କୃଷି କାର୍ଯ୍ୟ, ଜରୁରିକାଳୀନ ସେବା ଉପରେ ପଡ଼ୁଛି ପ୍ରଭାବ

ନବରଙ୍ଗପୁର,୧୯ ।୬(ବି.ପ୍ର.): ଗୋଟିଏ ପଟେ ବିଳମ୍ବିତ ମୌସୁମୀ ଓ ଧାନ ବିହନ ଅଭାବ। ଅନ୍ୟ ପକ୍ଷରେ ନବରଙ୍ଗପୁର ଜିଲାରେ ଡିଜେଲ ମିଳୁନାହିଁ । କୃଷି କାର୍ଯ୍ୟରେ ବ୍ୟବହୃତ ଟ୍ରାକ୍ଟର ଓ ଡିଜେଲ ଚଳିତ ଯନ୍ତ୍ରାଂଶ ପାଇଁ ଚାଷୀ ଡିଜେଲ ଖୋଜିଲେ ମିଳୁ ନାହିଁ। ଅନ୍ୟପକ୍ଷରେ ନବରଙ୍ଗପୁର ଜିଲାର ସମସ୍ତ ଡାକ୍ତରଖାନାରୁ ପ୍ରତ୍ୟେକ ଦିନ ଆମ୍ବୁଲାନ୍ସ ମାଧ୍ୟମରେ ରୋଗୀ ଓ ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି। ପୋଲିସ ପେଟ୍ରୋଲିଂ ଓ ଜରୁରୀକାଳୀନ ସେବାରେ ଗାଡି ବ୍ୟବହାର କରୁଛନ୍ତି। ସେହିଭଳି ମାଲ ପରିବହନ କରୁଥିବା ଟ୍ରକ୍‌ ଓ ଗାଡି ମଟରଗୁଡିକ ପେଟ୍ରୋଲ ପମ୍ପରେ ଡିଜେଲ ପାଉନାହାନ୍ତି। ରାସ୍ତାରେ ଗାଡ଼ି ଅଟକାଇ ଡିଜେଲ କେଉଁଠାରେ ମିଳିବ ଖୋଜି ବୁଲୁଛନ୍ତି। ଚାଷବାସ ସମୟରେ ଅନେକ ଚାଷୀ ଟ୍ରାକ୍ଟରକୁ ଘରେ ରଖିବାକୁ ବାଧ୍ୟ ହେଉଛନ୍ତି। ନବରଙ୍ଗପୁର ସହର ଓ ଉପକଣ୍ଠରେ ୧୦ଟି ପେଟ୍ରୋଲ ପମ୍ପ ରହିଥିବାବେଳେ ଗୋଟିଏ ପେଟ୍ରୋଲ ପମ୍ପରେ ଶୁକ୍ରବାର ୨୦ ହଜାର ଲିଟର ଡିଜେଲ ପହଞ୍ଚିଥିଲା । ଶନିବାର ସକାଳୁ ତାହାମଧ୍ୟ ସରିଗଲା। ଜିଲାରେ ଡିଜେଲ ସମସ୍ୟା ଏକ ସପ୍ତାହ ହେବ ଲାଗି ରହିଛି। ତେଣୁ କେନ୍ଦ୍ର ଓ ରାଜ୍ୟ ସରକାର ଏଥିପ୍ରତି ଗୁରୁତ୍ୱ ଦେଇ ପ୍ରତିକାର ବ୍ୟବସ୍ଥା କରନ୍ତୁ ବୋଲି ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଉପରେ ଚଢିଗଲା ଟ୍ରକ: ୩ ଘଟଣାସ୍ଥଳରେ ମୃତ, ୯ ଗୁରୁତର ଆହତ

ରାଇଘର,୨୧/୪: ନବରଙ୍ଗପୁର ଜିଲା ରାଇଘର ଥାନା ଅନ୍ତର୍ଗତ ଜୋଡେଙ୍ଗା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଓ ଟ୍ରକ ମୁହମୁହି ଧକ୍କା ହେବା ଫଳରେ...

ମାଣ୍ଡିଆ କିଣାର ଭିଜିଲାନ୍ସ ତଦନ୍ତ ଦାବି କଲେ ଚାଷୀ

ନବରଙ୍ଗପୁର,୨୧।୪,(ସଦାଶିବ ପ୍ରହରାଜ)ନବରଙ୍ଗପୁରରେ କର୍ନାଟକରୁ ଆସିଥିବା ଏକ ମାଣ୍ଡିଆ ବୋଝେଇ ଗାଡ଼ି ଶୁକ୍ରବାର ଜବତ ହୋଇଛି। ଏହାପରେ ଜିଲାରେ ମିଲେଟ ମିଶନ କିପରି କାର୍ଯ୍ୟକାରୀ ହେଉଛି ତାହାକୁ...

ବିଜେଡି ବିଧାୟକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ନାଏବ ସରପଞ୍ଚ

ନବରଙ୍ଗପୁର,୧୨।୪(ସଦାଶିବ ପ୍ରହରାଜ):ଋଣ ଦେବାକୁ କହି ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଏସ୍‌ଏଚ୍‌ଜି ମହିଳାଙ୍କୁ ବିଜେଡିରେ ମିଶାଉଥିବା ଅଭିଯୋଗ କରିଛନ୍ତି ନନ୍ଦାହାଣ୍ଡି ବ୍ଲକ ମେଣ୍ଟ୍ରି ପଞ୍ଚାୟତ ନାଏବ...

ମେ’, ଜୁନ୍‌ରେ ୪ ଦିନ ଡ୍ରାଏ ଡେ

ନବରଙ୍ଗପୁର,୭।୪(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲାରେ ଆଗାମୀ ସାଧାରଣ ନିର୍ବାଚନକୁ ଅବାଧ, ନିରପେକ୍ଷ, ସ୍ବଚ୍ଛ ଓ ଶାନ୍ତିଶୃଙ୍ଖଳାର ସହିତ ସୁଚାରୁରୂପେ ପରିଚାଳନା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆବଶ୍ୟକ...

ଆଡ୍‌ମିଟ୍‌ କାର୍ଡ ପାଇଁ ଟଙ୍କା

ଚନ୍ଦାହାଣ୍ଡି, ୬।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସରକାରୀ ପାନାବେଡ଼ା ନୂତନ ହାଇସ୍କୁଲ ଛାତ୍ରୀଛାତ୍ରଙ୍କଠାରୁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଆଡ୍‌ମିଟ୍‌ କାର୍ଡ ଦେବା...

ଭାଜପା ଲୋକସଭା ପ୍ରାର୍ଥୀଙ୍କ ଗାଡ଼ିକୁ ଅଣ୍ଡା ମାଡ଼

ପାପଡ଼ାହାଣ୍ଡି, ୨୮।୩(ସ୍ବପ୍ନଜିତ ପଟ୍ଟନାୟକ)ନବରଙ୍ଗପୁର ଜିଲା ମଇଦଲପୁର ହାଟପଦାଠାରେ ବୁଧବାର ଭାଜପାର ନବରଙ୍ଗପୁର ଲୋକ ସଭା ପ୍ରାର୍ଥୀ ବଳଭଦ୍ର ମାଝିଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ ହୋଇଛି। ବଳଭଦ୍ର...

ସିସି କ୍ୟାମେରାରେ କାଦୁଅ ଲଗାଇ କରୁଥିଲେ ବ୍ୟାଙ୍କ ଚୋରି: ସାଇରନ ବାଜିବାରୁ…

ଉମରକୋଟ, ୨୨।୩(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହର ମାଁ ପେଣ୍ଡ୍ରାଣୀ ମନ୍ଦିର ନିକଟରେ ଥିବା ଉତ୍କର୍ଷ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କରେ କିଛି ଦୁର୍ବୁତ୍ତ ଲୁଟ୍‌...

ପିଇବା ପାଣି ପାଇଁ ପ୍ରକୃତି ସାହା

ତେନ୍ତୁଳିଖୁଣ୍ଟି,୨୨।୩(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ପାତ୍ରପୁଟ ପଞ୍ଚାୟତ କଳାହାଣ୍ଡି ସୀମାନ୍ତ ପାହାଡ଼ ତଳି ଗାଁ ଝରଣଗୁଡ଼ା। ଗ୍ରାମବାସୀଙ୍କ ପିଇବା ପାଣି ପାଇଁ ପ୍ରକୃତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri