ବିପର୍ଯ୍ୟସ୍ତ ହେବ କୃଷି, ପାନୀୟ ଜଳ

କେନ୍ଦ୍ରାପଡ଼ା ଅଫିସ, ୧୬ା୭: ମହାନଦୀର ଜଳଧାରା ସମ୍ପୂର୍ଣ୍ଣ ବ୍ୟାହତ ହୋଇପାରେ। ରାଜ୍ୟ ଜଳସମ୍ପଦ ମନ୍ତ୍ରୀ ଟୁକୁନୀ ସାହୁ ମହାନଦୀ ଜଳ ବିବାଦକୁ ନେଇ ଏପରି ଆଶଙ୍କା ବିଧାନସଭାରେ ପ୍ରକଟ ପରେ ଏହାର ପ୍ରତିଧ୍ୱନି କେନ୍ଦ୍ରାପଡ଼ା ଜିଲାରେ ଶୁକ୍ରବାର ଦେଖିବାକୁ ମିଳିଛି। ଛତିଶଗଡ଼ଠାରେ ନଦୀବନ୍ଧ ନିର୍ମାଣ ହେବା ଦ୍ୱାରା ଜିଲାର କୃଷି ଓ ପାନୀୟ ଜଳ ବିପର୍ଯ୍ୟସ୍ତ ହେବ ବୋଲି ଜିଲାବାସୀ ମତବ୍ୟକ୍ତ କରିଛନ୍ତି।
ଏ ସମ୍ପର୍କରେ ବୁଦ୍ଧିଜୀବୀ ଗଣେଶ ଚନ୍ଦ୍ର ସାମଲ କହିଛନ୍ତି, ମହାନଦୀର ଜଳଧାରା କେନ୍ଦ୍ରାପଡ଼ା ଜିଲାର ଉପାନ୍ତ ବ୍ଲକ ମହାକାଳପଡ଼ାର ମହାନଙ୍ଗଳଠାରୁ ମାତ୍ର ୧୦ କିଲୋମିଟର ପ୍ରବାହିତ ହୋଇ ଗଡରୋମିତ ପର୍ଯ୍ୟନ୍ତ ଲମ୍ବିଛି। ଏଥିସହ କଟକ ଜିଲା ଗୁଆଳନାସୀଠାରୁ ଜିଲାରେ ପ୍ରବାହିତ ଚିତ୍ରୋପତ୍ଳା ନଦୀ ମହାନଦୀଠାରୁ ଜଳ ଗ୍ରହଣ କରୁଛି। ଚିତ୍ରୋପତ୍ଳା ନଦୀରୁ ଲୁଣା ନଦୀ ବରପଦାଠାରେ ସୃଷ୍ଟି ହୋଇଛି। ସେହିପରି ଜଗତପୁରର ତେଣ୍ଡାକୁଡାଠାରେ ପାଇକା ନଦୀ ଓ ଚୌଦ୍ୱାର ନିକଟରେ ବିରୂପା ନଦୀ ମହାନଦୀର ଜଳଗ୍ରହଣ କରି ପୂର୍ଣ୍ଣଗର୍ଭା ହୋଇଛି। ଜଗତପୁରର ବ୍ୟାରେଜ ନିକଟରେ କେନ୍ଦ୍ରାପଡ଼ା କେନାଲ ସୃଷ୍ଟି କରାଯାଇ ମହାନଦୀର ଜଳକୁ ଜିଲାରେ ପ୍ରବାହିତ ଗୋବରୀ କେନାଲ, ପଟ୍ଟାମୁଣ୍ଡାଇ କେନାଲ ଓ ଗୋବରୀ ସମ୍ପ୍ରସାରିତ କେନାଲକୁ ଛଡା ଯାଇଥାଏ। ଫଳରେ ମହାନଦୀର ଜଳକୁ ଭିତ୍ତିକରି ଜିଲାର ୪୧,୬୮୧ ହେକ୍ଟର କ୍ଷେତରେ ଚାଷ ହେଉଛି। ଏଥିସହ ଲୁଣା ଅଞ୍ଚଳ ଭାବେ ପରିଚିତ ରାଜନଗର, ମହାକାଳପଡ଼ା ବ୍ଲକ ସମେତ କେନ୍ଦ୍ରାପଡ଼ା ସହରବାସୀ ଏହାର ମଧୁର ଜଳକୁ ପାନୀୟ ଜଳ ଭାବେ ବ୍ୟବହାର କରୁଛନ୍ତି। ଆଗାମୀଦିନରେ ଦୁଇଟି ମେଗା ପାନୀୟ ଜଳ ପ୍ରକଳ୍ପ ସହ ମହାକାଳପଡ଼ାର ଆଖଡାଶାଳୀ ନିକଟରେ ଦେଶର ପ୍ରଥମ ନଦୀଭିତ୍ତିକ ବନ୍ଧର ନିର୍ମାଣ ଯୋଜନା ରହିଛି। ଉପରମୁଣ୍ଡରେ ମହାନଦୀର ଜଳ ପ୍ରବାହ କମିଲେ ତଳମୁଣ୍ଡରେ ଥିବା କେନ୍ଦ୍ରାପଡା ଜିଲା ବିଶେଷ ଭାବେ କ୍ଷତିଗ୍ରସ୍ତ ହେବ ବୋଲି ସାମଲ କହିଛନ୍ତି। ପୂର୍ବତନ କାଉନସିଲର ହିରଣ୍ୟ କୁମାର ପଣ୍ଡା କହିଛନ୍ତି, ମହାନଦୀର ଜଳକୁ ଛତିଶଗଡ଼ ସରକାର ଏକଚାଟିଆ ଭାବେ ବ୍ୟବହାର କରିବା ପାଇଁ ଚାହୁଁଛନ୍ତି। ସେଠାରେ ନଦୀବନ୍ଧ ନିର୍ମାଣ ହେଲେ ରାଜ୍ୟର ବିଦ୍ୟୁତ୍‌ ଉତ୍ପାଦନ, କୃଷି ଓ ପାନୀୟ ଜଳ ପ୍ରଭାବିତ ହେବ। ଏପରି କି ଏହାର ପ୍ରଭାବ ଯୋଜନାରେ ଥିବା ଆଖଡାଶାଳୀ ବନ୍ଦର ଉପରେ ପଡିବ। ସଂଘୀୟ ବ୍ୟବସ୍ଥାରେ ଦେଶ ଚାଲୁଥିବା ବେଳେ ରାଜ୍ୟଗୁଡିକ ମଧ୍ୟରେ ବିବାଦ ଆଦୌ ସମୀଚୀନ ନୁହେଁ। ବିବାଦର ଅନ୍ତ ପାଇଁ ସମସ୍ତ ରାଜନୈତିକ ଦଳ ଏକାଠି ହୋଇ ରାଜ୍ୟ ସ୍ବାର୍ଥ ପାଇଁ ସ୍ବର ଉଠାଇବା ଆବଶ୍ୟକ। ପାଟକୁରା ଆଞ୍ଚଳିକ ବିକାଶ କମିଟିର ସଭାପତି ସେକ୍‌ ଫଜରୁଲ ହକ କହିଛନ୍ତି, କଟକ ଜିଲାର ଗୁଆଳିନାସୀଠାରେ ମହାନଦୀରୁ ଚିତ୍ରୋପତ୍ଳା ସୃଷ୍ଟି ହୋଇଛି। କେନ୍ଦ୍ରାପଡ଼ା ଜିଲାର ମହମ୍ମଦପୁରରୁ କୁଅଁାରପୁର ପର୍ଯ୍ୟନ୍ତ ୩୬ କିଲୋମିଟର ଏହି ନଦୀ ବ୍ୟାପିଛି। ଏହାର ଅବବାହିକାରେ ହେଉଥିବା ପନିପରିବାଠାରୁ ଆରମ୍ଭ କରି ଧାନ ଫସଲ ପର୍ଯ୍ୟନ୍ତ ଏହି ନଦୀ ଜଳକୁ ଚାଷୀମାନେ ଚାଷ କାର୍ଯ୍ୟରେ ବ୍ୟବହାର କରିଥାନ୍ତି। ସ୍ଥାନୀୟ ଅଧିବାସୀଙ୍କ ଦୈନନ୍ଦିନ ଜୀବନରେ ଚିତ୍ରୋପତ୍ଳା ନଦୀ ବହୁ କାର୍ଯ୍ୟରେ ଆସୁଛି। ମହାନଦୀର ଜଳଧାରା କ୍ଷମତା କମିଲେ ଚିତ୍ରୋପତ୍ଳା ମରିଯିବ। ଫଳରେ ଜନଜୀବନ ବିପର୍ଯ୍ୟସ୍ତ ହେବ। କୃଷକ ନେତା ବିଜୟ କୁମାର ପରିଡା କହିଛନ୍ତି, ମହାନଦୀ ଜଳ ବିବାଦ ଶୀଘ୍ର ସମାଧାନ ହେବା ଆବଶ୍ୟକ। ସମାଧାନ ବିଳମ୍ବିତ ହେଲେ କେନ୍ଦ୍ରାପଡ଼ା ଜିଲାର ଜନଜୀବନ ପ୍ରଭାବିତ ହେବ। କୃଷି, ପାନୀୟ ଜଳ ସହ ପରିବେଶ ନଷ୍ଟ ହେବ। ଜିଲାର ବିଭିନ୍ନ ନଦୀ ଓ କେନାଲକୁ ଏହି ନଦୀ ପାଣି ଯୋଗାଉଛି। ଏହାର ଜଳଧାରା ବନ୍ଦ ହେଲେ ବହୁ ଅଞ୍ଚଳ ଖୁବ୍‌ଶୀଘ୍ର ଲୁଣା ପାଲଟିଯିବ। ଏହି ବିବାଦକୁ ରାଜନୀତିକରଣ କରା ନ ଯାଇ ଓଡ଼ିଶାର ସ୍ବାର୍ଥ ପାଇଁ ରାଜନୈତିକ ଦଳ ସମେତ ସ୍ଥାନୀୟ ଶିକ୍ଷାବିତ୍‌, ବୁଦ୍ଧିଜୀବୀମାନେ ସ୍ବର ଉଠାନ୍ତୁ ବୋଲି ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri