କୃଷି କାର୍ଯ୍ୟ, ଜରୁରିକାଳୀନ ସେବା ଉପରେ ପଡ଼ୁଛି ପ୍ରଭାବ

ନବରଙ୍ଗପୁର,୧୯ ।୬(ବି.ପ୍ର.): ଗୋଟିଏ ପଟେ ବିଳମ୍ବିତ ମୌସୁମୀ ଓ ଧାନ ବିହନ ଅଭାବ। ଅନ୍ୟ ପକ୍ଷରେ ନବରଙ୍ଗପୁର ଜିଲାରେ ଡିଜେଲ ମିଳୁନାହିଁ । କୃଷି କାର୍ଯ୍ୟରେ ବ୍ୟବହୃତ ଟ୍ରାକ୍ଟର ଓ ଡିଜେଲ ଚଳିତ ଯନ୍ତ୍ରାଂଶ ପାଇଁ ଚାଷୀ ଡିଜେଲ ଖୋଜିଲେ ମିଳୁ ନାହିଁ। ଅନ୍ୟପକ୍ଷରେ ନବରଙ୍ଗପୁର ଜିଲାର ସମସ୍ତ ଡାକ୍ତରଖାନାରୁ ପ୍ରତ୍ୟେକ ଦିନ ଆମ୍ବୁଲାନ୍ସ ମାଧ୍ୟମରେ ରୋଗୀ ଓ ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। ପୋଲିସ ପେଟ୍ରୋଲିଂ ଓ ଜରୁରୀକାଳୀନ ସେବାରେ ଗାଡି ବ୍ୟବହାର କରୁଛନ୍ତି। ସେହିଭଳି ମାଲ ପରିବହନ କରୁଥିବା ଟ୍ରକ୍‌ ଓ ଗାଡି ମଟରଗୁଡିକ ପେଟ୍ରୋଲ ପମ୍ପରେ ଡିଜେଲ ପାଉନାହାନ୍ତି। ରାସ୍ତାରେ ଗାଡ଼ି ଅଟକାଇ ଡିଜେଲ କେଉଁଠାରେ ମିଳିବ ଖୋଜି ବୁଲୁଛନ୍ତି। ଚାଷବାସ ସମୟରେ ଅନେକ ଚାଷୀ ଟ୍ରାକ୍ଟରକୁ ଘରେ ରଖିବାକୁ ବାଧ୍ୟ ହେଉଛନ୍ତି। ନବରଙ୍ଗପୁର ସହର ଓ ଉପକଣ୍ଠରେ ୧୦ଟି ପେଟ୍ରୋଲ ପମ୍ପ ରହିଥିବାବେଳେ ଗୋଟିଏ ପେଟ୍ରୋଲ ପମ୍ପରେ ଶୁକ୍ରବାର ୨୦ ହଜାର ଲିଟର ଡିଜେଲ ପହଞ୍ଚିଥିଲା । ଶନିବାର ସକାଳୁ ତାହାମଧ୍ୟ ସରିଗଲା। ଜିଲାରେ ଡିଜେଲ ସମସ୍ୟା ଏକ ସପ୍ତାହ ହେବ ଲାଗି ରହିଛି। ତେଣୁ କେନ୍ଦ୍ର ଓ ରାଜ୍ୟ ସରକାର ଏଥିପ୍ରତି ଗୁରୁତ୍ୱ ଦେଇ ପ୍ରତିକାର ବ୍ୟବସ୍ଥା କରନ୍ତୁ ବୋଲି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

୩୩ ଭୂମିହୀନଙ୍କ ମୁହଁରେ ଫୁଟିଲା ହସ, ସମସ୍ତଙ୍କୁ ମିଳିଲା…

ଝରିଗାଁ,୧୨ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ଭୂମିହୀନଙ୍କୁ ବସୁନ୍ଧରା ଯୋଜନାରେ ଗୁରୁବାର ତହସିଲ ପକ୍ଷରୁ ପଟ୍ଟା ବଣ୍ଟନ କରାଯାଇଛି। ତହସିଲଦାର ସୁମନ୍ତ ପାତ୍ରଙ୍କ ସଂଯୋଜନାରେ…

ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…  

ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…

ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ…

ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍‌

ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍‌ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ…

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ

ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା…

୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ

ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri