋଲାର କୋଲଡ ଷ୍ଟୋର ବୁଲି ଦେଖିଥିଲେ।

କୃଷି ପ୍ରମୁଖ ଶାସନ ସଚିବ ପାଢ଼ୀଙ୍କ ଗସ୍ତ ସମୟରେ ଗଣମାଧ୍ୟମ ପ୍ରତିନିଧିମାନେ ତଥ୍ୟ ମାଗିବାରୁ ଅଧିକାରୀମାନେ ଗଣମାଧ୍ୟମଠାରୁ ଦୂରେଇ ରହିଥିଲେ। ସରପଞ୍ଚ ଲିୟୁ ଗେମେଲ, ଜିଲା ପରିଷଦ ସଦସ୍ୟା ଟିକାଇ ଗେମେଲ, ରାଜ୍ୟ ଉଦ୍ୟାନ ବିଭାଗ ନିର୍ଦ୍ଦେଶକ ରୋହିତ ଲେଙ୍କା, ଅତିରିକ୍ତ ନିର୍ଦ୍ଦେଶକ ସୁକାନ୍ତ ସୁବୁଦ୍ଧି, ଜିଲା ଡିଡିଏଚ ସୁଧାମ ଚନ୍ଦ୍ର ବିଶ୍ୱାଳ, ଅତିରିକ୍ତ ଏଏଚଓ ପୁରଞ୍ଜୟ ପାଣିଗ୍ରାହୀ, ପଟ୍ଟାଙ୍ଗି ବିଡିଓ ଦାୟିତ୍ୱରେ ଥିବା ତହସିଲଦାର ଦେବେନ୍ଦ୍ର ବାହାଦୁର ସିଂ ଧାରୁଆ, ଏଇ ବିଶ୍ୱନାଥ ମାଦଲି, ପିଇଓ କଣ୍ଡା ଗୋଲର,ଏଏଚଓ ରାନୁ ପ୍ରିୟା ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ମହମ୍ମଦ ସିରାଜ ଅଧିନାୟକ ଭାବେ ମନୋନୀତ; ଭାରତ-ଆଫଗାନିସ୍ତାନ ସିରିଜ ପୂର୍ବରୁ ମିଳିଲା ଭଲ ଖବର

ନୂଆଦଲ୍ଲୀ,୧୨।୯: ଭାରତୀୟ ଦଳ ଆସନ୍ତାକାଲି, ଅର୍ଥାତ ସେପ୍ଟେମ୍ବର ୧୩ରୁ ଆଫଗାନିସ୍ତାନ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ ଦଳର ଷ୍ଟାର୍‌…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ମୋବାଇଲ ନମ୍ବର ଭଳି ‘ପୋର୍ଟ’ ହୋଇପାରିବ ଫାସ୍‌ଟ୍ୟାଗ୍‌

ମୁମ୍ବାଇ,୧୨ା୯: ମୋବାଇଲ ଫୋନ୍‌ ଭଳି ଫାସ୍‌ଟାଗ୍‌ ମଧ୍ୟ ପୋର୍ଟ କରିହେବ। ଉପଭୋକ୍ତାମାନେ କେନ୍ଦ୍ର ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓ୍ବାନ୍‌ଟ୍ୟାଗ୍‌ ମାଧ୍ୟମରେ ସେମାନଙ୍କର ଫାସ୍‌ଟାଗ୍‌ ବ୍ୟାଙ୍କ କିମ୍ବା…

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସର ‘ପ୍ଲାଟିନମ ଶୋ’

ଭୁବନେଶ୍ୱର, ୧୨ା୯(ସନ୍ତୋଷ କୁମାର ବେହେରା): ଅନ୍ୟତମ ପ୍ରତିଷ୍ଠିତ ଜୁଏଲେରି ବ୍ରାଣ୍ଡ୍‌ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ସ୍ଥାନୀୟ ଶହୀଦନଗର ଷ୍ଟୋରରେ ‘ପ୍ଲାଟିନମ ଶୋ’ର ଶୁଭାରମ୍ଭ ହୋଇଛି…

ପେମେଣ୍ଟ ଲିଙ୍କ୍‌ ସହ ସ୍ଥାନୀୟ ମୁଦ୍ରାରେ କାରବାର କର

ନୂଆଦିଲ୍ଲୀ,୧୨ା୯: ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକ ମଧ୍ୟରେ ସ୍ଥାନୀୟ ମୁଦ୍ରାରେ ବ୍ୟାପାର ଏବଂ ସେମାନଙ୍କର ତତ୍କାଳୀନ ପେମେଣ୍ଟ ସିଷ୍ଟମର ସଂଯୋଗୀକରଣ ପାଇଁ କେନ୍ଦ୍ର ବାଣିଜ୍ୟ ଓ ଶିଳ୍ପମନ୍ତ୍ରୀ ପୀୟୂଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?