କୃଷି ଭାରତୀୟ ଅର୍ଥନୀତିର ମେରୁଦଣ୍ଡ

ଭୁବନେଶ୍ୱର,୨୮।୩: ବହୁ ରାଷ୍ଟ୍ରୀୟ ସାମାଜିକ ପ୍ରତିଷ୍ଠାନ ୱାଲ୍‌ମାର୍ଟ ଫାଉଣ୍ଡେଶନ ପକ୍ଷରୁ ଏକ ୫ ବର୍ଷିଆ କୃଷି ରଣନୀତି ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କୃଷକମାନଙ୍କ ଜୀବିକା ଉନ୍ନତ କରିବା ପ୍ରତି ଫାଉଣ୍ଡେଶନ ନିଜର ପ୍ରତିବଦ୍ଧତାକୁ ବିସ୍ତାର କରିବ, ଯାହା ସର୍ବନିମ୍ନ ୫୦% ମହିଳାଙ୍କ ସମେତ ୨୦୨୮ ସୁଦ୍ଧା ୧୦ ଲକ୍ଷ କ୍ଷୁଦ୍ରଚାଷୀଙ୍କ ନିକଟରେ ପହଞ୍ଚିବାକୁ ଲକ୍ଷ୍ୟ ରଖିଛି। ଏପରିକି ଦେଶର ପ୍ରମୁଖ କୃଷିଭିତ୍ତିକ ରାଜ୍ୟ ଉତ୍ତରପ୍ରଦେଶ, କର୍ନାଟକ, ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଭଳି ରାଜ୍ୟରେ ଚାଷୀମାନଙ୍କ ଆୟ ବୃଦ୍ଧି କରିବା ଲକ୍ଷ୍ୟ ସହିତ କୃଷି ବର୍ଗୀକରଣ ଓ ଏକୀକରଣ କ୍ଷେତ୍ରରେ କାର୍ଯ୍ୟରତ ଅଣଲାଭକାରୀ ସଂସ୍ଥାଗୁଡିକୁ ଆବଶ୍ୟକ ପରିମାଣର ଅନୁଦାନ ପ୍ରଦାନ କରାଯିବ। ସେହିଭଳି ୱାଲ୍‌ମାର୍ଟ ଫାଉଣ୍ଡେଶନ ଅନୁଦାନ ଫାର୍ମର ପ୍ରଡ୍ୟୁସର ଅର୍ଗାନାଇଜେଶନ (ଏଫ୍‌ପିଓ) ଗୁଡିକ ପାଇଁ କ୍ଷମତା ନିର୍ମାଣରେ ସହଯୋଗ କରିବା, ବଜାର ସଂଯୋଗ ପାଇଁ ପହଞ୍ଚକୁ ବିସ୍ତାର କରିବା ପାଇଁ ସ୍ଥାନୀୟ ଅନୁଦାନଗ୍ରାହୀଙ୍କୁ ସକ୍ଷମ କରିବା ଉପରେ ଗୁରୁତ୍ୱ ଦେବ। ଫାଉଣ୍ଡେଶନର ୫ ବର୍ଷିଆ ରଣନୀତି ସମେତ ଦୁଇଟି ନୂଆ ଅନୁଦାନର ଘୋଷଣା ମଧ୍ୟ କରାଯାଇଛି।
ଏ ସମ୍ପର୍କରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର କହିଛନ୍ତି, କୃଷି ଭାରତୀୟ ଅର୍ଥନୀତିର ମେରୁଦଣ୍ଡ ଏବଂ କ୍ଷୁଦ୍ରଚାଷୀଙ୍କ କଲ୍ୟାଣ ଭାରତ ସରକାରଙ୍କ ଶୀର୍ଷ ପ୍ରାଥମିକତା ମଧ୍ୟରୁ ଅନ୍ୟତମ। ୱାଲ୍‌ମାର୍ଟ ଫାଉଣ୍ଡେଶନର ଅଧ୍ୟକ୍ଷ କ୍ୟାଥ୍‌ଲିନ୍‌ ମ୍ୟାକ୍‌ଲାଫ୍‌ଲିନ୍‌ କହିଛନ୍ତି, ଭାରତରେ କ୍ଷୁଦ୍ରଚାଷୀଙ୍କ ପାଇଁ ବଜାର ପହଞ୍ଚକୁ ବିସ୍ତାର କରିବା ନେଇ ୱାଲ୍‌ମାର୍ଟ ଫାଉଣ୍ଡେଶନର ପ୍ରତିବଦ୍ଧତା, ସମସ୍ତ ହିତାଧିକାରୀଙ୍କ ପାଇଁ ମିଳିତ ମୂଲ୍ୟ ସୃଷ୍ଟି କରିବାରେ ସାହାଯ୍ୟ କରିପାରୁଥିବା ସମାଧାନଗୁଡିକୁ ଚିହ୍ନଟ କରିବା ନେଇ ଆମର ପ୍ରୟାସ ଉପରେ ନିର୍ମିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri