କୃଷି, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଅତିରିକ୍ତ ଖର୍ଚ୍ଚଦାବି ଗୃହୀତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ୧୪୩ କୋଟି ୬୫ ଲକ୍ଷ ୩୫ ହଜାର ଟଙ୍କା ଏବଂ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ୧୪ କୋଟି ୮୧ ଲକ୍ଷ ୫୨ ହଜାର ଟଙ୍କାର ଅତିରିକ୍ତ ଖର୍ଚ୍ଚ ଦାବି ବିଧାନସଭାରେ ଗୃହୀତ ହୋଇଛି । କୃଷିମନ୍ତ୍ରୀଙ୍କ ତରଫରୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ଏହି ଖର୍ଚ୍ଚଦାବିକୁ ବୁଧବାର ଗୃହର ଅନୁମୋଦନ ପାଇଁ ଉପସ୍ଥାପନ କରିଥିଲେ।
ଖର୍ଚ୍ଚଦାବି ଆଲୋଚନା ବେଳେ ବିରୋଧୀ କଂଗ୍ରେସ ଓ ଭାଜପା ସଦସ୍ୟମାନେ ଶିକ୍ଷକ ଆନ୍ଦୋଳନ ନେଇ ବାଚସ୍ପତିଙ୍କ ପୋଡିୟମ ସମ୍ମୁଖରେ ପ୍ରବଳ ହୋହଲ୍ଲା କରିଥିଲେ। ଗୃହର ସୁପରିଚାଳନା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ ମଧ୍ୟ ପରିସ୍ଥିତି ସ୍ବାଭାବିକ ହୋଇପାରି ନ ଥିଲା। ପାଟିତୁଣ୍ଡ ମଧ୍ୟରେ ବିଭାଗର ଖର୍ଚ୍ଚଦାବି ଗୃହୀତ ହୋଇଥିଲା।
ହୋହଲ୍ଲା ମଧ୍ୟରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ରାଜ୍ୟରେ ଧାନ, ବିରି, ମାଣ୍ଡିଆ ଏବଂ ଡାଲିଜାତୀୟ ଫସଲର ଅମଳ ବୃଦ୍ଧି ପାଇଛି । ମତ୍ସ୍ୟ ଓ ପଶୁପାଳନ କ୍ଷେତ୍ରରେ ଏସ୍‌ଏଚଜି ମହିଳାମାନଙ୍କୁ ସାମିଲ କରାଯାଇଛି । ୫-ଟି ଓ ମୋ ସରକାର ମାଧ୍ୟମରେ ଚାଷୀମାନଙ୍କୁ ବିହନଠାରୁ ଆରମ୍ଭ କରି ବିଭିନ୍ନ ସେବା ଯୋଗାଇବାରେ ତ୍ୱରିତ ପଦକ୍ଷେପ ନିଆଯାଉଛି। ଏହି ଖର୍ଚ୍ଚଦାବି ଆଲୋଚନାରେ ଭାଗ ନେଇ ଶାସକ ଦଳ ସଭ୍ୟ ଅମର ପ୍ରସାଦ ଶତପଥୀ କହିଛନ୍ତି, କୃଷି ହେଉଛି ଅର୍ଥନୀତିର ଆଧାର । ଓଡ଼ିଶା ପୂର୍ବରୁ ଖାଦ୍ୟଶସ୍ୟ ଆମଦାନୀ କରୁଥିବା ବେଳେ ଏବେ ଉତ୍ପାଦନ କ୍ଷେତ୍ରରେ ବଳକା ରାଜ୍ୟ ଭାବେ ପରିଗଣିତ ହୋଇଛି। ଓଡ଼ିଶା ଖାଦ୍ୟଶସ୍ୟ ଉତ୍ପାଦନ କରି ଅନ୍ୟ ରାଜ୍ୟକୁ କୃଷିଜାତ ସାମଗ୍ରୀ ପଠାଉଛି । ମତ୍ସ୍ୟ ଓ ପ୍ରାଣୀ ସମ୍ପଦ କ୍ଷେତ୍ରରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉଛି । କୃଷି ଉଦ୍ୟୋଗୀକରଣ ଆବଶ୍ୟକ ଅଛି । ତେଣୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ ଭଳି ପୁଞ୍ଜିନିବେଶ ଆୟୋଜନ ମଧ୍ୟ ଓଡ଼ିଶା କରୁଛି। ରାଜ୍ୟ ସରକାର ଏକାଧିକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି । ରାଜ୍ୟରେ ଉନ୍ନତ ପ୍ରଣାଳୀରେ ଚାଷ ହେଉଛି । ଆଶାଠାରୁ ଦୁଇଗୁଣ ଉତ୍ପାଦନ ହେଉଛି । ଏହା ସହିତ କାଳିଆ ଓ ବଳିଆ ଯୋଜନାରେ ଓଡ଼ିଶା ଏକମାତ୍ର ରାଜ୍ୟ, ଯେଉଁଠି ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଦିଆଯାଉଛି । ଓଡ଼ିଶାରୁ ଚାଉଳ ଉତ୍ପାଦନ କରାଯାଇ ପିଡିଏସ୍‌ ବ୍ୟବସ୍ଥାରେ ଚାଉଳ ପହଞ୍ଚୁଛି। ମିଲେଟ୍‌ ମିଶନ ମାଧ୍ୟମରେ ଆଦିବାସୀମାନଙ୍କର ମାଣ୍ଡିଆ ଚାଷକୁ ମୂଲ୍ୟଯୁକ୍ତ ଓ ବଜାର ଆଭିମୁଖ୍ୟ କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri