ସାର କଳାବଜାର ନେଇ ଚଢାଉ: ଜଣଙ୍କୁ ନୋଟିସ

କେନ୍ଦୁଝର, ୨୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା କୃଷି ବିଭାଗ ଫର୍ଟିଲାଇଜର ସ୍କ୍ବାର୍ଡ ପକ୍ଷରୁ ସୋମବାର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ବଜାରରେ ଥିବା ସାର ବିକ୍ରୟ କେନ୍ଦ୍ର ଉପରେ ଚଢାଉ କରାଯାଇଥିଲା। ଚଢାଉ ବେଳେ ଅଧିକାରୀମାନେ ଅଧିକ ଦରରେ ୟୁରିଆ ସାର ବିକ୍ରି ହେଉଥିବା ଜାଣିବାକୁ ପାଇଛନ୍ତି। ତେଣୁ ଜଣେ ଦୋକାନୀଙ୍କୁ କାରଣ ଦର୍ଶାଅ ନୋଟିସ ଦିଆଯାଇଛି। ସମ୍ପୃକ୍ତ ଦୋକାନୀଙ୍କୁ ୩ ଦିନ ମଧ୍ୟର କୈଫିୟତ ତଲବ ନ କଲେ ଆଇନ ଅନୁସାରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଏପରିକି ଉପସ୍ଥିତ ଚାଷୀଙ୍କୁ ଠିକ୍‌ ଦରରେ ସାର ବିକ୍ରୟ କରିବା ନେଇ ଅଧିକାରୀମାନେ ନିର୍ଦ୍ଦେଶ ଦେଇଥିଲେ। ବିନା ଲାଇସେନ୍ସରେ ବିହନ ବିକ୍ରେତା ବ୍ରିଦେଶ ମୁଖାର୍ଜୀଙ୍କ ଦୋକାନ ବନ୍ଦ କରାଯିବା ସହ ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ଏପରି କି ଅଧିକାରୀମାନେ ସାର ବିକ୍ରେତାଙ୍କଠାରୁ ସଂଗ୍ରହ କରାଯାଇଥିବା ପଟାସ୍‌ ସାରର ନମୁନା ଭୁବନେଶ୍ୱର ସ୍ଥିତ ପରୀକ୍ଷାଗାରକୁ ପଠାଇଛନ୍ତି।

ଚଢାଉ ବେଳେ ଅନ୍ୟ କେତେଜଣ ଦୋକାନ ବନ୍ଦ କରି ଲୁଚି ପଳାଇ ଥିବା ଜଣାପଡିଛି। ଦୀର୍ଘ ଦିନ ହେଲା ପଦ୍ମପୁର ଅଞ୍ଚଳରେ ୟୁରିଆ ସାର ଅଧିକ ଦରରେ ବିକ୍ରି ହେଉଥିବା ନେଇ ଚାଷୀମାନେ ଅଭିଯୋଗ କରି ଆସୁଥିଲେ। ଅଭିଯୋଗକୁ ଭିତ୍ତି କରି ଏହି ଚଢାଉ କରାଯାଇଥିଲା।

ପର୍ଯ୍ୟାୟ କ୍ରମେ ଅନ୍ୟ ବ୍ଲକରେ ମଧ୍ୟ ଚଢାଉ କରାଯିବ ବୋଲି ଜିଲାସ୍ତରୀୟ ଫର୍ଟିଲାଇଜର ସ୍କ୍ବାର୍ଡ ସଦସ୍ୟ ରବିନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି। ଏହି ଚଢାଉ ପରେ କେନ୍ଦୁଝରର ଡିଲରମାନଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି।

ଚଢାଉରେ ସହକାରୀ କୃଷି ନିର୍ଦ୍ଦେଶକ ରବିନ୍ଦ୍ର କୁମାର ସାହୁ, ବ୍ଲକ କୃଷି ଅଧିକାରୀ ସୁଶାନ୍ତ ପଣ୍ଡା, କେନ୍ଦୁଝର ସହକାରୀ କୃଷି ଅଧିକାରୀ ଲକ୍ଷ୍ମୀଦେବୀ ଶର୍ମା, ଏସ୍‌ଆଇ ହେରଫନା ହଁାସଦା, ଏସ୍‌ଆଇ ବିଜୟ କୁମାର ଗୋଚ୍ଛାୟତ ପ୍ରମୁଖ ଉପସ୍ଥିତ ଥିଲେ। ଏନେଇ ମୁଖ୍ୟ ଜିଲା କୃଷି ଅଧିକାରୀ ମିହିର କୁମାର ସାହୁ କହିଛନ୍ତି, ଏଭଳି ଚଢାଉ ନିୟମିତ କରାଯାଇ ଲାଇସେନ୍ସ, ଷ୍କକ ଏବଂ ଦର ତାଲିକା ମରାଯାଇଛି କି ନାହିଁ ଯାଞ୍ଚ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri