କଂଗ୍ରେସ ଆସିଲେ କୃଷି ଋଣ ଛାଡ଼ କରାଯିବ

ରାଉରକେଲା,୧୭ା୩(ବିପ୍ଲବ ରଞ୍ଜନ ଦାଶ): ରାଉରକେଲା ସେକ୍ଟର-୨୧ ସ୍ଥିତ କଂଗ୍ରେସ ଭବନଠାରେ ଏକ ଖବରଦାତା ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀ ରାଉରକେଲା ଜିଲା ସାଙ୍ଗଠନିକ ଜିଲା ଅଧ୍ୟକ୍ଷ ରବି ରାୟଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ସାଧାରଣ ନିର୍ବାଚନରେ କଂଗ୍ରେସ କ୍ଷମତାକୁ ଆସିଲେ ସମସ୍ତ କୃଷ ଋଣ ଛାଡ, କୃଷି ଏବଂ କୃଷକଙ୍କ ବିକାଶ ନିମନ୍ତେ ଚାଷୀଙ୍କ ଧାନ କିଣା ଯିବ, ଧାନ କୁଇଣ୍ଟାଲ ପିଛା ୩ହଜାର ଟଙ୍କା କରାଯିବ। ସେହିପରି ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ କୃଷକଙ୍କୁ ମାସିକ ୨ହଜାର ଏବଂ ୮୦ବର୍ଷରୁ ଊର୍ଦ୍ଧ୍ୱଙ୍କୁ ୩ହଜାର ଭତ୍ତା ପ୍ରଦାନ ପ୍ରଦାନ କରାଯିବ।

ପ୍ରତି ବ୍ଲକରେ ଶୀତଳ ଭଣ୍ଡାର ସ୍ଥାପନ, ପ୍ରତ୍ୟେକ ଗାଁରେ ଗୋଶାଳା ନିର୍ମାଣ ସହ ଗୋବର ଗ୍ୟାସ ପ୍ଲାଣ୍ଟ ସ୍ଥାପନ, ଓମଫେଡ ମାଧ୍ୟମରେ ସମସ୍ତ ଗୋପାଳକଙ୍କ କ୍ଷୀର କିଣାଯିବା, ରାଜ୍ୟର ଦକ୍ଷିଣ, ପଶ୍ଚିମ ଏବଂ ଉତ୍ତର ଭାଗରେ କୃଷି ବିଦ୍ୟାଳୟ ପ୍ରତିଷ୍ଠା, ରାଜ୍ୟରେ ଶିଳ୍ପ ଉଦ୍ୟୋଗର ପୁନରୁଦ୍ଧାର, ବ୍ୟାଙ୍କ ଅଫ ଓଡ଼ିଶା ପ୍ରତିଷ୍ଠା, ଖଣିଜ ଉତ୍ତୋଳନରେ ରାଜ୍ୟ ବ୍ୟବସାୟୀଙ୍କୁ ପ୍ରାଥମିକତା, ମହିଳା ସମାଜର ବିକାଶ ନିମନ୍ତେ ଏସ୍‌ଏଚ୍‌ଜି ନାଁରେ ଥିବା ସମସ୍ତ ଋଣ ଛାଡ, ରାଜ୍ୟରେ ଶିକ୍ଷିତ ଯୁବବର୍ଗଙ୍କ ଉନ୍ନତି ପାଇଁ ୫ଲକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି, ସାମାଜିକ ନ୍ୟାୟ, ଅନୁସୂଚିତ ଜାତି ଓ ଜନଜାତିଙ୍କ ବିକାଶମୁଖି ବିଭିନ୍ନ କାର୍ଯ୍ୟକ୍ରମ ସହିତ ରାଜ୍ୟର ଶିକ୍ଷା, ସଂସ୍କୃତି, ସ୍ବାସ୍ଥ୍ୟ, ବସ୍ତି ଅଞ୍ଚଳ ଉନ୍ନତି ଆଦି କରାଯିବ ବୋଲି ଘୋଷଣା କରାଯାଇଥିଲା। ଖବରଦାତା ସମ୍ମିଳନୀରେ କଂଗ୍ରେସ ନେତା ହମିଦ ହୁସେନ, ପ୍ରଭାତ ମହାପାତ୍ର, ବିରେନ ସେନାପତି, ନିହାର ଦାଶ, ଆଶିଷ ମହାନ୍ତି ପ୍ରମୁଖ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର...

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri