Posted inଜାତୀୟ

କୃଷି ଆଇନ ମନ୍ତବ୍ୟ: କ୍ଷମା ମାଗିଲେ କଙ୍ଗନା

ନୂଆଦିଲ୍ଲୀ, ୨୬।୯: ୨୦୨୧ରେ ମୋଦି ସରକାରଙ୍କ ଦ୍ୱାରା ରଦ୍ଦ କରାଯାଇଥିବା ୩ କୃଷି ଆଇନକୁ ଫେରାଇ ଆଣିବା ଉଚିତ ବୋଲି ମଙ୍ଗଳବାର ଭାଜପା ଏମ୍‌ପି କଙ୍ଗନା ରାଣାଓ୍ବତ ବୟାନ ଦେଇଥିଲେ। ତେବେ ବୁଧବାର ସେ ଏହି ବୟାନକୁ ନେଇ କ୍ଷମା ମାଗିଛନ୍ତି। କଙ୍ଗନା ଏକ୍ସ’ରେ ନିଜର ଏକ ଭିଡିଓ ପୋଷ୍ଟକରି କହିଛନ୍ତି, ୩ କୃଷି ଆଇନକୁ ଫେରାଇ ଅଣାଯାଉ ବୋଲି ତାଙ୍କର ବ୍ୟକ୍ତିଗତ ଭାବେ ଇଚ୍ଛା ରହିଛି। ଏହି ବ୍ୟକ୍ତିଗତ ମତକୁ ଭାଜପାର ମତ ବୋଲି ଧରିବା ଠିକ୍‌ ନୁହେଁ। ଏବେ ସେ କେବଳ ଜଣେ ଅଭିନେତ୍ରୀ ନୁହନ୍ତି ବରଂ ଏମ୍‌ପି ମଧ୍ୟ। ତେଣୁ ଦଳୀୟ ନୀତି ଅନୁଯାୟୀ, ତାଙ୍କୁ ବୟାନ ଦେବାକୁ ପଡ଼ିବ। ୩ କୃଷି ଆଇନକୁ ଫେରାଇ ଆଣିବା ନେଇ ତାଙ୍କର ବୟାନ ବହୁ ବରିଷ୍ଠ ଭାଜପା ନେତାଙ୍କୁ ନିରାଶ କରିଛି ବୋଲି କହି କଙ୍ଗନା ଦୁଃଖ ପ୍ରକଶ କରିଛନ୍ତି।
କଙ୍ଗନାଙ୍କ ମନ୍ତବ୍ୟକୁ କେନ୍ଦ୍ରକରି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି। ପ୍ରଧାନମନ୍ତ୍ରୀ କଙ୍ଗନାଙ୍କର ମନ୍ତବ୍ୟକୁ ସମର୍ଥନ କରୁଛନ୍ତି ନା ବିରୋଧ କରୁଛନ୍ତି ସେନେଇ ଦେଶବାସୀ ଜାଣିବାକୁ ଚାହାନ୍ତି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷରେ ଏମିତି କହିଦେଲେ ନିଶିକାନ୍ତ ଦୁବେ: ଯଦି ବାଧିଥାଏ…

ଭୁବନେଶ୍ୱର, ୨।୪(ସୁନିତ୍‌ ମିଶ୍ର):ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ବାବଦରେ ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ବିବାଦୀୟ ବୟାନକୁ ନେଇ ରାଜନୀତି ଥମିବାର ନାଁ ଧରୁନାହିଁ। ସବୁଆଡୁ…

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri