Posted inଜାତୀୟ

କୃଷି ଆଇନ: ରିପୋର୍ଟ ଦାଖଲ କଲା ବିଶେଷଜ୍ଞ କମିଟି

ନୂଆଦିଲ୍ଲୀ,୧।୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ୩ ଜଣିଆ ବିଶେଷଜ୍ଞ କମିଟି କେନ୍ଦ୍ରର ବିବାଦୀୟ କୃଷି ଆଇନ ଉପରେ ବୁଧବାର ସର୍ବୋଚ୍ଚ ଅଦାଲତରେ ରିପୋର୍ଟ ଦାଖଲ କରିଛି। କମିଟି ସର୍ବସାଧାରଣ ବିଜ୍ଞପ୍ତି ଜରିଆରେ ବିଭିନ୍ନ ଲୋକଙ୍କ ମତାମତ ଓ ପ୍ରସ୍ତାବ ସଂଗ୍ରହ କରିଥିଲା। ଭାରତୀୟ କିଷାନ ୟୁନିୟନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭୂପିନ୍ଦର ସିଂ ମାନ୍‌, କୃଷି ଅର୍ଥନୀତିଜ୍ଞ ତଥା ଦକ୍ଷିଣ ଏସିଆ ଓ ଅନ୍ତର୍ଜାତୀୟ ଖାଦ୍ୟ ନୀତି ଗବେଷଣା ଅନୁଷ୍ଠାନର ନିର୍ଦ୍ଦେଶକ ଡ. ପ୍ରମୋଦ କୁମାର ଜୋଷୀ, କୃଷି ଅର୍ଥନୀତିଜ୍ଞ ତଥା କୃଷି ମୂଲ୍ୟ କମିଶନର ପୂର୍ବତନ ଅଧ୍ୟକ୍ଷ ଅଶୋକ ଗୁଲାଟି ଏବଂ ଶେତ୍‌କରି ସଙ୍ଗଠନର ଅଧ୍ୟକ୍ଷ ଅନିଲ ଘନଓ୍ବତ କମିଟିର ସଦସ୍ୟ ଥିଲେ। ପରେ ମାନ୍‌ ଉକ୍ତ କମିଟିରୁ ଇସ୍ତଫା ଦେଇଥିଲେ। ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେ ଉକ୍ତ ରିପୋର୍ଟକୁ ଶୁଣାଣି ପାଇଁ ଗ୍ରହଣ କରି ଏହା ଉପରେ ନିଷ୍ପତ୍ତି ନ ନେବା ପର୍ଯ୍ୟନ୍ତ ଏହାକୁ ସର୍ବସାଧାରଣରେ ପ୍ରକାଶ କରାଯାଇପାରିବ ନାହିଁ ବୋଲି ଘନଓ୍ବତ କହିଛନ୍ତି।

ମେ’ରେ ପାର୍ଲାମେଣ୍ଟ ଅଭିଯାନ
କୃଷକ ସଂଗଠନଗୁଡ଼ିକ ଆନ୍ଦୋଳନକୁ ବ୍ୟାପକ କରିବା ପାଇଁ ଆସନ୍ତା ମେ’ ପ୍ରଥମ ଭାଗରେ ପାର୍ଲାମେଣ୍ଟ ଅଭିମୁଖେ ପଦଯାତ୍ରାରେ ବାହାରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିରେ ଚାଷୀଙ୍କ ସମେତ ଶ୍ରମିକ, ମହିଳା, ଦଳିତ-ଆଦିବାସୀ, ବେରୋଜଗାରୀ ଯୁବକ ଯୁବତୀ ଓ ସମାଜର ସବୁ ବର୍ଗର ଲୋକ ସାମିଲ ହେବେ ବୋଲି ସଂଯୁକ୍ତ କିଷାନ ମୋର୍ଚ୍ଚା (ଏସ୍‌କେଏମ୍‌) ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ପଦଯାତ୍ରା ତାରିଖ ଖୁବ୍‌ଶୀଘ୍ର ଘୋଷଣା କରାଯିବ। ଲୋକମାନେ ନିଜ ନିଜ ଅଞ୍ଚଳରୁ ଗାଡ଼ିରେ ଆସି ଦିଲ୍ଲୀ ସୀମାରେ ପହଞ୍ଚତ୍ବା ପରେ ସେଠାରୁ ପଦଯାତ୍ରାରେ ବାହାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଓବିସି ବର୍ଗର ସବୁଠୁ ବଡ଼ ଶତ୍ରୁ ହେଉଛି କଂଗ୍ରେସ: ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୪ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର କଂଗ୍ରେସ ନେତୃତ୍ୱାଧୀନ କର୍ଣ୍ଣାଟକ ସରକାରଙ୍କ ମୁସଲିମ ସମ୍ପ୍ରଦାୟକୁ ରାଜ୍ୟ ଓବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା ନିଷ୍ପତ୍ତିକୁ ସମାଲୋଚନା କରି...

ଏହି ଆସନରେ ନିଜର ପ୍ରାର୍ଥୀଙ୍କୁ ଭୋଟ୍‌ ନଦେବାକୁ ନିବେଦନ କରୁଛି କଂଗ୍ରେସ

ନୂଆଦିଲ୍ଲୀ,୨୪ା୪: ଦେଶରେ ଜାରି ରହିଥିବା ସାଧାରଣ ନିର୍ବାଚନକୁ ନେଇ ନାନା ରୋଚକ ଖବରମାନ ଦେଖିବାକୁ ମିଳୁଛି। ଏହାରି ମଧ୍ୟରେ ରାଜସ୍ଥାନରେ କଂଗ୍ରେସ ଏହାର ଏକ ପ୍ରାର୍ଥିଙ୍କୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଏହି ଆସନରୁ ନିର୍ବାଚନ ଲଢିବେ ଅଖିଳେଶ,ଗୁରୁବାର ପ୍ରାର୍ଥିପତ୍ର ଦାଖଲ

ଲକ୍ଷ୍ନୌ,୨୪।୪: ଏସପି ସୁପ୍ରିମୋ ଅଖିଲେଶ ଯାଦବ କନ୍ନୌଜ ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ନାମାଙ୍କନପତ୍ର ଦାଖଲ କରାଯିବ। ଏହାପୂର୍ବରୁ ଏସପି...

ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ

ମୁମ୍ବାଇ,୨୨ା୪: ମଙ୍ଗଳବାର ଅପରାହ୍ନରେ ମହାରାଷ୍ଟ୍ରର ୟବତମାଲରେ ଏକ ନିର୍ବାଚନ ରାଲିରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଅସୁସ୍ଥ ହୋଇପଡିଛନ୍ତି। ଗଡକରୀ ଭାଜପାର ନାଗପୁର ପ୍ରାର୍ଥୀ ଭାବରେ...

ରେଳ ବିଭାଗର ବଡ଼ ଘୋଷଣା, ଏବେ ଆପଣଙ୍କୁ ମିଳିବ କନଫର୍ମ ଟିକେଟ୍‌

ନୂଆଦିଲ୍ଲୀ,୨୪।୪: ରେଳ ବିଭାଗର ବଡ଼ ଘୋଷଣା। ଟ୍ରେନ ଯାତ୍ରୀଙ୍କ ପାଇଁ ଆସିଲା ଖୁସି ଖବର । ଆଉ ଟ୍ରେନରେ ୱେଟିଂ କି ଆରଏସି ଟିକେଟ ଝାମେଲା...

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri