Posted inଜାତୀୟ

କୃଷି ଆଇନ: ରିପୋର୍ଟ ଦାଖଲ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧।୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ୩ ଜଣିଆ ବିଶେଷଜ୍ଞ କମିଟି କେନ୍ଦ୍ରର ବିବାଦୀୟ କୃଷି ଆଇନ ଉପରେ ବୁଧବାର ସର୍ବୋଚ୍ଚ ଅଦାଲତରେ ରିପୋର୍ଟ ଦାଖଲ କରିଛି। କମିଟି ସର୍ବସାଧାରଣ ବିଜ୍ଞପ୍ତି ଜରିଆରେ ବିଭିନ୍ନ ଲୋକଙ୍କ ମତାମତ ଓ ପ୍ରସ୍ତାବ ସଂଗ୍ରହ କରିଥିଲା। ଭାରତୀୟ କିଷାନ ୟୁନିୟନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭୂପିନ୍ଦର ସିଂ ମାନ୍‌, କୃଷି ଅର୍ଥନୀତିଜ୍ଞ ତଥା ଦକ୍ଷିଣ ଏସିଆ ଓ ଅନ୍ତର୍ଜାତୀୟ ଖାଦ୍ୟ ନୀତି ଗବେଷଣା ଅନୁଷ୍ଠାନର ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ଜୋଷୀ, କୃଷି ଅର୍ଥନୀତିଜ୍ଞ ତଥା କୃଷି ମୂଲ୍ୟ କମିଶନର ପୂର୍ବତନ ଅଧ୍ୟକ୍ଷ ଅଶୋକ ଗୁଲାଟି ଏବଂ ଶେତ୍‌କରି ସଙ୍ଗଠନର ଅଧ୍ୟକ୍ଷ ଅନିଲ ଘନଓ୍ବତ କମିଟିର ସଦସ୍ୟ ଥିଲେ। ପରେ ମାନ୍‌ ଉକ୍ତ କମିଟିରୁ ଇସ୍ତଫା ଦେଇଥିଲେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ ଉକ୍ତ ରିପୋର୍ଟକୁ ଶୁଣାଣି ପାଇଁ ଗ୍ରହଣ କରି ଏହା ଉପରେ ନିଷ୍ପତ୍ତି ନ ନେବା ପର୍ଯ୍ୟନ୍ତ ଏହାକୁ ସର୍ବସାଧାରଣରେ ପ୍ରକାଶ କରାଯାଇପାରିବ ନାହିଁ ବୋଲି ଘନଓ୍ବତ କହିଛନ୍ତି।

ମେ’ରେ ପାର୍ଲାମେଣ୍ଟ ଅଭିଯାନ
କୃଷକ ସଂଗଠନଗୁଡ଼ିକ ଆନ୍ଦୋଳନକୁ ବ୍ୟାପକ କରିବା ପାଇଁ ଆସନ୍ତା ମେ’ ପ୍ରଥମ ଭାଗରେ ପାର୍ଲାମେଣ୍ଟ ଅଭିମୁଖେ ପଦଯାତ୍ରାରେ ବାହାରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଚାଷୀଙ୍କ ସମେତ ଶ୍ରମିକ, ମହିଳା, ଦଳିତ-ଆଦିବାସୀ, ବେରୋଜଗାରୀ ଯୁବକ ଯୁବତୀ ଓ ସମାଜର ସବୁ ବର୍ଗର ଲୋକ ସାମିଲ ହେବେ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ପଦଯାତ୍ରା ତାରିଖ ଖୁବ୍‌ଶୀଘ୍ର ଘୋଷଣା କରାଯିବ। ଲୋକମାନେ ନିଜ ନିଜ ଅଞ୍ଚଳରୁ ଗାଡ଼ିରେ ଆସି ଦିଲ୍ଲୀ ସୀମାରେ ପହଞ୍ଚତ୍ବା ପରେ ସେଠାରୁ ପଦଯାତ୍ରାରେ ବାହାରିବେ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri